ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା କରି ରେଳଧାରଣା କଡ଼ରେ ଫିଙ୍ଗିଥିଲେ ୨ ଅଭିଯୁକ୍ତ: ୧୪ ବର୍ଷ ପରେ ଆସିଲା ବଡ଼ ରାୟ…

ଖୋର୍ଦ୍ଧା,୨୦ା୧୨(ପ୍ରଭାତ ପାଣିଗ୍ରାହୀ): ଟାଙ୍ଗୀ ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ବୃନ୍ଦାବନ ରାଉତ ହତ୍ୟାକାଣ୍ଡ ମାମଲାର ରାୟ ଦୀର୍ଘ ୧୪ ବର୍ଷ ପରେ ପ୍ରକାଶ ପାଇଛି। ଏହି ମାମଲାର ବିଚାର କରି ପ୍ରଥମ ଅତିରିକ୍ତ ଜିଲା ଦୌରାଜଜ୍‌ ରଞ୍ଜୁଲତା ଲେଙ୍କା ଦୁଇଜଣ ଅଭିଯୁକ୍ତଙ୍କୁ ଦଫା ୩୦୨ରେ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ଏଥିସହିତ ୧୦ହଜାର ଟଙ୍କା ଲେଖାଏ ଜରିମନା ଅନାଦେୟ ଏକ ବର୍ଷ ଜେଲ ଦଣ୍ଡାଦେଶ ରାୟରେ ଉଲ୍ଲେଖ ରହିଛି। ଅଭିଯୁକ୍ତ ଦ୍ବୟ ହେଲେ ଶଳା ଭିଣୋଇ ଏହି ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ପ୍ରଫୁଲ୍ଲ ରାଉତ(ଶଳା) ଓ କୋଚିଲା ଗ୍ରାମର ମଣି ଅରିସଲ(ଭିଣେଇ)। ଏହି ହତ୍ୟାକାଣ୍ଡର ଅନ୍ୟତମ ଅଭିଯୁକ୍ତ ପ୍ରଫୁଲ୍ଲର ଭାଇ ମନୋଜ ରାଉତ ଏବେ ବି ଫେରାର ରହିଥିବା ଅଭିଯୁକ୍ତ ବାପା ସୁବଲ ରାଉତଙ୍କ ମୃତ୍ୟୁ ଘଟିଥିଲା।

ମାମଲାରୁ ପ୍ରକାଶ ଯେ, ବୃନ୍ଦାବନ ଟାଙ୍ଗି ପୃତ୍ତ ବଙ୍ଗଳାରୁ ରାତ୍ରି ଜଗୁଆଳ ଭାବେ କାମ କରି ଅବସରଗ୍ରହଣ କରିଥିଲେ। ତାଙ୍କ ସାନ ଭାଇ ସୁବଳ ରାଉତ ସହ ଜମିଜମା ବିବାଦ ରହିଥିଲା। ଏନେଇ ଉଭୟ ପରିବାର ତିକ୍ତତା ରହିଥିଲା। ତାଙ୍କୁ ସବୁ ଦିନ ପାଇଁ ଜୀବନରୁ ହଟାଇବା ପାଇଁ ସୁବଳଙ୍କ ଦୁଇ ପୁଅ ଅଭିଯୁକ୍ତ ପ୍ରଫୁଲ୍ଲ ଏବଂ ଫେରାର ଅଭିଯୁକ୍ତ ମନୋଜ ଷଡ଼ଯନ୍ତ୍ର କରିଥିବା ବେଳେ ପ୍ରଫୁଲ୍ଲ ଶଳା ଅଭିଯୁକ୍ତ ମଣି ସହଯୋଗ କରିଥିଲେ। ୨୦୧୧ ଏପ୍ରିଲ ମାସ ପଣା ସଂକ୍ରାନ୍ତି ରାତିରେ ବୃନ୍ଦାବନ ଦାଣ୍ଡ ପିଣ୍ଡାରେ ଶୋଇଥିଲେ। ସେଠାରୁ ତାଙ୍କୁ ହତ୍ୟା ପରେ ଘୋଷାଡ଼ି ନେଇ ରେଳଧାରଣା କଡ଼ରେ ଫୋଫାଡି ଦେଇଥିଲେ।
୧୪ତାରିଖରେ ମୃତକଙ୍କ ବୋହୂ ପ୍ରତିମା ରାଉତ ତାଙ୍କ ଶଶୁରଙ୍କୁ କେହି ଦୁର୍ବୃତ୍ତ ହତ୍ୟା ପରେ ପ୍ରମାଣ ନଷ୍ଟ ପାଇଁ ରେଳ ଧାରଣାରେ ଫୋଫାଡ଼ି ଚାଲିଯାଇଥିବା ନେଇ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ଅଭିଯୋଗକୁ ଭିତ୍ତି କରି ବିଭିନ୍ନ ଦଫାରେ କେସ୍‌ ନଂ ୬୪/୧୧ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଏହି ମାମଲାରେ ପୋଲିସ ଉପରୋକ୍ତ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। କୋର୍ଟରେ ଏହି ମାମଲା ବିଚାରାଧୀନ ରହିଥିଲା।
ଆଜି ଏହି ମାମଲାର ଶୁଣାଣି କରି ପ୍ରଥମ ଅତିରିକ୍ତ ଜିଲା ଦୌରାଜଜ୍‌ ୨୭ଜଣ ସାକ୍ଷ ପ୍ରମାଣକୁ ଭିତ୍ତିକରି ଅଭିଯୁକ୍ତ ଦ୍ବୟଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ଅତିରିକ୍ତ ଓ ସ୍ବତନ୍ତ୍ର ପ୍ଲବିକ ପ୍ରସିକ୍ୟୁଟର ରଜନୀକାନ୍ତ ପଟ୍ଟନାୟକ ମାମଲା ପରିଚାଳନା କରିଥିଲେ।

Dharitri – Odisha’s No.1 Trusted Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri