ମଦନମୋହନପୁରରେ ଉତ୍କଳମଣି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ଅନାବରଣ

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସ୍ଥିତ ମଦନମୋହନପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଏକ ପ୍ରତିମୂର୍ତ୍ତି ଅନାବରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଦିଗପହଣ୍ଡି ଗୋଷ୍ଠୀ ଶିକ୍ଷାଧିକାରୀ (BEO) ଡ. ଶଙ୍କର ନାରାୟଣ ବେଜ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିକୁ ଅନାବରଣ କରିଥିଲେ। ସେ ନିଜ ଅଭିଭାଷଣରେ ଗୋପବନ୍ଧୁଙ୍କ ନିସ୍ୱାର୍ଥପର ସେବା ଓ ଦେଶପ୍ରେମର ଉଦାହରଣ ଦେଇ ଛାତ୍ରଛାତ୍ରୀଙ୍କୁ ପ୍ରେରଣା ଦେଇଥିଲେ। ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଶିବରାମ ପ୍ରଧାନ ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ।

ଏହି ଅବସରରେ ଆୟୋଜିତ ସଭାରେ ଅତିରିକ୍ତ ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ରସାନନ୍ଦ ଘଡେଇ, ଲୋକସେବକ ମଣ୍ଡଳ ପ୍ରତିନିଧି ମୁରଲୀଧର ସ୍ୱାଇଁ, ପ୍ରଧାନଶିକ୍ଷକ ଅରୁଣ କୁମାର ମହାପାତ୍ର, ଅଶୋକ ଶତପଥୀ, ସହକାରୀ ଶିକ୍ଷକ ବିଜୟ କୁମାର ପ୍ରଧାନ, ଶ୍ରୀହରି ମହାନ୍ତି, ଅନାଦି ଚରଣ ପ୍ରଧାନ, ସିଆରସିସି ନବୀନ ବାଡ଼ତ୍ୟା ଏବଂ ଶିକ୍ଷୟିତ୍ରୀ ଦେବଦର୍ଶନୀ ପଣ୍ଡା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।

ଅତିଥିବୃନ୍ଦ ଓଡ଼ିଆ ଜାତିର ଉନ୍ନତି, ଭାଷାପ୍ରେମ ଏବଂ ସମାଜ ସେବା କ୍ଷେତ୍ରରେ ଉତ୍କଳମଣିଙ୍କ ଅବଦାନ ସମ୍ପର୍କରେ ଆଲୋକପାତ କରିଥିଲେ। ପ୍ରତ୍ୟେକ ଓଡ଼ିଆଙ୍କ ପ୍ରାଣରେ ଜାତିପ୍ରେମ ଜାଗ୍ରତ କରିବାରେ ଗୋପବନ୍ଧୁଙ୍କ ଆତ୍ମଜୀବନୀ ଏକ ବଡ଼ ସମ୍ବଳ ବୋଲି ମତ ପ୍ରକାଶ ପାଇଥିଲା।

ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶିକ୍ଷୟିତ୍ରୀ ଜ୍ୟୋତି ମହାରଣା, ଶିକ୍ଷକ ନରେନ୍ଦ୍ର ସାହୁ, ସୌମ୍ୟରଞ୍ଜନ ପ୍ରଧାନ, ଭଗବାନ ପାତ୍ର, ରାମଚନ୍ଦ୍ର ପ୍ରଧାନଙ୍କ ସମେତ ସମସ୍ତ କର୍ମଚାରୀ, ଅଭିଭାବକ ଓ ବହୁ ସଂଖ୍ୟକ ଗ୍ରାମବାସୀ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି

ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri