ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ ପଦକ ପାଇ ଦେଶ ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଏହାକୁ ନେଇ ବ୍ଲକ ପ୍ରଶାସନ ପକ୍ଷରୁ ଶନିବାର ସମ୍ବର୍ଦ୍ଧନା ଦିଆଯାଇଛି। ବିଡିଓ ଶରତ କୁମାର ପାତ୍ର, ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ, ବରିଷ୍ଟ ଭାଜପା ନେତା ଅରୁଣ କୁମାର ପଣ୍ଡା ପ୍ରମୁଖ ରଞ୍ଜନାଙ୍କ ବାସବଭନକୁ ଯାଇ ସମ୍ବର୍ଦ୍ଧିତ କରି ଶୁଭେଚ୍ଛା ଜଣାଇ ସହଯୋଗ ଯୋଗାଇଦେବା ପାଇଁ କହିଛନ୍ତି।


