ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସ ନିର୍ମାଣ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ୧୯ା୧୨ା୨୦୨୫ରେ ଧର୍ମଶାଳା ତହସିଲ ପକ୍ଷରୁ ପ୍ରଣବଙ୍କୁ ଏକ ନୋଟିସ ଦିଆଯାଇଛି। ସେ ତହସିଲ ଅଫିସରେ ହାଜର ହୋଇ କାହିଁକି ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆ ନ ଯିବ ସେନେଇ ନିଜ ପକ୍ଷ ରଖିବେ। ତହସିଲଦାର ସମୀର ରଞ୍ଜନ ଦାସ କେସ ନମ୍ୱର ୨୨୯/୨୦୨୫-୨୬ରେ ଏହି ନୋଟିସ ଦେଇଛନ୍ତି।
ଏହି ଫାର୍ମ ହାଉସ ଖାତା ନଂ.୩୩୬, ପ୍ଲଟ ନଂ.୧୧୧୮ ମୋଟ ୩୧.୬୦ ଏକର ପର୍ୱତ କିସମରେ ରହିଛି। କିନ୍ତୁ ସରକାରୀ ଜମିକୁ ଜବରଦଖଲ କରାଯାଇ ସେଠାରେ ପାଚେରି ନିର୍ମାଣ କରାଯାଇଛି। ଏହି ବିଷୟ କିଛି ଦିନ ହେବ ସାମ୍ନାକୁ ଆସିବା ପରେ ପ୍ରଣବଙ୍କ ପାଇଁ ଅଡ଼ୁଆ ସୃଷ୍ଟି ହୋଇଛି। ନିକଟରେ ପ୍ରଣବଙ୍କ ସମର୍ଥକ ଓ ବିଜେଡି କର୍ମୀମାନେ ଉପରୋକ୍ତ ଫାର୍ମ ହାଉସରେ ଭୋଜି ଆୟୋଜନ କରିଥିଲେ। ଏହି ସମୟରେ ଉକ୍ତ ରାସ୍ତାଦେଇ ବିଧାୟକ ହିମାଂଶୁ ଶେଖର ସାହୁଙ୍କ ସମର୍ଥକ ତଥା ଭାଜପା କର୍ମୀ ନରସିଂହପୁର ଗ୍ରାମର ସୁନୀଲ ପଣ୍ଡା ଚଢ଼େଇଧରାରୁ ଗାଡ଼ିରେ ଘରକୁ ଫେରୁଥିଲେ। ପ୍ରଣବଙ୍କ କେତେଜଣ କର୍ମୀ ତାଙ୍କୁ ଅଟକାଇ ଗାଡି ଭଙ୍ଗାରୁଜା କରିବା ସହ ଆକ୍ରମଣ କରି ମୁଣ୍ଡ ଫଟାଇ ଦେଇଥିଲେ। ଘଟଣା ପରେ ସେଠାରେ ତୁମୁଳକାଣ୍ଡ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri