ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ ହଜାର ହଜାର ଗାଡ଼ି ପଞ୍ଜୀକରଣ ହେଉଥିବାରୁ ଏହାର ଧୂଅଁା ପରିବେଶକୁ ନଷ୍ଟ କରୁଛି। ଏପରି କି ଅନେକ ଗାଡିର ଫିଟ୍‌ନେସ୍‌ ନ ଥିବାରୁ ସେଥିରୁ ଅଧିକ ମାତ୍ରାରେ ଧୂଅଁା ବାହାରୁଛି। ଯେଉଁଥିପାଇଁ ବାୟୁ ପ୍ରଦୂଷଣ ବଢୁଛି। ଏହାକୁ ରୋକିବାକୁ ରାଜ୍ୟ ପରିବହନ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଇଛି। ଯେଉଁ ମୋଟର ଯାନର ବୈଧ ପ୍ରଦୂଷଣ ପ୍ରମାଣ ପତ୍ର(ପିୟୁସିସି) ନ ଥିବ, ସେହି ଗାଡ଼ିଗୁଡ଼ିକୁ ପେଟ୍ରୋଲ ନ ଦେବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ ସଂସ୍ଥା(ଏସ୍‌ଟିଏ) ପକ୍ଷରୁ ସମସ୍ତ ତୈଳ ବିକ୍ରୟ କମ୍ପାନୀକୁ ଚିଠି ଲେଖାଯାଇଛି।

ବାୟୁ ପ୍ରଦୂଷଣକୁ ଦୃଷ୍ଟିରେ ରଖି ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ପ୍ରାଧାନ୍ୟ ଦିଆଯାଉଛି। ମୋଟର ଯାନ ନିୟମ ଉଲ୍ଲଙ୍ଘନ କରି ପ୍ରଦୂଷଣ ସୃଷ୍ଚି କରୁଥିବା ଯାନ ଉପରେ ଅଙ୍କୁଶ ଲଗାଇବାକୁ ବାଣିଜ୍ୟ ଓ ପରିବହନ ବିଭାଗ ପଦକ୍ଷେପ ଗ୍ରହଣ କରିଛି। ବିଭାଗୀୟ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶ ଏବଂ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏ ଦିଗରେ ଉଦ୍ୟମ ଆରମ୍ଭ ହୋଇଛି। ଏ ସଂକ୍ରାନ୍ତରେ ତୈଳ ବିକ୍ରୟକାରୀ କମ୍ପାନୀଙ୍କୁ ଚିଠି ଲେଖାଯାଇଛି। ଯେଉଁ ମୋଟର ଯାନର ବୈଧ ପ୍ରଦୂଷଣ ପ୍ରମାଣପତ୍ର ନ ଥିବ, ସେଗୁଡ଼ିକୁ କୌଣସି ପେଟ୍ରୋଲ ପମ୍ପରେ ତେଲ ନ ଦେବାକୁ ଚିଠିରେ ଉଲ୍ଲେଖ କରାଯାଇଛି। ଏହାଦ୍ୱାରା ଓଡ଼ିଶାର ବିଭିନ୍ନ ଜିଲାରେ ବାୟୁ ଗୁଣବତ୍ତାମାନକୁ ଉନ୍ନତ ରଖାଯିବ ସହ ପରିବହନ ଯୋଗୁ ହେଉଥିବା ପ୍ରଦୂଷଣକୁ କମ୍‌ କରାଯାଇପାରିବ ବୋଲି ଆଶା କରାଯାଇଛି। ମୋଟର ଯାନ ଆଇନ ଅନୁଯାୟୀ ବୈଧ ପ୍ରଦୂଷଣ ପ୍ରମାଣପତ୍ର ରଖିବା ବାଧ୍ୟତାମୂଳକ ଏଥିପାଇଁ ଗାଡ଼ିଗୁଡ଼ିକୁ ନିୟମିତ ବ୍ୟବଧାନରେ ପଞ୍ଜୀକୃତ ପ୍ରଦୂଷଣ ପରୀକ୍ଷା କେନ୍ଦ୍ରରେ ଯାଞ୍ଚ କରାଇବାକୁ ହୋଇଥାଏ। ସେହିଭଳି ବୈଧ ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନର ମଧ୍ୟ ବ୍ୟବସ୍ଥା ରହିଛି। ପ୍ରଦୂଷଣ ପ୍ରମାଣପତ୍ର ଯାଞ୍ଚକୁ ଗୁରୁତ୍ୱ ଦେଇ ସମସ୍ତ ଟୋଲ୍‌ଗେଟରେ ଇ-ଡିଟେକ୍ସନ ବ୍ୟବସ୍ଥାରେ ମଧ୍ୟ ଏହାକୁ ଅନ୍ତର୍ଭୁକ୍ତ କରାଯାଇଛି। ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ମୋଟର ଯାନ ବ୍ୟବହାରକାରୀଙ୍କୁ ନିବେଦନ କରାଯାଇଛି ଯେ, ସର୍ୱଦା ଗାଡ଼ିର ବୈଧ ପ୍ରଦୂଷଣ ପ୍ରମାଣପତ୍ର ରଖନ୍ତୁ। ପ୍ରଦୂଷଣ ସୃଷ୍ଟି କରୁଥିବା ଯାନକୁ ବ୍ୟବହାର କରନ୍ତୁ ନାହିଁ। ପରିବେଶ ସୁରକ୍ଷାରେ ସହଭାଗୀ ହୁଅନ୍ତୁ ବୋଲି ପରିବହନ ବିଭାଗ ଜନସାଧାରଣଙ୍କୁ ସହଯୋଗ କରିବାକୁ ନିବେଦନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପେନ୍ଦ୍ରଭଞ୍ଜ ଉଚ୍ଚ ବିଦ୍ୟାଳୟରେ ସମାଧାନ ହେବ ଶିକ୍ଷକ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ: ଭକ୍ତ କହିଲେ..

ଭୁବନେଶ୍ୱର,୨୧।୧୨: ପିସିସି ସଭାପତି ଭକ୍ତ ଚରଣ ଦାସ ରବିବାର ଏକ ବଡ଼ ଆହ୍ବାନ ଦେଇଛନ୍ତି। ଆସନ୍ତା ୨୬ ତାରିଖରେ କଂଗ୍ରେସ ପକ୍ଷରୁ ଜନ ଜାଗରଣ ଆନ୍ଦୋଳନ...

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ଏହି ମୁସଲମାନ ଦେଶରୁ ମିଳିଲା ୪୫୦୦ ବର୍ଷର ପୁରୁଣା ସୂର୍ଯ୍ୟମନ୍ଦିର

କାଇରୋ,୨୧ା୧୨: ମିଶରର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ମିଶରର ରାଜଧାନୀ କାଇରୋରେ ଏକ ଆବିଷ୍କାର କରିଛି, ଯାହା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏଠାରେ ପ୍ରାୟ ୪,୫୦୦ ବର୍ଷ...

ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ...

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri