‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ ଯୋଗ ଦେବେ। ଜିଲାର ବିକାଶ ପାଇଁ ପ୍ରାୟ ୫୫୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଘୋଷଣା କରିବେ। ମୁଖ୍ୟମନ୍ତ୍ରୀ ଅପରାହ୍ନ ୪ ଟାରେ ହେଲିକପ୍ଟର ଯୋଗେ ବିଶାଖାପାଟଣାରୁ ଆସି କୋରାପୁଟ ବିଏସ୍‌ଏଫ ହେଲିପ୍ୟାଡ୍‌ରେ ପହଞ୍ଚିବେ ପରେ ସେଠାରୁ କାର୍‌ରେ ସ୍ଥାନୀୟ ସ୍ବତନ୍ତ୍ର ସର୍କିଟ ହାଉସ୍‌ଠାରେ ପ୍ରାୟ ୨ ଘଣ୍ଟା ଧରି ବିଭିନ୍ନ ବ୍ୟକ୍ତିବିଶେଷଙ୍କୁ ସାକ୍ଷାତ କରିବେ। ସନ୍ଧ୍ୟା ୬ ଟାରେ ପରବ ପଡ଼ିଆକୁ ଯିବେ। ସେଠାରେ ଜିଲା ପ୍ରଶାସନ ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯିବ ପରେ ପଲ୍ଲିଶ୍ରୀ ମେଳା ଯାଇ ସେଠାରେ କରାଯାଇଥିବା ମାଣ୍ଡିଆ ପ୍ରଦର୍ଶନୀ ଷ୍ଟଲ୍‌ ଓ କୋରାପୁଟ କଫି ଷ୍ଟଲ ପରିଦର୍ଶନ କରିବା ପରେ ପରବ ଚତୁର୍ଥ ସାର ଶୁଭାରମ୍ଭ କରିବେ। ପରେ ପରବ କୋର୍ଟର ଶୁଭାରମ୍ଭ କରିବା ସହିତ ଜିଲାର ଉଲ୍ଲେଖନୀୟ ସଫଳତା ପାଇଥିବା କଳାକାର ଓ ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରିବେ। ପରେ ପ୍ରାୟ ୫୫୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଘୋଷଣା କରିବେ। ଶେଷରେ ମୁଖ୍ୟମନ୍ତ୍ରୀ ତାଙ୍କର ବକ୍ତବ୍ୟ ରଖିବାର କାର୍ଯ୍ୟକ୍ରମ ରହିଥିବା ଜିଲା ପ୍ରଶାସନ ପକ୍ଷରୁ ଜଣାଯାଇଛି। ଏନେଇ କୋରାପୁଟରେ ପୋଲିସ ପକ୍ଷରୁ ପ୍ରାୟ ୬୦ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ହୋଇଥିବା ସୂଚନା ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri