ପୋଷ୍ଟରରେ ନିଜ ଫଟୋ ନଥିବାରୁ ଗର୍ଜିଲେ ପ୍ରଦୀପ ପୁରୋହିତ, ମନଦୁଃଖ କରନ୍ତୁ ନାହିଁ କହିଲେ ଉପମୁଖ୍ୟମନ୍ତ୍ରୀ

ଝାରସୁଗୁଡା, ୨୧/୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା କୋଲାବିରା ବ୍ଳକ ଠାରେ ରବିବାର ଚାଲିଥିବା କୃଷକ ସମାବେଶରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ବ୍ୟାନରରେ ନିଜ ଫଟୋ ନଥିବା ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି । ଏହାସହିତ ଜିଲ୍ଲାପାଳଙ୍କୁ ତାଗିଦ ମଧ୍ୟ କରିଛନ୍ତି । ରବିବାର ଝାରସୁଗୁଡା ଜିଲା ପ୍ରଶାସନ ତରଫରୁ କୋଲାବିରା ବ୍ଲକରେ ହେଉଥିବା କୃଷକ ସମାବେଶରେ ଯୋଗ ଦେବାପାଇଁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ, ଝାରସୁଗୁଡା ବିଧାୟକ ଟଙ୍କଧର ତ୍ରିପାଠୀ, ଜିଲ୍ଲାପାଳ କୁଣାଲ ମୋତିରାମ ଚହ୍ୱାଣ ଓ ଅନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀମାନେ ମଞ୍ଚରେ ପହଁଞ୍ଚଥିଲେ । ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ବକ୍ତବ୍ୟ ପରେ ସାଂସଦ ପ୍ରଦୀପ ପୁରୋହିତ ନିଜ ବକ୍ତବ୍ୟ ରଖିବା ବେଳେ ସମାବେଶ ପାଇଁ ହୋଇଥିବା ବ୍ୟାନରରେ ନିଜ ଫଟୋ ନଥିବା ନେଇ ଝାରସୁଗୁଡା ଜିଲ୍ଲାପାଳଙ୍କୁ ତାଗିଦ କରିଥିଲେ ।

ସାଂସଦ କହିଥିଲେ ଯେ, ମୋତେ କଣ ଅସମ୍ମାନ କରିବା ପାଇଁ ଏଠାକୁ ଡକାଯାଇଛି। ପ୍ରୋଟୋକଲ ହିସାବରେ ବ୍ୟାନରରେ କଣ ସାଂସଦଙ୍କ ଫଟୋ ଦେବାର ନିୟମ ନାହିଁ, ଯଦି ତୁମର ଏମିତି କରିବାର ଥିଲା ତେବେ ମୋତେ ଏହି କାର୍ଯ୍ୟକ୍ରମକୁ କାହିଁକି ଡାକିଛ ବୋଲି ଜିଲ୍ଲାପାଳଙ୍କୁ ତାଗିଦ କରିଥିଲେ । ବିଜେଡି ସରକାର ଥିବା ବେଳେ ଭାଜପା ବିଧାୟକ, ଏମପିମାନଙ୍କୁ ଏପରି ବ୍ୟବହାର କରାଯାଉଥିଲା । ତତ୍କାଳୀନ ବରଗଡ଼ ସାଂସଦ ସୁରେଶ ପୂଜାରୀଙ୍କ ଫଟୋ ମଧ୍ୟ କୌଣସି କାର୍ଯ୍ୟକ୍ରମରେ ଦିଆଯାଉନଥିଲା । ସେତେବେଳେ ତ ବିଜେଡି ସରକାର ଥିଲା, ଏବେ ଆମ ସରକାର ରେ ଆମପ୍ରତି ଏପରି ଅସମ୍ମାନକୁ ପ୍ରଶୟ ଦିଆଯିବ ନାହିଁ । ଏହାପ୍ରତି ଆଗାମୀ ଦିନରେ ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ସାଂସଦ କହିଥିଲେ । ଏହାପରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ତାଙ୍କ ଅଭିଭାଷଣ ରଖିବା ସମୟରେ ଜିଲ୍ଲା ପ୍ରଶାସନ ଆଗକୁ ଏପରି କରିବ ନାହିଁ ଏହା ଅଜାଣତରେ ହୋଇ ଯାଇଛି ବୋଲି କହିଵା ସହିତ ସାଂସଦ ଏହି ଘଟଣାରେ ମନଦୁଃଖ କରନ୍ତୁ ନାହିଁ ବୋଲି କହିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri