ଦୁର୍ବ୍ୟବହାର ପ୍ରତିବାଦରେ ଡାକ୍ତର, କର୍ମଚାରୀଙ୍କ ଧାରଣା

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡ଼ିକାଲ ଅଫିସର ଓ ଡାକ୍ତରଙ୍କୁ କେତେଜଣ ବ୍ୟକ୍ତି ଦୁର୍ବ୍ୟବହାର ପ୍ରଦର୍ଶନ କରିବା ପ୍ରତିବାଦରେ ସୋମବାର ଡାକ୍ତର ଓ କର୍ମଚାରୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଧାରଣା ଦେଇଥିଲେ। ସୂଚନା ଅନୁସାରେ ସକାଳ ୮ ଘଣ୍ଟା ସମୟରେ ମେଡ଼ିକାଲ ଅଫିସରଙ୍କ ବାସଭବନକୁ ୫ଜଣ ଅଚିହ୍ନା ବ୍ୟକ୍ତି ପଶି ତୁମେ ଅଫିସ ନ ଯାଇ ଘରେ କାହିଁକି ରୋଗୀ ଦେଖୁଛ, ହସ୍ପିଟାଲ ଆଉଟଡୋରରେ କେହି ଡାକ୍ତର ନାହାନ୍ତି କହି ଅଶୋଭନୀୟ ଆଚରଣ ପ୍ରଦର୍ଶନ କରିଥିଲେ। ପରେ ଆଉଟଡୋରକୁ ଯାଇ ଡାକ୍ତରମାନଙ୍କୁ ମଧ୍ୟ ବିଭିନ୍ନ ପ୍ରକାର କଥା କହି ଧମକଚମକ ଦେଇଥିଲେ। ଏହାକୁ ନେଇ ଡାକ୍ତର, କର୍ମଚାରୀ ସିଡ଼ିଏମ୍‌ଓଙ୍କୁ ଅବଗତ କରି ଧାରଣାରେ ବସିଥିଲେ। ଏଥିଯୋଗୁ ରୋଗୀସେବା ବ୍ୟାହତ ହୋଇଥିଲା। ଖବର ପାଇ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ନିହାର ରଞ୍ଜନ ପଣ୍ଡା ଘଟଣାସ୍ଥଳରେ ପହଞ୍ଚତ୍ ବୁଝାଶୁଝା କରିବା ପରେ ଡାକ୍ତର, କର୍ମଚାରୀ ଧାରଣାରୁ ଉଠି ନିଜ କାର୍ଯ୍ୟରେ ଯୋଗଦେଇଥିଲେ। ଏ ସଂକ୍ରାନ୍ତରେ ମେଡ଼ିକାଲ ଅଫିସର ତଥା ସ୍ତ୍ରୀ ରୋଗ ବିଶେଷଜ୍ଞ ପ୍ରଜ୍ଞା ପ୍ରତିଶ୍ରୁତି ମାଝୀଙ୍କୁ ପଚାରିବାରୁ ମୁଁ ସକାଳ ୮ଟାରେ କ୍ବାର୍ଟର୍ସରେ ଥିବାବେଳେ ହଠାତ୍‌ ୫ ଜଣ ଅଚିହ୍ନା ଲୋକ ଦୁର୍ବ୍ୟବହାର କରିଥିଲେ। ରୋଗୀ ଦେଖି ୧୦ଟାରେ ଅଫିସ ଯିବି, ଯଦି ଅଭିଯୋଗ କରିବାର ଅଛି କମ୍ପ୍ଲେନ ବାକ୍ସରେ ଦେଇପାରିବେ ବୋଲି କହିଥିଲି। ଆଉଟଡୋର ଡାକ୍ତରଙ୍କୁ ମଧ୍ୟ ବିଭିନ୍ନ କଥା କହିଥିଲେ, ସେଥିପାଇଁ ସିଡ଼ିଏମ୍‌ଓଙ୍କୁ ଜଣାଇ ଧାରଣାରେ ବସିଥିଲୁ ବୋଲି ପ୍ରକାଶ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ, ପଡିଲା ପଶୁବଳି

ବଲାଙ୍ଗିର,୨୩/୧୨ (ସୁନିଲ କୁମାର ମହାନ୍ତି): ଆଜି ପ୍ରସିଦ୍ଧ ପ୍ରସିଦ୍ଧ ଶୁଲିଆ ଯାତ୍ରା । ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା ଓ ସାନଖଳାରେ ପାରମ୍ପରିକ...

ଚଳନ୍ତା ଟ୍ରକକୁ ପଛପଟୁ ଧକ୍କା ଦେଲା ଆଉ ଏକ ଟ୍ରକ, ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର

ପଟ୍ଟାଙ୍ଗି, ୨୩।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାସ୍ଥିତ ପଡାଲଗୁଡା ଛକ ଉପରେ ଚଳନ୍ତା ଟ୍ରକକୁ ଅନ୍ୟ ଏକ ଟ୍ରକ ପଛ...

ଟ୍ରାକ୍ଟରକୁ ଧକ୍କାଦେଲା ପିକ୍‌ନିକ୍‌ ବସ୍, ୨୦ ଆହତ

ସୋନପୁର: କୁହୁଡି ପାଇଁ ଦୁର୍ଘଟଣା । ସକାଳୁ ସକାଳୁ ବିନିକାରୁ ସଡ଼କ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଏନ୍‌ଏଚ୍ ୧୨୬ (A)ରେ ପିକ୍‌ନିକ୍‌ ବସ୍...

ପାକିସ୍ତାନୀଙ୍କୁ ଔକାତ୍‌ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ, ରାଗିଗଲେ ନକ୍‌ଭି, ICC ନିକଟରେ କରିବେ ଅଭିଯୋଗ

ନୂଆଦିଲ୍ଲୀ,୨୩।୧୨: ପାକିସ୍ତାନ ୧୯ ବର୍ଷରୁ କମ୍‌ ଏସିଆ କପ ଫାଇନାଲରେ ଭାରତ ବିପକ୍ଷରେ ବିଜୟୀ ହୋଇଛି। ରବିବାର ମ୍ୟାଚ ସମୟରେ ଦଳର ପରାମର୍ଶଦାତା ସରଫରାଜ ଅହମ୍ମଦ...

ପୋଲିସ ଷ୍ଟେଶନକୁ ଚାଲି ଚାଲି ଗଲେ ମୃତକ, ଯାହାଙ୍କ ୬୧ ଦିନ ପୂର୍ବରୁ ହୋଇଥିଲା ଶେଷକୃତ୍ୟ, ସମ୍ପୂର୍ଣ୍ଣ ଖବର ଜାଣିଲେ…

ରାୟପୁର,୨୩।୧୨: ଛତିଶଗଡ଼ର ଜଶପୁର ଜିଲାରେ ପଞ୍ଜିକୃତ ଏକ ହତ୍ୟା ମାମଲା ପୋଲିସ ଷ୍ଟେଶନରେ ପହଞ୍ଚିବା ପରେ ସମ୍ପୂର୍ଣ୍ଣ ମୋଡ଼ ନେଇଥିଲା। ମୃତ ବୋଲି ଧରି ଦାହ...

ଶୀତ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ବାଚସ୍ପତି, ଆଜି ମୁଖ୍ୟମନ୍ତ୍ରୀଙ୍କୁ ଦିଆଯିବ ନିମନ୍ତ୍ରଣ

ଦାରିଙ୍ଗବାଡି, ୨୩।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ...

ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ମୃତଦେହ ଆଣିବା ପାଇଁ ଜିଲାପାଳଙ୍କୁ ଅସହାୟ ପରିବାରର ଗୁହାରି 

ଦିଗପହଣ୍ଡି,୨୩|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକଙ୍କ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ମୃତ୍ୟୁ...

ହସ୍ପିଟାଲରେ ରୋଗୀଙ୍କୁ ଲାତ ମୁଥ ମାରିଲେ ଡାକ୍ତର, ଭିଡିଓ ଭାଇରାଲ ପରେ ମୁଖ୍ୟମନ୍ତ୍ରୀ…..

ନୂଆଦିଲ୍ଲୀ,୨୩।୧୨: ହିମାଚଳ ପ୍ରଦେଶର ସବୁଠାରୁ ବଡ଼ ଡାକ୍ତରଖାନାରେ ଜଣେ ରୋଗୀ ଏବଂ ଜଣେ ଡାକ୍ତରଙ୍କ ମଧ୍ୟରେ ପ୍ରବଳ ଝଗଡ଼ା ହୋଇଥିଲା। ସିମଲାର ଇନ୍ଦିରା ଗାନ୍ଧୀ ମେଡିକାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri