Posted inଖେଳ

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ ବିଜୟ ପରେ ପାକିସ୍ତାନୀ କୋଚ୍ ତଥା ପୂର୍ବତନ ଅଧିନାୟକ ସରଫରାଜ ଅହମ୍ମଦ ଭାରତୀୟ ଖେଳାଳିଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ସରଫରାଜ ଭାରତୀୟ ଦଳର ଆଚରଣକୁ “ଅନୈତିକ” ଏବଂ “କ୍ରୀଡ଼ା ମନୋଭାବ ବିହୀନ” ବୋଲି କହିଛନ୍ତି।

ମ୍ୟାଚ୍ ଚାଲିଥିବା ସମୟରେ ପାକିସ୍ତାନୀ ଡଗ୍‌ଆଉଟ୍‌ର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା, ଯେଉଁଥିରେ ସରଫରାଜ ନିଜ ଖେଳାଳିଙ୍କୁ ସଂଯମତା ରକ୍ଷା କରିବାକୁ ପରାମର୍ଶ ଦେଉଥିବା ଦେଖାଯାଇଥିଲା। ପରେ ଏକ ସାମ୍ବାଦିକ ସମ୍ମିଳନୀରେ ସେ ଏହାକୁ ସ୍ପଷ୍ଟ କରି କହିଥିଲେ ଯେ, “ଆମେ ପୂର୍ବରୁ ଅନେକ ଭାରତୀୟ ଦଳ ସହ ଖେଳିଛୁ ଯେଉଁମାନେ କ୍ରିକେଟକୁ ସମ୍ମାନ ଦିଅନ୍ତି। କିନ୍ତୁ ଏହି ଯୁବ ଖେଳାଳିଙ୍କ ବ୍ୟବହାର କ୍ରୀଡ଼ା ପ୍ରତି ଅସମ୍ମାନଜନକ ଥିଲା।”

ସରଫରାଜ ଆହୁରି ମଧ୍ୟ କହିଛନ୍ତି, “ଭାରତୀୟ ଦଳର ଆଚରଣ ଅନୈତିକ ଥିଲା, କିନ୍ତୁ ମୁଁ ମୋ ଖେଳାଳିଙ୍କୁ କହିଥିଲି ଯେ ସେମାନେ ଯାହା କରୁଛନ୍ତି କରିବାକୁ ଦିଅ, ତୁମେମାନେ କେବଳ ନିଜ ଖେଳ ଉପରେ ଧ୍ୟାନ ଦିଅ। ଆମେ ବିଜୟକୁ ଉଚିତ୍ କ୍ରୀଡ଼ା ମନୋଭାବ ସହ ପାଳନ କରିଛୁ।”


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ

ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...

ଜିଦରେ ଅଟଳ ରହିପାରିଲାନି ବାଂଲାଦେଶ, ଏବେ ଭାରତକୁ କହିଲାଣି…

ଢାକା,୨୪।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଆର୍ଥିକ ପରାମର୍ଶଦାତା ସାଲେହୁଦ୍ଦିନ ଅହମ୍ମଦ ମଙ୍ଗଳବାର (ଡିସେମ୍ବର ୨୩, ୨୦୨୫) କହିଛନ୍ତି ଯେ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ନୂଆଦିଲ୍ଲୀ...

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ବାଂଲାଦେଶ ହିଂସା: ହିନ୍ଦୁଙ୍କ ଘର ଜାଳିଦେଲେ କଟ୍ଟରପନ୍ଥୀ, ସାମ୍ନାକୁ ଆସିଲା ଭୟଙ୍କର ଭିଡ଼ିଓ

ଢାକା,୨୪।୧୨: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାରର ଧାରା ଥମିବାର ନାଁ ନେଉନାହିଁ। ବାଂଲାଦେଶୀ ଲେଖିକା ତସଲିମା ନସରିନ ଏକ ଭିଡିଓ ଜାରି କରିଛନ୍ତି ଯେଉଁଥିରେ ଚିଟାଗଙ୍ଗରେ...

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri