ବଡ଼ଦିନରୁ ବଢ଼ିବ ଶୀତ: କୁହୁଡ଼ି ପାଇଁ ଏହି ୧୨ ଜିଲାକୁ ସତର୍କତା

ଭୁବନେଶ୍ୱର,୨୩ା୧୨(ବନ୍ଦନା ସେଠୀ): ବଡଦିନରୁ ଆହୁରି ବଢିବ ଶୀତ। ରାଜ୍ୟରେ ଏବେ ଶୀତର ଲହରି ଜାରି ରହିଥିବାବେଳେ ଆସନ୍ତା ୨୫ରୁ ଶୀତ ପ୍ରକୋପ ଅସମ୍ଭାଳ ହେବ। ପଶ୍ଚିମା ଝଡ଼ର ପ୍ରସ୍ଥାନ ପରେ ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ବୃଦ୍ଧି ସହ ଶୀତର ମାତ୍ରା ବୃଦ୍ଧି ପାଇବା ନେଇ ସୂଚନା ମିଳିଛି। ଆସନ୍ତା ୭ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ କିଛି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତେବେ କିଛି ସ୍ଥାନରେ ୧ରୁ ୨ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ସେହିପରି ଆଗାମୀ ୫ଦିନ ପର୍ଯ୍ୟନ୍ତ କୁହୁଡି ନେଇ ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ଜଗତ୍‌ସିଂହପୁର, ସୋନପୁର, ବଲାଙ୍ଗୀର, କେନ୍ଦ୍ରାପଡ଼ା, କନ୍ଧମାଳ ଏବଂ କଳାହାଣ୍ଡି ଜିଲାକୁ ସତର୍କ କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଗତ ୨୪ଘଣ୍ଟାରେ ରାଜ୍ୟର ପ୍ରାୟ ସମସ୍ତ ଜିଲାରେ ସାଧାରଣ ତାପମାତ୍ରା ରହିଥିଲା। କୋରାପୁଟରେ ସର୍ବାଧିକ ଥଣ୍ଡା ଅନୁଭୂତ ହୋଇଥିଲା। ଏଠାରେ ସର୍ବନିମ୍ନ ତାପମାତ୍ରା ୫.୫ ଡିଗ୍ରୀ ରହିଥିଲା। ଏହା ସ୍ବାଭାବିକ ତାପମାତ୍ରାଠାରୁ ୭.୨ ଡିଗ୍ରୀ କମ୍‌ ରହିଥିଲା। ସେହିପରି ଜି.ଉଦୟଗିରିରେ ୬.୮ ଡିଗ୍ରୀ, ଦାରିଙ୍ଗିବାଡ ୭, ସେମିଳିଗୁଡା ଓ ଫୁଲବାଣୀରେ ୮ଡିଗ୍ରୀ, ନବରଙ୍ଗପୁର ୮.୫, ବୌଦ୍ଧ ୯.୨, ଚିପିଲିମା ଓ ରାଉରକେଲାରେ ୯.୯ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ଏଥିସହ ଭୁବନେଶ୍ୱରରେ ୧୩.୬ ଡିଗ୍ରୀ ଏବଂ କଟକରେ ୧୨.୪ ଡିଗ୍ରୀ ତାପମାତ୍ରା ରହିଛି। ଏଥିସହ ସୋମବାର ରାଉରକେଲା, ବଲାଙ୍ଗୀର, ସୋନପୁର, ଝାରସୁଗୁଡା ଓ ଫୁଲବାଣୀରେ ଘନ କୁହୁଡି ଏବଂ ଭବାନୀପାଟଣା, କୋରାପୁଟ, ବାରିପଦା, ପାରାଦୀପ, କେନ୍ଦୁଝର, ସମ୍ବଲପୁର ଓ ହୀରାକୁଦରେ ମଧ୍ୟମରୁ ସାମାନ୍ୟ କୁହୁଡି ପରିଲକ୍ଷିତ ହୋଇଥିଲା।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri