ଜାନୁଆରୀ ୩୧ ସୁଦ୍ଧା ଟଙ୍କା ଫେରିପାଇବେ ୫ ଲକ୍ଷ କ୍ଷୁଦ୍ର ଚିଟ୍‌ଫଣ୍ଡ ଜମାକାରୀ

ଭୁବନେଶ୍ୱର, ୨୩।୧୨(ସୁନିତ୍‌ ମିଶ୍ର): ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଥିବା ସମସ୍ତ କ୍ଷୁଦ୍ର ଆବେଦନକାରୀଙ୍କୁ ଟଙ୍କା ଫେରସ୍ତ ପାଇବା ଲାଗି ଆବେଦନ କରିବାକୁ ଅର୍ଥ ବିଭାଗ ବିଜ୍ଞପ୍ତି ଜାରି କରିଛି। କ୍ଷୁଦ୍ର ଜମାକାରୀମାମାନେ ଏହାର ସୁଯୋଗ ନେବା ସହିତ ସମସ୍ତେ ଆବେଦନ କରିବା ଲାଗି ଅର୍ଥ ବିଭାଗ ପକ୍ଷରୁ କୁହାଯାଇଛି। ଅନ୍ୟପଟେ ୨୦୨୬ ଜାନୁଆରୀ ୩୧ ସୁଦ୍ଧା ଟଙ୍କା ଫେରସ୍ତ ପ୍ରକ୍ରିୟା ଚାଲୁ ରହିବ। ତଦନ୍ତ କମିଶନ ସୁପାରିସ କରିଥିବା ଏବଂ ଟଙ୍କା ଫେରସ୍ତ ପାଇ ନ ଥିବା ସମସ୍ତ କ୍ଷୁଦ୍ର ଜମାକାରୀ ଅର୍ଥାତ୍‌ ଯେଉଁମାନେ ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ଜମା କରିଥିଲେ ସେମାନେ ଏହି ସୁଯୋଗର ଲାଭ ଉଠାଇପାରିବେ। ୮ ହଜାର ଟଙ୍କା ପର୍ଯ୍ୟନ୍ତ ଜମା କରିଥିବା ଗୋଲ୍‌ଡେନ ଲ୍ୟାଣ୍ଡ ଡେଭଲପର୍ସ କମ୍ପାନୀ ସମୂହର ପ୍ରଥମ ପର୍ଯ୍ୟାୟରେ ଫେରସ୍ତ ପାଇ ନ ଥିବା ଜମାକାରୀମାନେ ମଧ୍ୟ ଉପକୃତ ହେବେ। ଜମାକାରୀମାନେ ଆବଶ୍ୟକ କାଗଜପତ୍ର ସହିତ ଆର୍‌ଆଇଙ୍କ ନିକଟରେ ଯୋଗାଯୋଗ କଲେ ୧୫ ଦିନ ଭିତରେ ସେମାନଙ୍କ ଜମାରାଶି ଫେରିପାଇବେ। ଯଦି କୌଣସି ଜମାକାରୀ ଅଧିକ ତଥ୍ୟ ସରକାରଙ୍କ ତରଫରୁ ଜାଣିବାକୁ ଚାହାନ୍ତି ତେବେ ଜାରି କରାଯାଇଥିବା ୦୬୭୪-୨୩୯୫୧୫୩ରେ ଯୋଗାଯୋଗ ମଧ୍ୟ କରିପାରିବେ। ନିୟମ ମୁତାବକ ଜମାକାରୀମାନେ ଆଧାର କାର୍ଡ, ଭୋଟର କାର୍ଡ, ଡିଏଲ୍‌, ପାନ୍‌ କାର୍ଡ ଇତ୍ୟାଦି ଦାଖଲ କରିପାରିବେ। ମୂଳ ଜମା ରସିଦ ଦାଖଲ କରିବେ। ବ୍ୟାଙ୍କ ଆକାଉଣ୍ଟ ତଥ୍ୟ ଦାଖଲ କରିବେ। ଜିଲା ସରକାରୀ ଓ୍ବେବସାଇଟ୍‌ରେ ସରକାରଙ୍କ ପକ୍ଷରୁ ଜମାକାରୀଙ୍କ ତାଲିକା ରହିଛି।
ଏନେଇ ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ମିଳିତ ମଞ୍ଚର ଆବାହକ ଜୟନ୍ତ ଦାସ କହିଛନ୍ତି, ଅର୍ଥ ବିଭାଗର ବିଜ୍ଞପ୍ତି ଅନୁଯାୟୀ, ଯେଉଁ ବିଜ୍ଞାପନ ଦେଇ କ୍ଷୁଦ୍ର ଜମାକାରୀଙ୍କୁ ଟଙ୍କା ଫେରସ୍ତ ପ୍ରକ୍ରିୟା ବନ୍ଦ ଥିଲା ତାକୁ ପୁନର୍ବାର ଆରମ୍ଭ କରିଥିବାରୁ ସରକାରଙ୍କୁ ସାଧୁବାଦ। ହେଲେ ଭାଜପା ସରକାରକୁ ଆସିବାର ୧୮ ମାସ ଭିତରେ ରାଜ୍ୟର ସମସ୍ତ କ୍ଷୁଦ୍ର ଓ ବୃହତ୍‌ ଜମାକାରୀଙ୍କୁ ତହସିଲଦାରମାନଙ୍କ ଜରିଆରେ ଚିହ୍ନଟ କରି ଟଙ୍କା ଫେରସ୍ତ କରିବ ବୋଲି ନିର୍ବାଚନ ସମୟରେ ପ୍ରକାଶିତ ଘୋଷଣା ପତ୍ରରେ ଉଲ୍ଲେଖ କରିଥିଲା। ସେମାନେ ତାଙ୍କ ପ୍ରତିଶ୍ରୁତି ରକ୍ଷା କରନ୍ତୁ, ସମସ୍ତ କ୍ଷୁଦ୍ର ଓ ବୃହତ ଜମାକାରୀଙ୍କୁ ତୁରନ୍ତ ଟଙ୍କା ଫେରସ୍ତ ନ କଲେ ଆନ୍ଦୋଳନକୁ ଓହ୍ଲାଇବାକୁ ବାଧ୍ୟ ହେବୁ ବୋଲି ସେ କହିଛନ୍ତି।
ଏନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ କହିଛନ୍ତି, ସରକାର ଚିଟ୍‌ଫଣ୍ଡ ଟଙ୍କା ଫେରାଇବା ଲାଗି ମନ ସ୍ଥିର କରିଛନ୍ତି। ଯେଉଁମାନେ ଟଙ୍କା ଦେଇଛନ୍ତି ସେମାନେ ପର୍ଯ୍ୟାୟକ୍ରମେ ଆବେଦନ କଲେ ଅର୍ଥ ଫେରିପାଇବେ। ଲୋକଙ୍କ ସମସ୍ୟା ସମାଧାନ କରିବା ଦାୟିତ୍ୱ ମିଳିଛି, ତାହା ଆମେ ପର୍ଯ୍ୟାୟକ୍ରମେ କରିବୁ। ପୂର୍ବ ସରକାର ସମୟରେ ଚିଟ୍‌ଫଣ୍ଡ କେଳେଙ୍କାରୀ ହେଲା। ସେହି ସମୟରେ ସିବିଆଇ ତଦନ୍ତ ହୋଇ ଏଥିରେ ସମ୍ପୃକ୍ତ ଅନେକଙ୍କୁ ଗିରଫ କରାଗଲା। ହେଲେ ପୂର୍ବ ସରକାର ଟଙ୍କା ଫେରାଇବା କଥା, ସେମାନେ ତାହା ନ କରିବାରୁ ଏହି କାର୍ଯ୍ୟ ଭାଜପା ସରକାର କରୁଛି ବୋଲି ସେ କହିଛନ୍ତି।
ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି, ଯେଉଁମାନେ ୧୦ ହଜାର ଟଙ୍କା ତଳକୁ ଜମା କରିଥିଲେ ସେମାନଙ୍କୁ ଟଙ୍କା ଫେରସ୍ତ କରିବାର ପ୍ରକ୍ରିୟା ସରକାରଙ୍କ ତରଫରୁ ଆରମ୍ଭ ହୋଇଛି। ୫ ଲକ୍ଷ କ୍ଷୁଦ୍ର ଜମାକାରୀଙ୍କୁ ଟଙ୍କା ଫେରସ୍ତ କରିବା ପାଇଁ ଚିହ୍ନଟ କରାଯାଇଛି। ନିର୍ବାଚନ ସମୟରେ ଏନେଇ ପ୍ରତିଶ୍ରୁତି ଦିଆଯାଇଥିଲା, ତାହା ପାଳନ କରିବା ଆରମ୍ଭ ହୋଇଛି। ବହୁତ ଲୋକ ପୂର୍ବରୁ ପାଇଗଲେଣି। ଏଥର ଅନେକ ସ୍ବଳ୍ପ ଜମାକାରୀ ପାଇଯିବେ। ପର୍ଯ୍ୟାୟକ୍ରମେ ସବୁ ପ୍ରକ୍ରିୟା ଦ୍ରୁତଗତିରେ କରାଯାଉଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri