ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ମୃତଦେହ ଆଣିବା ପାଇଁ ଜିଲାପାଳଙ୍କୁ ଅସହାୟ ପରିବାରର ଗୁହାରି 

ଦିଗପହଣ୍ଡି,୨୩|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକଙ୍କ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ମୃତ୍ୟୁ ହୋଇଛି । ତେବେ ଏହାଶୁଣି ପରିବାର ଲୋକେ ଭାଙ୍ଗିପଡିଥିବା ବେଳେ ତାଙ୍କ ମୃତଦେହ ଭିଟାମାଟିକୁ ଆଣିବା ପାଇଁ ଗ୍ରାମବାସୀ ଏବଂ ସରପଞ୍ଚ ପ୍ରତିନିଧି ମଙ୍ଗଳା ଗମାଙ୍ଗ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ଙ୍କ ନିକଟରେ ଗୁହାରି କରିଥିଲେ ।

ଖବରଅନୁସାରେ, ଅରକ୍ଷିତ ସେଠାକାର ଏକ ଅଏଲ କମ୍ପାନୀର ପାଚେରୀ ନିର୍ମାଣ କାମରେ ନିୟୋଜିତ ଥିଲେ।ସୋମବାର ସକାଳ ପ୍ରାୟ ୭ ଟାରେ ଲୁହା ପାଇପରେ ନିର୍ମିତ ଭାଡ଼ି ଭାଙ୍ଗିଯିବା କାରଣରୁ ଅରକ୍ଷିତ ସେଠାରେ ଚାପି ହୋଇ ବିଦ୍ୟୁତ ଆଘାତରେ ଚେତାଶୂନ୍ୟ ହୋଇଯାଇଥିଲେ। ତାଙ୍କୁ ସାଥି ଶ୍ରମିକମାନେ ଗୁରୁତର ଅବସ୍ଥାରେ ଉଦ୍ଧାର କରି ନିକଟସ୍ଥ ହସ୍ପିଟାଲକୁ ନେଇଥିଲେ ।ସେଠାରେ ଉପସ୍ଥିତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।ଫୋନ ଯୋଗେ ପରିବାର ଲୋକେ ଏହି ଖବର ପାଇବା ପରେ ଦୁଃଖରେ ମ୍ରିୟମାଣ ହୋଇପଡ଼ିଥିଲେ।।ଏନେଇ ଜିଲାପାଳ ଶ୍ରମ ଅଧିକାରୀଙ୍କୁ ଅବଗତ କରାଇଥିଲେ। ସେଠାକାର ପୋଲିସ ପ୍ରଶାସନ ସହ ଯୋଗାଯୋଗ କରାଯାଇ ତାଙ୍କ ମୃତଦେହ ଗାଁକୁ ଆଣିବା ପାଇଁ ପଦକ୍ଷେପ ନିଆଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି ।

ମୃତକଙ୍କ ପରିବାରର ଆର୍ଥିକ ସ୍ଥିତିକୁ ଅନୁଧ୍ୟାନ କରାଯାଇ ଅନୁକମ୍ପା ମୂଳକ ସରକାରୀ ସହାୟତା ଦିଆଯିବ ବୋଲି ସେ କହିଛନ୍ତି। ଏନେଇ ସରପଞ୍ଚ ପ୍ରତିନିଧି ସାନଖେମୁଣ୍ଡି ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକ ଏବଂ ବିଡ଼ିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କୁ ଜଣାଇଥିବା କହିଛନ୍ତି। ଅରକ୍ଷିତ ତାଙ୍କ ପରିବାରର ଏକମାତ୍ର ରୋଜଗାରକ୍ଷମ ବ୍ୟକ୍ତି ଥିଲେ। ତାଙ୍କ  ବାପା ଅଲେଖ ନାୟକ କିଛିବର୍ଷ ହେଲା ମୃତ୍ୟୁବରଣ କରିଥିଲେ। ଘରେ ବିଧବା ମା ଏବଂ ୪ ଭଉଣୀ ଅଛନ୍ତି। ସେ ଗତ ପ୍ରାୟ ୩ ମାସ ପୂର୍ବେ ଦାଦନ ଖଟିବାକୁ ତାମିଲନାଡୁ ଯାଇଥିଲେ ବୋଲି ଗ୍ରାମର ସଞ୍ଜୀବ ସର୍ଦ୍ଦାର,ରୋହିତ ସର୍ଦ୍ଦାର,ତ୍ରିନାଥ ଦଳାଇ,ଧରମା ନାୟକ,ଭଗବତୀ ପାତ୍ର, ଜିତୁ ନାୟକ, ଅକୁର ପାତ୍ର,କେଞ୍ଚୁ ଦଳେଇ ପ୍ରମୁଖ ଜଣାଇଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri