ଚଳନ୍ତା ଟ୍ରକକୁ ପଛପଟୁ ଧକ୍କା ଦେଲା ଆଉ ଏକ ଟ୍ରକ, ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର

ପଟ୍ଟାଙ୍ଗି, ୨୩।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାସ୍ଥିତ ପଡାଲଗୁଡା ଛକ ଉପରେ ଚଳନ୍ତା ଟ୍ରକକୁ ଅନ୍ୟ ଏକ ଟ୍ରକ ପଛ ପଟରୁ ଧକ୍କା ଦେଇ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ବେଳେ ଅଳ୍ପକେ ବର୍ତ୍ତିଯାଇଛନ୍ତି ଡ୍ରାଇଭର। ସୂଚନା ମୁତାବକ, ସୋମବାର ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ୍‌ ସମୟରେ ଯଥା ଆନ୍ଧ୍ର , ଓଡିଶା ଏବଂ ଛତିଶଗଡ଼ ପ୍ରମୁଖକୁ ସଂଯୋଗ କରିଥିବା ୨୬ନଂ ଜାତୀୟ ରାଜପଥ ଦେଇ କୋରାପୁଟ ଅଭିମୁଖେ ଯାଉଥିବା CG07BN 4439 ଟି ଆଗପଛ ହୋଇ ଯାଉଥିବା ସମୟରେ ଅତ୍ୟଧିକ କୁହୁଡ଼ି ଯୋଗୁ ଉକ୍ତ ଟ୍ରକ ପଛରେ ରହିଥିବା ଅନ୍ୟ ଏକ ଟ୍ରକ ନମ୍ବର AP39W 6299ଟି ଭାରସାମ୍ୟ ହରାଇ ଉପରୋକ୍ତ ଟ୍ରକ ପଛପଟରୁ ଧକ୍କା ଦେଇଥିଲା । ଫଳରେ ଟ୍ରକଟି ସମ୍ମୁଖ ପଟରୁ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ବେଳେ ଡ୍ରାଇଭର  ଆର. ଜଗନ୍ନାଥ ରାଓ  ଟ୍ରକ ଭିତରେ ଚାପି ହୋଇ ରହି ଯାଇଥିଲା । ଖବରପାଇ ସ୍ଥାନୀୟ ପୋଲିସ ଅଗ୍ନିଶମ ବିଭାଗ କର୍ମଚାରୀଙ୍କୁ ନେଇ ଘଟଣାସ୍ଥଳେ ପହଞ୍ଚି କଟର ମାଧ୍ୟମରେ ଟ୍ରକ ଭିତରେ ଚାପି ହୋଇ ରହିଥିବା ଡ୍ରାଇଭରଙ୍କୁ ଉଦ୍ଧାର କରି ପ୍ରଥମେ ପଟ୍ଟାଙ୍ଗି ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇ ପ୍ରାଥମିକ ଚିକିତ୍ସା ପରେ ସମ୍ପର୍କୀୟମାନେ ଓ ଟ୍ରକ ମାଲିକ ଆନ୍ଧ୍ର ରାଜ୍ୟର ବିଶାଖାପାଟଣା ସ୍ଥିତ ଏକ ଘରୋଇ ସ୍ବାସ୍ଥ୍ୟ କେନ୍ଦ୍ରକୁ ସ୍ଥାନାନ୍ତରିତ କରିଛନ୍ତି । ଟ୍ରକରେ ହେଲପର ନଥିବା ବେଳେ ହେଲପର ବସିବା ପାଶର୍‌ବରେ ଅନେକ କ୍ଷତି ହୋଇଥିବା ବେଳେ ହେଲପର ମଧ୍ୟ ମୃତ୍ୟୁ ମୁଖରୁ ବଞ୍ଚି ଯାଇଛନ୍ତି। ଟ୍ରକର ହେଲପର ସ୍ଥାନୀୟ ପଟ୍ଟାଙ୍ଗି ବ୍ଲକ ସଦର ମହକୁମାର ବୋଲି ଜଣାପଡିଛି ।

Dharitri – The Largest & Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri