ଚାଲିଗଲା ମା’ ଛେଉଣ୍ଡ ଛୁଆହାତୀ ଶମ୍ଭୁର ଜୀବନ

ବାରଙ୍ଗ,୨୩।୧୨(ଲିଙ୍ଗରାଜ ରାଉତ): ଚନ୍ଦକା ଜଙ୍ଗଲର କୁମାରଖୁଣ୍ଟିରେ ରହୁଥିବା ୬ମାସର ମା’ଛେଉଣ୍ଡ ହାତୀ ଛୁଆ ଶମ୍ଭୁ ମଙ୍ଗଳବାର ମୃତ୍ୟୁବରଣ କରିଛି। ମୃତ୍ୟୁର ପ୍ରକୃତ କାରଣ ଜଣାପଡି ନ ଥିବାବେଳେ ହର୍ପିକସ୍‌ କିମ୍ବା ଆଭ୍ୟନ୍ତରିଣ ଅସୁବିଧା ଯୋଗୁ ଶମ୍ଭୁର ମୃତ୍ୟୁ ଘଟିଛି ବୋଲି ବନ ବିଭାଗ ପକ୍ଷରୁ ସନ୍ଦେହ କରାଯାଉଛି।

ମିଳିଥିବା ସୂଚନା ମୁତାବକ, ଚଳିତ ମାସ ୧୪ ତାରିଖରେ କେନ୍ଦୁଝର ବନଖଣ୍ଡରୁ ଉଦ୍ଧାର ହୋଇ ଚନ୍ଦକା ଆସିଥିଲା ଶମ୍ଭୁୁ। ଚନ୍ଦକା ଆସିବା ପରେ ତାକୁ କୁମାରଖୁଣ୍ଟିଠାରେ ଥିବା ବାଲ ହସ୍ତୀ ଭବନରେ ରଖାଯାଇ ଲାଳନ ପାଳନ କରାଯାଉଥିଲା। ମା’ ଓ ହାତୀ ପଲଠାରୁ ଅଲଗା ହୋଇ ଏକ ଖାଲରେ ପଡ଼ି ଯାଇଥିଲା ୬ ମାସର ଅଣ୍ଡିରା ହାତୀଛୁଆ ଶମ୍ଭୁ। ଖାଲରେ ପଡ଼ିବାରୁ ତା ପଛଗୋଡରେ ଆଘାତ ଲାଗି ଚାଲିବାରେ ଅସୁବିଧା ହେଉଥିଲା। ବନ ବିଭାଗ ଉଦ୍ଧାର କରି ମା’ ଏବଂ ହାତୀପଲ ସହ ମିଶାଇବାକୁ ଚେଷ୍ଟାକରି ବିଫଳ ହେବାରୁ ଚନ୍ଦକା ଅଣାଯାଇଥିଲା। ଚନ୍ଦକା ଆସିବା ପରେ ଛୁଆ ହାତୀର ନାମ ଶମ୍ଭୁ ରଖାଯାଇଥିଲା।

ହାତୀଛୁଆ ଆସିବା ପରେ ଚନ୍ଦକା ବନଖଣ୍ଡରେ ଖୁସିର ଲହରୀ ଖେଳିଯାଇଥିଲା। ହେଲେ ହଠାତ୍‌ ସମ୍ବୁର ମୁତ୍ୟୁ ସମସ୍ତଙ୍କୁ ବ୍ୟତିବ୍ୟସ୍ତ କରିଛି। ସୋମବାର ସକାଳେ ଶମ୍ଭୁ ଅସୁସ୍ଥ ହୋଇପଡିଥିଲା। ପରେ ଚନ୍ଦକା ବନବିଭାଗ ଅଧିକାରୀ ସ୍ଥାନୀୟ ପଶୁ ଚିକିତ୍ସକ ଏବଂ ନନ୍ଦନକାନନର ପଶୁ ଚିକିତ୍ସା ଦଳ ସହିତ ପରାମର୍ଶ କ୍ରମେ ଚିକିତ୍ସା ଆରମ୍ଭ କରିଥିଲେ।

ହେଲେ ସାରେ ସ୍ବାସ୍ଥ୍ୟରେ ଉନ୍ନତିହେବା ସହ ସମ୍ଭୁ ଖାଦ୍ୟ ଗ୍ରହଣ କରି ଧୀରେ ଧୀରେ ଚାଲିବା ଆରମ୍ଭ କରିଥିଲା । ହେଲେ ମଙ୍ଗଳବାର ସକାଳେ ପୁଣି ସ୍ବାସ୍ଥ୍ୟ ଅବସ୍ଥାରେ ଅବନତି ଦେଖାଦେଇଥିଲା। ସାଲାଇନ ଓ ଔଷଧ ଦିଆଯାଇ ଚିକିତ୍ସକଙ୍କ ଦ୍ୱାରା ଚିକିତ୍ସା ଆରମ୍ଭ ସତ୍ତ୍ୱେ ଶମ୍ଭୁର ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ନ ଥିଲା। ଶମ୍ଭୁର ସ୍ବାସ୍ଥ୍ୟରେ ସୁଧାର ଆଣିବାପାଇ ନନ୍ଦନକାନନକୁ ସ୍ଥାନାନ୍ତର କରିବାକୁ ବନବିଭାଗ ଯୋଜନା କରାଯାଇଥିବା ବେଳେ ମଙ୍ଗଳାବର ସକାଳ ସାଢେ ୭ଟା ସମୟରେ ଶମ୍ଭୁର ମୁତ୍ୟୁ ଘଟିଥିଲା। ଯାହାକୁନେଇ ଚନ୍ଦକା ବନ ବିଭାଗ କର୍ମଚାରୀମାନଙ୍କ ମଧ୍ୟରେ ଦୁଃଖର ବାତାବରଣ ଖେଳିଯାଇଛି।

କେଉଁ କାରଣରୁ ଶମ୍ଭୁର ମୃତ୍ୟୁ ଘଟିଲା ତାହା ବର୍ତ୍ତମାନ ଅସ୍ପଷ୍ଟ ରହିଛି। ହର୍ପିକସ କିମ୍ବା ଆଭ୍ୟନ୍ତରିଣ ଅସୁବିଧା ଯୋଗୁ ହାତୀ ଛୁଆର ମୃତ୍ୟୁ ଘଟିଛି ବୋଲି ସନ୍ଦେହ କରାଯାଉଥିବା ବେଳେ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡିବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri