କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ ହେବ। ଏଥିପାଇଁ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଭଞ୍ଜନଗର ବିଧାୟକ ତଥା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର କର୍ମକର୍ତ୍ତା ପ୍ରଦ୍ୟୁମ୍ନ କୁମାର ନାୟକ ମଙ୍ଗଳବାର ସଭାସ୍ଥଳ ପରିଦର୍ଶନ କରି କାର୍ଯ୍ୟକ୍ରମ କିଭଳି ହେବ ସେନେଇ ସମୀକ୍ଷା କରିଥିଲେ। ଏହି ଅବସରରେ ଆୟୋଜିତ ଖବରଦାତା ସମ୍ମିଳନୀରେ ବିଧାୟକ ନାୟକ କହିଥିଲେ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ସଭାରେ ରାଜ୍ୟ ଓ ରାଜ୍ୟ ବାହାରୁ ପ୍ରାୟ ୫୦ ହଜାରରୁ ଊର୍ଦ୍ଧ୍ୱ କର୍ମକର୍ତ୍ତା ଯୋଗଦେବେ। କାର୍ଯ୍ୟକ୍ରମ କିଭଳି ଭଲରେ ହେବ ସେଥିପାଇଁ ସବୁ ପ୍ରକାର ପଦକ୍ଷେପ ନିଆଯାଇଛି।
ସର୍ଦ୍ଧାର ବଲ୍ଲଭ ଭାଇ ପଟେଲ, ଛତ୍ରପତି ଶିବାଜୀ ମହାରାଜ ଆମ ଜାତି ପାଇଁ ଗର୍ବର ବିଷୟ। ପ୍ରଥମଥର ପାଇଁ ଭଞ୍ଜନଗର ଅଞ୍ଚଳରେ ଆମ ଜାତିର ଏତେ ବଡ ଧରଣର କାର୍ଯ୍ୟକ୍ରମ ଅୟୋଜନ ହେଉଛି ବୋଲି ବିଧାୟକ ନାୟକ କହିଥିଲେ। ଏଥିସହ ସେ କହିଥିଲେ ଆଜି ୭ କୋଟି ଟଙ୍କା ବ୍ୟୟରେ ଦୁଇଟି ରାସ୍ତାର ଶିଳାନ୍ୟାସ କରାଯାଇଅଛି। ଆଗାମୀ ଦିନରେ ଭଞ୍ଜନଗର ବ୍ଲକ ଗାଲେରୀ ଅଞ୍ଚଳବାସୀ ତାହାର ସୁଫଳ ପାଇବେ। ଭଞ୍ଜନଗର ଏନଏସିକୁ ମ୍ୟୁନିସିପାଲଟି କରାଯିବା ଏବଂ ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନଏସିରେ ପରିଣତ କରାଯିବା ଆମ ପାଇଁ ଗର୍ବର ବିଷୟ। ଉକ୍ତ ଦୁଇ ସହରର ବିକାଶ ପାଇଁ ସବୁ ପ୍ରକାର ସହାୟତା ସରକାର ଯୋଗାଇ ଦେବେ। ଆଗାମୀ ଦିନରେ ଆହୁରି ଅନେକ କିଛି ବିକାଶ କରିବା ଲକ୍ଷ୍ୟ ରଖାଯାଇଛି ବୋଲି ବିଧାୟକ କହିଥିଲେ। ବିଧାୟକଙ୍କ ଆଜିର ବିଭିନ୍ନ କାର୍ଯ୍ୟକ୍ରମ ସମୟରେ ଗ୍ରାମ୍ୟ ଉନ୍ନୟନ ବିଭାଗର ଯନ୍ତ୍ରୀମାନେ, ଏମପି ପ୍ରତିନିଧି ସନ୍ତୋଷ ତିଆଡି, ଶିବ ଶଙ୍କର ପ୍ରଧାନ, ରବିନ୍ଦ୍ର ଗୌଡ ଏବଂ ଜାତିର କର୍ମକର୍ତ୍ତା ମାନେ ଉପସ୍ଥିତଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri