ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି ହୋମ, ପୂଜାର୍ଚ୍ଚନା କରିବା ସହ ଧାନମଣ୍ଡି ଶୁଭାରମ୍ଭ କରିଥିଲେ । ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ବ୍ରହ୍ମପୁର ଉପଜିଲାପାଳ ଅବିନାଶ କୁମାର , ଜିଲା ଯୋଗାଣ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ରାଉତରାୟ, ଡିଆର୍‌ସିଏସ୍‌ ଯୋଗମାୟା ସାବତ , ଏଆରସିଏସ୍‌ ଦେବାଶିଷ ସ୍ବାଇଁ , ଏସିଏସଓ ଦେବସ୍ମିତା ମଲ୍ଲିକ, ଦିଗପହଣ୍ଡି ତହସିଲଦାର ସନ୍ତୋଷ କୁମାର ସାହୁ , ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷ ପ୍ରଫୁଲ ପଣ୍ଡା, କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର, ଜିଲା ଭାଜପା କୃଷକ ମୋର୍ଚ୍ଚା ସଭାପତି ମହନ୍ତ ଚିନ୍ମୟାନନ୍ଦ ଦାସ, ସରପଞ୍ଚ ଗୌରୀ ବିଷୋୟୀ, ସମବାୟ ସଭାପତି ଶିବରାମ ପ୍ରଧାନ, ବ୍ଲକ ଯୋଗାଣ ନିରୀକ୍ଷକ ବ୍ରଜେଶ୍ବର ରୟ ଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ। ମୁଖ୍ୟଅତିଥି ତଥା ବିଧାୟକ ଚାଷୀମାନେ ମଣ୍ଡିକୁ ଗୁଣାତ୍ମକ ଧାନ ଆଣିବାକୁ କହିଥିଲେ। ଏଥିସହ ଦାୟିତ୍ୱରେ ଥିବା ମିଲର ଏବଂ ସମବାୟ କର୍ମଚାରୀ ବୃନ୍ଦ ଚାଷୀ ମାନଙ୍କୁ ଧାନକ୍ରୟ ସମୟରେ ସହଯୋଗ କରିବା ନିମନ୍ତେ ପରାମର୍ଶ ଦେଇଥିଲେ। ଫାସିଗୁଡା ସମବାୟ ସମିତିରେ ଚଳିତବର୍ଷ ଚାଷୀଙ୍କଠାରୁ ୯୧୯୧ କୁଇଣ୍ଟାଲ ଧାନ ସଂଗ୍ରହ ନିମନ୍ତେ ଟାର୍ଗେଟ ରହିଥିବା ବେଳେ ମଙ୍ଗଳବାର ସୁଦ୍ଧା ପ୍ରଥମ ପର୍ଯ୍ୟାୟରେ ୨୪୮ ଟୋକେନ ଜେନେରେଟ ହୋଇଥିବା ଜିଲାପାଳ କହିଥିଲେ। ପ୍ରଥମ ଦିନରେ ଚାଷୀଙ୍କଠାରୁ ୧୧୮ କୁଇଣ୍ଟାଲ ଧାନ କ୍ରୟ କରାଯାଇଥିବା ବ୍ଲକ ଯୋଗାଣ ନିରୀକ୍ଷକ ସୂଚନା ଦେଇଥିଲେ। ଏହାପରେ ବିଧାୟକ କରପଡା ପଞ୍ଚାୟତ ଦେଖାଳି ସେବା ସମବାୟ ସମିତିର ନୂତନ ଗୃହର ଉଦଘାଟନ ଏବଂ ଧାନମଣ୍ଡିର ଶୁଭାରମ୍ଭ କରିଥିଲେ। ସ୍ଥାନୀୟ ସରପଞ୍ଚ ଫନିନ୍ଦ୍ର ଚନ୍ଦ୍ର ଗୋସ୍ବାମୀ,କ୍ଷେତ୍ର ଅଧିକାରୀ ଚାନ୍ଦିନୀ ସେଠୀ, ସମବାୟ ସଭାପତି ଚୁଡ଼ାମଣି ପ୍ରଧାନ, ସମ୍ପାଦକ ଅଶୋକ କୁମାର ପ୍ରଧାନଙ୍କ ସମେତ ବହୁ ସଂଖ୍ୟକ ଚାଷୀ ଉପସ୍ଥିତ ଥିଲେ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ଆସନ୍ତା ୨୭-୨୮ରେ ବୁଢ଼ାଡଙ୍ଗର ଲୋକ ମହୋତ୍ସବ: ସମ୍ମାନୀତ ହେବେ…ଯୋଗ ଦେବେ ବଲିଉଡ ସହ…

କେସିଙ୍ଗା,୨୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ସଭାପତି ସୁଶାନ୍ତ କୁମାର ମହାପାତ୍ରଙ୍କ ନେତୃତ୍ୱରେ ବିଏସ୍‌ଏ କାର୍ଯ୍ୟାଳୟ ପରିସରରେ ବୁଧବାର ସାରେ ଏକ...

‘ଲୋକେ ସଚେତନ ହେଲେ ଲୋପ ପାଇବ କୁସଂସ୍କାର’; ୩୬ତମ ବାର୍ଷିକ ଉତ୍ସବରେ…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସରସତୀ ଶିଶୁ ବିଦ୍ୟା ମନ୍ଦିର (ଡିହପଢାଳ) ର ୩୬ ତମ ବାର୍ଷିକ ଉତ୍ସବ ମଙ୍ଗଳବାର ସାଂରେ ପାଳିତ ହୋଇଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri