SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରିଛନ୍ତି। ଏହି ବୈଠକରେ କଟକ ଏସ୍‌.ସି.ବି ମେଡିକାଲକୁ ବିଶ୍ୱସ୍ତରୀୟ କରିବା ସହ ରୋଗୀ ଓ ସମ୍ପର୍କୀୟଙ୍କ ସୁବିଧା ପାଇଁ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।

ଏସ୍‌.ସି.ବି କ୍ୟାମ୍ପସରେ ୬.୫୧ ଏକର ଜମିରେ ଏକ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ ନିର୍ମାଣ ହେବ। ଏହାର ୧୨ ମହଲା ପର୍ଯ୍ୟନ୍ତ ଗାଡ଼ି ପାର୍କିଂ ସୁବିଧା ରହିବା ସହ ବାକି ମହଲାରେ ପ୍ରଶାସନିକ ବ୍ଲକ୍, ଆନାଟୋମୀ ବ୍ଲକ୍ ଏବଂ ଫାର୍ମା କଲେଜ କାର୍ଯ୍ୟକ୍ଷମ ହେବ।

ରାଜ୍ୟର ୭ଟି ପ୍ରମୁଖ ମେଡିକାଲ କଲେଜ (କଟକ, ବ୍ରହ୍ମପୁର, ବୁର୍ଲା, ସୁନ୍ଦରଗଡ଼, କୋରାପୁଟ, ବାରିପଦା ଓ ବଲାଙ୍ଗିର) କ୍ୟାମ୍ପସ୍‌ରେ ରୋଗୀଙ୍କ ସମ୍ପର୍କୀୟଙ୍କ ପାଇଁ ସ୍ୱତନ୍ତ୍ର ବିଶ୍ରାମ ଗୃହ ନିର୍ମାଣ କରାଯିବ।

ଜାତୀୟ ଶିକ୍ଷାନୀତି ୨୦୨୦ ଅନୁଯାୟୀ ମେଡିକାଲ ଛାତ୍ରଛାତ୍ରୀଙ୍କୁ ଚାପମୁକ୍ତ ରଖିବା ପାଇଁ ଇଣ୍ଡୋର ଗେମ୍ ଓ ସୁଇମିଂ ପୁଲ୍ ବ୍ୟବସ୍ଥା କରାଯିବ। ଏଥିସହ ନିର୍ମାଣାଧୀନ ୧୩ଟି ହାଉସିଂ ଟାୱାର କାମ ଶୀଘ୍ର ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ସେହିପରି ପାଣିକୋଇଲି ଟ୍ରମା କେୟାର ସେଣ୍ଟରକୁ ପିପିପି (PPP) ମୋଡ୍‌ରେ କାର୍ଯ୍ୟକ୍ଷମ କରିବା ପାଇଁ ପରାମର୍ଶ ଦିଆଯାଇଛି। ଏଥିରେ କେନ୍ଦ୍ରୀୟ ପିଏସୟୁ (PSU) କିମ୍ବା ଅଭିଜ୍ଞ ଘରୋଇ ସଂସ୍ଥାକୁ ପ୍ରାଥମିକତା ମିଳିବ।

ଏହି ସମୀକ୍ଷା ବୈଠକରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...

ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଆଘାତ…ସମୁଦ୍ରରେ ଭାସି ଆସିଲା ମହାପ୍ରଭୁଙ୍କ ବିଗ୍ରହ, ଦୟନୀୟ ଅବସ୍ଥାରେ ଉଦ୍ଧାର

ପୁରୀ ୨୫/୧୨( ଅଜିତ୍ କୁମାର ସାହୁ): ପୁଣି ମହାପ୍ରଭୁଙ୍କୁ ଅପମାନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ସମୁଦ୍ରରେ ଭାସିଵାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ...

ସର୍ବଭାରତୀୟ ନାଟକ ସମାରୋହ ଉଦ୍‌ଘାଟିତ: ଆଜି ମଞ୍ଚସ୍ଥ ହେବ ‘ମାଗୁଣିର ଶଗଡ଼’

ବଲାଙ୍ଗୀର,୨୫ା୧୨(ସୁନିଲ କୁମାର ମହାନ୍ତି): ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଛି। ସକାଳେ ବଲାଙ୍ଗୀର ସହର ଉପକଣ୍ଠ ମଠଖାଇ ମନ୍ଦିରରୁ ନାଟ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri