Posted inରାଜ୍ୟ

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।

କଟକ, ବ୍ରହ୍ମପୁର, ବୁର୍ଲା, ସୁନ୍ଦରଗଡ଼, କୋରାପୁଟ, ବାରିପଦା ଏବଂ ବଲାଙ୍ଗୀର ମେଡିକାଲ କଲେଜ ପରିସରରେ ରୋଗୀଙ୍କ ସମ୍ପର୍କୀୟଙ୍କ ପାଇଁ ସ୍ୱତନ୍ତ୍ର ବିଶ୍ରାମାଗାର ନିର୍ମାଣ କରାଯିବ। ଏଠାରେ ରୋଗୀଙ୍କ ସହ ଆସୁଥିବା ଲୋକଙ୍କୁ ସମସ୍ତ ମୌଳିକ ସୁବିଧା ଯୋଗାଇ ଦିଆଯିବ।

ଏଥିସହିତ କଟକ ଏସସିବି ମେଡିକାଲକୁ ବିଶ୍ୱସ୍ତରୀୟ କରିବା ପାଇଁ ଏକ ୧୭ ମହଲା ବିଶିଷ୍ଟ କୋଠା ନିର୍ମାଣ ହେବ। ଏଥିରୁ ୧୨ଟି ମହଲା କେବଳ ପାର୍କିଂ ପାଇଁ ବ୍ୟବହାର ହେବ, ଯାହା ଏସସିବି ଏବଂ ଆଚାର୍ଯ୍ୟ ହରିହର କର୍କଟ ପ୍ରତିଷ୍ଠାନକୁ ଆସୁଥିବା ଲୋକଙ୍କୁ ସହାୟକ ହେବ। ବାକି ମହଲାଗୁଡ଼ିକରେ ପ୍ରଶାସନିକ କାର୍ଯ୍ୟାଳୟ, ଆନାଟୋମି ବ୍ଲକ୍ ଏବଂ ଫାର୍ମାସି କଲେଜ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri