ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ କେଉଁ ଦିନ ଆସିବେ ତାହା ସ୍ପଷ୍ଟ ହୋଇ ନ ଥିଲେ ମଧ୍ୟ ୨ ଜଣ କୃଷ୍ଣଙ୍କୁ ନେଇ ଚର୍ଚ୍ଚା ଜୋର ଧରିଛି। ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ନିମନ୍ତ୍ରଣ ଗ୍ରହଣ କରି ଆସିବାକୁ ରାଜି ହୋଇଥିବାବେଳେ ଖାଉଟି କଲ୍ୟାଣ ଯୋଗାଣ ଓ ବିଜ୍ଞାନ ପ୍ରଯୁକ୍ତି ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ମଧ୍ୟ ନିମନ୍ତ୍ରଣପତ୍ର ଗ୍ରହଣ କରି ଶୀତ ମହୋତ୍ସବ ଯୋଗଦାନ କରିବା ନିମନ୍ତେ ରାଜି ହୋଇଥିବା ଜଣାପଡିଛି।
ଏଥିସହ ବିଧାନସଭାର ବାଚସ୍ପତି ସୁରମା ପାଢୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା ପ୍ରମୁଖ ଏହି ମହୋତ୍ସବକୁ ଆସିବାକୁ ସହମତି ପ୍ରକାଶ କରିଛନ୍ତି। ମହୋତ୍ସବକୁ ରାଜ୍ୟର ମୁଖିଆମାନେ ଯୋଗଦେବାରୁ ଏବେ ଅଞ୍ଚଳବାସୀଙ୍କ ମଧ୍ୟରେ ଖୁସି ଦେଖାଯାଇଛି । ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନେ ଦାରିଙ୍ଗବାଡି ଆସିଲେ ଅନେକ ସମସ୍ୟାର ସମାଧାନ ଓ ସାମଗ୍ରିକ ବିକାଶ ହୋଇପାରିବ ବୋଲି ଆଲୋଚନା ହେଉଛି। ବିଶେଷ କରି ଦାରିଙ୍ଗବାଡି ର ପର୍ଯ୍ୟଟନ କ୍ଷେତ୍ରର ବିକାଶ ସହ ମୋବାଇଲ ନେଟୱାର୍କ ସମସ୍ୟା, ୫୯ ନଂ ଜାତୀୟ ରାଜପଥ ର ଗାଜଲବାଡି ଘାଟିର ସମ୍ପ୍ରସାରଣ, ଦୀର୍ଘ ୪ ଦଶନ୍ଧି ଧରି ବ୍ରାହ୍ମଣୀଗାଁ ଥାନା ଅଞ୍ଚଳକୁ ବ୍ଲକ ଘୋଷଣା, ଦାରିଙ୍ଗବାଡିକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ଘୋଷଣା ସହ ବିଭିନ୍ନ ଗାଁକୁ ପାନୀୟଜଳର ସୁ-ବ୍ୟବସ୍ଥା ସହ ସାମଗ୍ରିକ ଉନ୍ନତି ପାଈଁ ସ୍ବତନ୍ତ୍ର ପାଣ୍ଠି ମିଳିବା ସହ ଯେଉଁ ମହୋତ୍ସବରେ ଯୋଗଦାନ କରିବେ ସେହି ମହୋତ୍ସବକୁ ସରକାର ଏହାକୁ ପ୍ରତିବର୍ଷ ରାଜ୍ୟସ୍ତରୀୟ ପାଳନ ପାଇଁ ଘୋଷଣା କରାଯିବ ବୋଲି ଚର୍ଚ୍ଚା ଜୋର ଧରିଛି।

ମୁଖ୍ୟମନ୍ତ୍ରୀ ଓ ଅନ୍ୟ ଅତିଥିଙ୍କୁ ନିମନ୍ତ୍ରଣ କରିବାକୁ ଦାରିଙ୍ଗବାଡି ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନଙ୍କ ନେତୃତ୍ୱରେ ମହୋତ୍ସବ ପାଳନ କମିଟିର ସମ୍ପାଦକ ତଥା ବିଡ଼ିଓ ପ୍ରୀତିରଞ୍ଜନ ରଥ, ଭାଜପା ମଣ୍ଡଳ ସଭାପତି ମିଟୁ ସାହୁ, ଜିଲା ସମ୍ପାଦକ ସନ୍ତୋଷ ସାହୁ, ବଣିକ ସଙ୍ଘ ଉପସଭାପତି ଦିଲୀପ ସାହୁ, ବରିଷ୍ଠ ନାଗରିକ ମଞ୍ଚର ସମ୍ପାଦକ ପତିତପାବନ ରାଉତ, ରଞ୍ଜିତ ସେନାପତି, ସୁବାସ ସାହୁ, ରଞ୍ଜନ ସାହୁ ପ୍ରମୁଖ ଭୁବନେଶ୍ୱର ଯାଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri