ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି। ସନ୍ଧ୍ୟା ୮ଟା ପର୍ଯ୍ୟନ୍ତ ହାଟରେ ବ୍ୟବସାୟ ଚାଲୁଛି। ତେବେ ଜନଜାତି ହାଟ ପଦା ସମେତ ୫୯ନଂ ଜାତୀୟ ରାଜପଥର କଡ଼ରେ ବିଭିନ୍ନ ପୋଷାକ ଦୋକାନ ସମେତ ପନିପରିବା, ଶୁଖୁଆ, ମାଛ, ଚାଷୀ ଯନ୍ତ୍ରପାତି ସମେତ ଜଙ୍ଗଲଜାତୀୟ ସାମଗ୍ରୀ ବିକ୍ରିବଟା ହେଉଛି। ତେବେ ସନ୍ଧ୍ୟା ହେଲେ ହାଟରେ କିଣୁଥିବା ଗ୍ରାହକ ଅନ୍ଧାରରେ ହଇରାଣ ଭୋଗୁଥିଲେ। ଏହାର ଆଶୁ ସମାଧାନ ପାଇଁ ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ସରପଞ୍ଚ ଅମିତା ପ୍ରଧାନ ବଡ଼ ପଦକ୍ଷେପ ନେଇଛନ୍ତି। ସେ ଜରୁରୀ ଭାବେ ଷ୍ଟ୍ରିଟ ଲାଇଟ ପଞ୍ଚାୟତ ପାଣ୍ଠିରୁ ଲଗାଇଛନ୍ତି। ଏବେ ୨ଟି ଲାଗିଥିବା ବେଳେ ଆସନ୍ତା ସାପ୍ତାହିକ ହାଟ ପୂର୍ବରୁ ହାଟ ଅଞ୍ଚଳକୁ ସମ୍ପୂର୍ଣ୍ଣ ଆଲୋକ ବ୍ୟବସ୍ଥା କରାଯିବ ବୋଲି ସରପଞ୍ଚଙ୍କ ପ୍ରତିନିଧି ପରମେ ପ୍ରଧାନ କହିଛନ୍ତି।

ସେ କହିଛନ୍ତି, ସିମନବାଡିରେ ଦୀର୍ଘ ୪୦ ବର୍ଷ ପରେ ହାଟ ଖୋଲାଯାଇଛି। ୫ ସପ୍ତାହ ହାଟ ସଫଳତାର ସହ ଅନୁଷ୍ଠିତ ହୋଇଛି। ଏଠାକୁ ଅଧିକ ଗ୍ରାହକ ଆସୁଥିବା ସେ କହିଛନ୍ତି। ତେଣୁ ଯାହା ମୌଳିକ ସୁବିଧା ଦରକାର ତାହା କରାଯିବ ଏଥିସହ ସୋଲାର ଷ୍ଟ୍ରିଟ ଲାଇଟକୁ ଶୀଘ୍ର ସଚଳ କରିବାକୁ ବଣିକ ସଙ୍ଘ ଜିଲାପାଳଙ୍କୁ ଜଣାଇଛନ୍ତି। ଉକ୍ତ ଲାଇଟ ମରାମତି ହେଲେ ଆହୁରି ଭଲ ହେବ ବୋଲି ସେ କହିଛନ୍ତି।
ପ୍ରକାଶ ଯେ, ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ନଂ ଜାତୀୟ ରାଜପଥର ବାଲିଗୁଡାଠାରୁ ଦାରିଙ୍ଗବାଡି ପର୍ଯ୍ୟନ୍ତ ପ୍ରାୟ ୩ ଶହରୁ ଉର୍ଦ୍ଧ୍ୱ ସୋଲାର ପ୍ୟାନେଲ ଥିବା ଷ୍ଟ୍ରିଟ ଲାଇଟ ଗୁଡିକ ଲାଗିବାର ଅଳ୍ପ ଦିନ ମଧ୍ୟରେ ଅଚକ ହୋଇଗଲା। ଏନେଇ ସମ୍ପୃକ୍ତି ଠିକା ସଂସ୍ଥା ଆରକେଡ଼ି ପକ୍ଷରୁ ରକ୍ଷଣବେକ୍ଷଣ ଅଭାବରୁ ତାହା ଅଚକ ହୋଇଥିଲା। ଜିଲାପ୍ରଶାସନଠାରୁ ଆରମ୍ଭ କରି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା ଦାରିଙ୍ଗବାଡିକୁ ଆସିବାବେଳେ ସ୍ଥାନୀୟ ଲୋକଙ୍କ ଅଭିଯୋଗ କ୍ରମେ ଠିକା ସଂସ୍ଥାର ମୁଖିଆଙ୍କୁ ଫୋନ ଯୋଗେ ଶୀଘ୍ର ଆଲୁଅ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଥିଲେ ହେଲେ ଫଳ ଶୂନ। ଆଜି ପର୍ଯ୍ୟନ୍ତ ଷ୍ଟ୍ରିଟ ଆଲୁଅକୁ ମରାମତି କରାଯାଇପାରିନଥିବା ଜଣାପଡିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri