କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା

ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌) ତରଫରୁ ଧାରଣା ଦିଆଯାଇଛି। ଜେଏମ୍‌ଏମର ଜିଲା ସଭାପତି ତଥା ମୋରଡା ନିର୍ବାମଣ୍ଡଳୀର ପୂର୍ବତନ ବିଧାୟକ ପ୍ରାର୍ଥୀ କୃଷ୍ଣଚନ୍ଦ୍ର ଦାସଙ୍କ ନେତୃତ୍ୱରେ କର୍ମୀମାନେ ୨ ଦଫା ଦାବି ନେଇ ଧାରଣାରେ ବସିବା ସହିତ ନାରାବାଜି ଦେଇଥିଲେ। ଏନେଇ ଏକ ଦାବିପତ୍ର କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀଙ୍କ ଜରିଆରେ ସ୍ବାସ୍ଥ୍ୟ ଓ଼ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଅବଗତି ନିମନ୍ତେ ପ୍ରଦାନ କରିଛନ୍ତି। କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଖାଲି ପଡ଼ିଥିବା ଡାକ୍ତର ପଦବୀ ଯଥାଶୀଘ୍ର ପୂରଣ କରାଯିବା ସହିତ ଶିଶୁ ରୋଗ ବିଶେଷଜ୍ଞ, ଭେଷଜ,ଅସ୍ତ୍ରୋପଚାର, ସ୍ତ୍ରୀ ଓ଼ ପ୍ରସୂତି ରୋଗ ବିଶେଷଜ୍ଞଙ୍କୁ ନିଯୁକ୍ତି କରିବା ଏବଂ ଡାକ୍ତରଖାନାରେ ଏକ୍ସରେ ମେଶିନ ଓ଼ ଅଲଟ୍ରାସାଉଣ୍ଡ ମେଶିିନ ସ୍ଥାପନ କରିବା ଦାବି ପତ୍ରରେ ଉଲ୍ଲେଖ କରାଯାଇଛି। ଉକ୍ତ ଦାବିଗୁଡିକ ପୂରଣ ନ ହେଲେ ଆଗାମୀ ଦିନରେ ଜେଏମ୍‌ଏମ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରିବ ବୋଲି ସଭାପତି ଦାସ ଚେତାବନୀ ଦେଇଛନ୍ତି। ଧାରଣା ସମୟରେ ଦାସଙ୍କ ସହିତ ଦିବାକର ସୋରେନ, ସନାତନ ମୁର୍ମୁ, ତରିଣ ସେନାପତି, ସୁଜିତ କୁମାର ବେହେରା, ହେମନ୍ତ କୁମାର ମହାନ୍ତ, ସିପୁ ମୁଦୁଲି, ଅମୀର ଖାନଙ୍କ ସହିତ ଅନ୍ୟ କର୍ମୀଗଣ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶ ପୋଲିସର ବଡ଼ ଦାବି, ହାଦି ମୃତ୍ୟୁର ସନ୍ଦିଗ୍ଧ ଭାରତ…

ନୂଆଦିଲ୍ଲୀ,୨୮।୧୨: ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ବାଂଲାଦେଶରେ ହଇଚଇ ସୃଷ୍ଟି କରିଛି । ହାଦିଙ୍କ ହତ୍ୟାକାରୀଙ୍କୁ ଧରିବା ପାଇଁ ସାରା ଦେଶରେ ପ୍ରତିବାଦ...

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...

ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…

ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...

T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…

ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...

ବିଜେଡି ସୁପ୍ରିମୋଙ୍କ ବଡ଼ ଘୋଷଣା: ଦଳୀୟ କର୍ମକର୍ତ୍ତାଙ୍କ ତାଲିକାକୁ ନେଇ…

ଭୁବନେଶ୍ୱର,୨୮ା୧୨: ବିଜୁ ଯୁବ ଜନତା ଦଳ ଓ ବିଜୁ ଛାତ୍ର ଜନତା ଦଳ କର୍ମକର୍ତ୍ତାଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଯୁବ...

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri