ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ଜାନୁଆରୀ ୧ ନୁହେଁ ଗାଡ଼ିର ବୈଧ କାଗଜପତ୍ର ଅବଧି…

ଭୁବନେଶ୍ୱର,୨୪।୧୨:  ଗାଡ଼ି ଚାଳକଙ୍କୁ ବଡ଼ ଆଶ୍ବସ୍ତି ଦେଲେ ପରିବହନ ମନ୍ତ୍ରୀ ବିଭୂତି ଜେନା । ମାସେ ସମୟ ଦେଲେ ସରକାର । ଏଣିକି ଗାଡ଼ିର ବୈଧ କାଗଜପତ୍ର କରିବା ପାଇଁ ସମୟ ଫେବୃାଆରୀ ପର୍ଯ୍ୟନ୍ତ ବୃଦ୍ଧି କରାଇଥିବା ନେଇ କହିଛନ୍ତି ପରିବହନ ମନ୍ତ୍ରୀ । ମାସକ ମଧ୍ୟରେ ସମସ୍ତ କାଗଜପତ୍ର କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।କହିରଖୁଛୁ କି, ପ୍ରଦୂଷଣ ସାର୍ଟିଫିକେଟ ବିନା ତେଲ ମିଳିବନି ବୋଲି ଘୋଷଣା କରାଯାଇଥିଲା । ଏହାକୁ ଆସନ୍ତା ୧ ତାରିଖରୁ ଲାଗୁ କରିବା ନେଇ ନିଷ୍ପତ୍ତି ନିଆଯାଇଥିଲା ।

ତେବେ ବର୍ତ୍ତମାନ ସ୍ଥିତିରେ ଏହାକୁ ୧ ମାସ ବୃଦ୍ଧି କରିବା ନେଇ ଘୋଷଣା କରିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା । ଏହି ଗ୍ରେସ ପିରିୟଡରେ ଗାଡ଼ି ମାଲିକମାନେ ସେମାନଙ୍କର ପଞ୍ଜୀକରଣ ପ୍ରମାଣପତ୍ର (RC), ଫିଟନେସ୍ ପ୍ରମାଣପତ୍ର, ପ୍ରଦୂଷଣ ନିୟନ୍ତ୍ରଣ (PUC) ପ୍ରମାଣପତ୍ର ଏବଂ ବୀମାକୁ ବିନା ଜରିମାନାରେ ଅପଡେଟ୍ କରି ପାରିବେ। ମାସକ ମଧ୍ୟରେ ଗାଡିର ସବୁ ସାର୍ଟିଫିକେଟ କରିବା ନେଇ ମନ୍ତ୍ରୀଙ୍କ ପକ୍ଷରୁ କୁହାଯାଇଛି । ରାଜ୍ୟବ୍ୟାପୀ କଡ଼ାକଡ଼ି ଯାଞ୍ଚ୍ ୧ ଫେବ୍ରୁଆରି ୨୦୨୬ ରୁ ଆରମ୍ଭ ହେବ।

ପୂର୍ବରୁ ଜାନୁଆରୀ ୧ ତାରିଖରୁ ଯାଞ୍ଚ ହେବା ନେଇ ଘୋଷଣା କରାଯାଇଥିବା ବେଳେ ପଲ୍ୟୁସନ ସାର୍ଟିଫିକେଟ କରିବା ନେଇ ଲୋକଙ୍କ ଗହଳି ଦେଖାଯାଇଥିଲା । ଜନସାଧାରଣଙ୍କ ଦାବିକୁ ଦୃଷ୍ଟିରେ ରଖି ଆଜି ପରିବହନ ମନ୍ତ୍ରୀ ଏକ ମାସର ମହଲତ ଘୋଷଣା କରିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସର୍ବଭାରତୀୟ ନାଟକ ସମାରୋହ ଉଦ୍‌ଘାଟିତ: ଆଜି ମଞ୍ଚସ୍ଥ ହେବ ‘ମାଗୁଣିର ଶଗଡ଼’

ବଲାଙ୍ଗୀର,୨୫ା୧୨(ସୁନିଲ କୁମାର ମହାନ୍ତି): ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଛି। ସକାଳେ ବଲାଙ୍ଗୀର ସହର ଉପକଣ୍ଠ ମଠଖାଇ ମନ୍ଦିରରୁ ନାଟ୍ୟ...

ଚିନ୍ତାଜନକ ସ୍ଥିତି! ଦିଲ୍ଲୀକୁ ଟପିଲା ବାଲେଶ୍ବର, ଦେଶର ସବୁଠାରୁ ଅଧିକ ପ୍ରଦୂଷିତ ସହର…

ଭୁବନେଶ୍ବର,୨୫।୧୨: ଗତ କିଛିଦିନ ପୂର୍ବରୁ ଜାତୀୟ ରାଜଧାନୀ ଦିଲ୍ଲୀର ପ୍ରଦୂଷଣ ଚିନ୍ତାଜନକ ଥିଲା । ସ୍ଥିତି ସଙ୍ଗୀନ ହୋଇଥିବା ବେଳେ ସ୍କୁଲ ମଧ୍ୟ ବନ୍ଦ ରଖାଯାଇଥିଲା...

‘ନା ପୋଷ୍ଟ, ନା ଲାଇକ, ନା କମେଣ୍ଟ, ଏବେ ସେନାକୁ ଇନଷ୍ଟାଗ୍ରାମରେ କେବଳ ରିଲ ଦେଖିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ସୋସିଆଲ ମିଡିଆ ବ୍ୟବହାର ସମ୍ପର୍କରେ ଏହାର ନୀତି ସଂଶୋଧନ କରିଛି। ନୂତନ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଅନୁଯାୟୀ, ସେନା ସୈନିକ ଏବଂ ଅଧିକାରୀମାନେ...

ଏଣିକି ଘରର ଝିଅ-ବୋହୂଙ୍କୁ ସ୍ମାର୍ଟଫୋନ୍‌ ମନା, ବ୍ୟବହାର କରିବେ ପୁରୁଷ

ଜୟପୁର,୨୫ା୧୨: ଏଣିକି ଘରର ଝିଅ-ବୋହୂ ବ୍ୟବହାର କରିପାରିବେନି ସ୍ମାର୍ଟଫୋନ୍‌। ମାତ୍ର ଏହାକୁ ଘରର ପୁରୁଷମାନେ ବ୍ୟବହାର କରିପାରିବେ। ଘରର ମହିଳାମାନେ କେବଳ କି-ପ୍ୟାଡ୍‌ ଫୋନ୍‌ ବ୍ୟବହାର...

ପ୍ରଭୁ ଯିଶୁଙ୍କ ଧରାବତରଣ, ଉତ୍ସବମୁଖର ଜି.ଉଦୟଗିରିର ଚର୍ଚ୍ଚ

ଜି.ଉଦୟଗିରି,୨୫/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ଉତ୍ସବ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ଆଜି ଅର୍ଥାତ ଡିସେମ୍ବର ୨୫ ତାରିଖରେ ସ୍ଥାନୀୟ ଅଞ୍ଚଳର ସମସ୍ତ...

‘ସେ ତେନ୍ଦୁଲକର ଥିଲେ…’ Vaibhav Suryavanshiଙ୍କୁ ଭାରତୀୟ ଟିମରେ ସ୍ଥାନ ଦିଆଯାଉ, BCCI ନିକଟରେ ବଡ଼ ଦାବି କଲେ ଥରୁର

ନୂଆଦିଲ୍ଲୀ,୨୫।୧୨: କଂଗ୍ରେସ ଏମପି ଶଶି ଥରୁର ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିଭାକୁ କିମ୍ବଦନ୍ତୀ ବ୍ୟାଟସମ୍ୟାନ ସଚିନ ତେନ୍ଦୁଲକରଙ୍କ ସହ ତୁଳନା କରିଛନ୍ତି। ଥରୁର BCCIକୁ ୧୪ ବର୍ଷୀୟ...

ଓଡ଼ିଶାରେ ଭାଙ୍ଗିଲା ମାଓବାଦୀଙ୍କ ମେରୁଦଣ୍ଡ: ଡିଜିପି

ଫୁଲବାଣୀ,୨୫ା୧୨(ରାକେଶ କୁମାର ରାଉତ): ଟପ୍‌ ମାଓବାଦୀ ନେତା ଗଣେଶଙ୍କ ନିହତକୁ ବଡ଼ ସଫଳତା ବୋଲି କହିଛନ୍ତି ପୋଲିସ ଡିଜି। ଗଣେଶଙ୍କ ନିହତ ପରେ ଓଡ଼ିଶାରେ ମାଓବାଦୀଙ୍କ...

ସକାଳ ଜଳଖିଆ ନଖାଉଥିଲେ ସାବଧାନ! ମସ୍ତିଷ୍କ ଉପରେ….

ଏହା ବହୁ ଦିନ ଧରି ପ୍ରଚଳିତ ଏକ ପ୍ରବାଦ ଯେ ପୂର୍ଣ୍ଣ ଜଳଖିଆ ଖାଇବା ଉଚିତ। ଏହା ଶରୀରକୁ ସୁସ୍ଥ ରଖେ। ତଥାପି, ସାମ୍ପ୍ରତିକ ବର୍ଷଗୁଡ଼ିକରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri