ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ ଏହି ମହୋତ୍ସବକୁ ଉଦଘାଟନ କରିଥିଲେ। ଉଦଘାଟନୀ ସମାରୋହରେ ଅନ୍ୟମାନଙ୍କ ମଧ୍ୟରେ ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା, ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ, ଭଟଲି ବିଧାୟକ ଇରାସିସ୍‌ ଆଚାର୍ଯ୍ୟ, ବରଗଡ଼ ପୌରାଧ୍ୟକ୍ଷା କଳ୍ପନା ମାଝି, ବରଗଡ଼ ଜିଲାପାଳ ଆଦିତ୍ୟ ଗୋୟଲ, ବରଗଡ଼ ଏସପି ପି.ଏସ୍‌ ମୀନାଙ୍କ ସମେତ ଧନୁଯାତ୍ରା ମହୋତ୍ସବ ସମିତିର କର୍ମକର୍ତ୍ତାବୃନ୍ଦ ଉପସ୍ଥିତ ଥିଲେ। ଉଦଘାଟନୀ ସମାରୋହକୁ ଧନୁଯାତ୍ରା ମହୋତ୍ସବ ସମିତିର ଆବାହକ ସୁରେଶ୍ୱର ଶତପଥୀ ସଂଯୋଜନା କରିଥିଲେ। ମହୋତ୍ସବ ଉଦଘାଟନ ପରେ ଦୀର୍ଘ ୧୧ଦିନ ପାଇଁ ବରଗଡ଼ ସହର ମଥୁରାନଗରୀ ଏବଂ ଅମ୍ବାପାଲି ଗୋପପୁର ପାଲଟିଛି। ସେହିପରି ବରଗଡ଼ ସହର ଏବଂ ଅମ୍ବାପାଲି ମଝିରେ ପ୍ରବାହିତ ଜୀରାନଦୀ ଯମୁନା ହୋଇଛି। ମହୋତ୍ସବ ଉଦଘାଟିତ ହେବା ପରେ ମହାରାଜ ଉଗ୍ରସେନଙ୍କ ଉପସ୍ଥିତିରେ ସ୍ଥାନୀୟ ରାମଜୀ ମନ୍ଦିରରେ ବସୁଦେବଙ୍କ ସହିତ ଦେବକୀଙ୍କ ବିବାହ ସମ୍ପନ୍ନ ହୋଇଥିଲା। ଦେବକୀଙ୍କ ଅଷ୍ଟମ ସନ୍ତାନ ମୃତ୍ୟୁର କାରଣ ହେବ ବୋଲି ଦୈବବାଣି ଶୁଣି କଂସ ବିଚଳିତ ହୋଇ ପଡ଼ିଥିଲେ। ଏହାପରେ ମହାରାଜ ଉଗ୍ରସେନଙ୍କୁ ଗାଦିଚ୍ୟୁତ କରି ଯୁବରାଜ କଂସ ମଥୁରାନଗରୀର ଶାସନ ନିଜ ହାତକୁ ନେଇଥିଲେ। ଶାସନ ହାତକୁ ନେବା ପରେ କଂସ ମହାରାଜ ଦେବକୀ, ବସୁଦେବଙ୍କୁ କାରାଗାର(ସମଲେଶ୍ୱରୀ ମଣ୍ଡପ)କୁ ପ୍ରେରଣ କରିଥିଲେ। ଅପରପକ୍ଷେ କଂସ ରାଜୁତିରେ ମଥୁରାନଗରୀ ଅଶାନ୍ତ ହୋଇପଡ଼ି ଥିବାବେଳେ ଶୂନ୍ୟବାଣୀ ଶୁଣି କଂସ ମଧ୍ୟ ବିଚଳିତ ହୋଇ ପଡ଼ିଛନ୍ତି। ନିଜ ବିଚଳିତ ମନକୁ ଶାନ୍ତ କରିବା ପାଇଁ କଂସ ମହାରାଜ ରାଜ ଦରବାରରେ ନୃତ୍ୟ ପରିବେଷଣ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ବିଭିନ୍ନ ସାଂସ୍କୃତିକ ଦଳ ନୃତ୍ୟ ପରିବେଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

‘ଦେଶ ପାଇଁ ବାଜପେୟୀଙ୍କ ଅବଦାନ ଅବିସ୍ମରଣୀୟ’

ଛତ୍ରପୁର,୨୫ା୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଭାରତର ପ୍ରାକ୍ତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ସମାରୋହ ସୁଶାସନ ଦିବସ ପାଳିତ ହୋଇଯାଇଛି।...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri