ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା ଅନୁଯାୟୀ ମାଛ ମିଳୁ ନ ଥିବା ଯୋଗୁ ଅନେକ ସମୟରେ ପଡୋଶୀ ଆନ୍ଧ୍ର ପ୍ରଦେଶ ଉପରେ ନିର୍ଭରଶୀଳ ହେବାକୁ ପଡୁଛି। ଜିଲର ଆବଶ୍ୟକତା ପୂରଣ ପାଇଁ ସରକାର ଚାଷୀଙ୍କୁ ବିଭିନ୍ନ ପ୍ରୋତ୍ସାହନ ଦେଉଛନ୍ତି । ତେଣୁ ଭଞ୍ଜନଗର ବ୍ଲକରେ ମଧ୍ୟ ମତ୍ସ୍ୟ ଚାଷ କିଭଳି ବୃଦ୍ଧି ପାଇବ ସେଥିପାଇଁ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଇଛି।
ବ୍ଲକ ସହକାରୀ ମତ୍ସ୍ୟ ଅଧିକାରୀଣୀ ସୁଦେଷ୍ଠା ପାତ୍ର ସରକାରଙ୍କ ଲକ୍ଷ୍ୟକୁ ସଫଳ କରିବା ପାଇଁ ଚେଷ୍ଟା ଚଳାଇଛନ୍ତି। ତେଣୁ ସେ ନୂଆଧ ଓ ପୁରୁଣା ଚାଷୀଙ୍କୁ ଭେଟି ସରକାରଙ୍କ ଯୋଜନା ସମ୍ପର୍କରେ ବୁଝାଇବା ସହ ମାଛ ଚାଷ କରିବା ପାଇଁ ବୁଝାଉଛନ୍ତି। ଏଥିସହ ଧୀବର ମାନକୁ ମଧ୍ୟ ଭେଟି ସଚେତନ କରାଉଛନ୍ତି। ସରକାରଙ୍କ ଯୋଜନାର ସୁଫଳ ଚାଷୀମାନେ ଉଠାଇଲେ ସରକାରଙ୍କ ଲକ୍ଷ୍ୟ ସାଧନ ହୋଇପାରିବ।
ଅନ୍ୟପଟେ ମାଛ ଚାଷ ପ୍ରତି ମଧ୍ୟ ବ୍ଲକରେ ଦିନକୁ ଦିନ ମତ୍ସ୍ୟ ଚାଷୀଙ୍କ ଆଗ୍ରହ ବଢୁଛି। ସରକାର ମାଛ ଚାଷ କରିବା ପାଇଁ ଚାଷୀଙ୍କୁ ବିଭିନ୍ନ ପ୍ରକାର ସବସିଡି ଦେଉଛନ୍ତି। ଭଞ୍ଜନଗର ବ୍ଲକରେ ୩୦୦ଦ୍ଧ୍‌ରୁ ଉର୍ଦ୍ଧ୍ୱ ମତ୍ସ୍ୟ ଚାଷୀ ଥିବା ବେଳେ ସେଥିମଧ୍ୟରୁ ପ୍ରାୟ ଅଧା ଅଗ୍ରଣୀ ଚାଷୀ ଅଛନ୍ତି। ମାଛ ଚାଷ ପାଇଁ ମହିଳା ସୟଂ ସହାୟକ ଗୋଷ୍ଠୀଙ୍କୁ ଅଧିକ ଉତ୍ସାହିତ କରାଯାଉଛି। ସରକାରଙ୍କ ପକ୍ଷରୁ ନୂଆ ଚାଷୀ ପୋଖରୀ ଖୋଳିଲେ ସେମାନଙ୍କୁ ୪୦ ରୁ ୫୦ ପ୍ରତିଶତ ପର୍ଯ୍ୟନ୍ତ ସବସିଡି ଦିଆଯାଉଛି । ଏଥିସହ ପୁରୁଣା ପୋଖରୀରେ ମାଛ ଚାଷ କରିବା ପାଇଁ ମଧ୍ୟ ୪୦ ରୁ ୫୦ ପ୍ରତିଶତ ପର୍ଯ୍ୟନ୍ତ ସବସିଡି ଦିଆଯାଉଛି । ଏଥିସହ ଜାଲ କିଣିବା, ଗାଡ଼ି କିଣିବା, ସୋଲାର ଲାଇଟ ସମେତ ଅନ୍ୟାନ୍ୟ ଯନ୍ତ୍ରପାତି କିଣିବା ପାଇଁ ମଧ୍ୟ ପର୍ଯ୍ୟାପ୍ତ ସବସିଡି ଦିଆଯାଉଛି ବୋଲି ବ୍ଲକ ସହକାରୀ ମତ୍ସ୍ୟ ଅଧିକାରୀଣୀ ପାତ୍ର ଏଠାରେ ସୂଚନା ଦେଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri