ମାଲକାନଗିରି ବ୍ଲକ୍ ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍‌, ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ

ମାଲକାନଗିରି,୨୬।୧୨(ଦୁର୍ଯ୍ୟୋଧନ ପାତ୍ର): ସକାଳୁ ସକାଳୁ ଭିଜିଲାନ୍ସ ଚଢ଼ାଉ । ମାଲକାନଗିରି ବ୍ଲକ୍ ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍‌ କରିଛି । ନିହାର ସରକାରଙ୍କ ନାମରେ ପୂର୍ବରୁ ଦୁର୍ନୀତି ଅଭିଯୋଗ ଆସିଥିବା ବେଳେ ଆଜି ଚଢ଼ାଉ କରିଛି ଭିଜିଲାନ୍ସ  । ଜୟନଗର ସ୍ଥିତ ବାସଭବନ ସମେତ ଚାରୋଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ ।

ଶୁକ୍ରବାର ମାଲକାନଗିରି ବ୍ଲକ୍‌ର କନିଷ୍ଠ ଯନ୍ତ୍ରୀ ନିହାର ରଞ୍ଜନ ସରକାରଙ୍କ ନାମରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ କରାଯାଇଛି । ପୂର୍ବରୁ ଏହି ଜେଇଙ୍କ ନାମରେ ଦୁର୍ନୀତି ଅଭିଯୋଗ ଆସିଥିଲା। ମାନ୍ୟବର ସ୍ୱତନ୍ତ୍ର ବିଚାରପତି, ଭିଜିଲାନ୍ସ, ଜୟପୁରଙ୍କ ଦ୍ୱାରା ଜାରି ସର୍ଚ୍ଚ ୱାରେଣ୍ଟ ବଳରେ ୪ ଜଣ ଡିଏସ୍‌ପି, ୭ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ କର୍ମଚାରୀଙ୍କ ନେତୃତ୍ୱରେ ଏହି ଚଢ଼ାଉ କରାଯାଉଛି।

ଚଢ଼ାଉ ହୋଇଥିବା ସ୍ଥାନଗୁଡ଼ିକ ହେଉଛି ଜୟନଗର, ମାଲକାନଗିରିରେ ତିନି ମହଲା ବିଶିଷ୍ଟ ବାସଭବନ। MPV-୧୦, କାଲିମେଳା, ରାଇଘର, ନବରଙ୍ଗପୁରର ଜଣେ ସମ୍ପର୍କୀୟଙ୍କ ଘରରେ ରେଡ୍ କରିଛି ଭିଜିଲାନ୍ସ। ବର୍ତ୍ତମାନ ସୁଦ୍ଧା ଚଢ଼ାଉ ଜାରି ରହିଛି। ରେଡ୍ ଶେଷ ହେବା ପରେ ସମ୍ପତ୍ତିର ତାଲିକା ସାମ୍ନାକୁ ଆସିପାରିବ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri