ବଡ଼ଧରଣର ଭିଜିଲାନ୍ସ ରେଡ୍: ଏକକାଳୀନ ଫରେଷ୍ଟରଙ୍କ ୫ଟି ଠିକଣାରେ ଚଢ଼ାଉ

କୋରାପୁଟ,୨୬।୧୨(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): ଆୟ ବହିର୍ଭୂତ ସମ୍ପତ୍ତି (DA) ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଶୁକ୍ରବାର କୋରାପୁଟ ଫରେଷ୍ଟ ଡିଭିଜନ୍‌ର ଫରେଷ୍ଟର ନିରଞ୍ଜନ ଶତପଥୀଙ୍କର ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଉଛି।

ଭୁବନେଶ୍ୱରସ୍ଥିତ ସ୍ପେଶାଲ ଜଜ୍, ଭିଜିଲାନ୍ସଙ୍କ ଦ୍ୱାରା ଜାରି ସର୍ଚ୍ଚ ୱାରେଣ୍ଟ ବଳରେ ୬ ଜଣ ଡିଏସ୍‌ପି, ୭ ଜଣ ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀଙ୍କ ନେତୃତ୍ୱରେ ଏହି ଖାନତଲାସି କରାଯାଉଛି।

ଚଢ଼ାଉ ହୋଇଥିବା ସ୍ଥାନଗୁଡ଼ିକ ହେଉଛି, ଝାରପଡ଼ା, ଭୁବନେଶ୍ୱର: ପ୍ଲଟ୍ ନଂ ୪୦୮/୨୩୯୦/୬୩୮୮ରେ ଥିବା ଏକ ତିନି ମହଲା କୋଠା। ଝାରପଡ଼ା, ଭୁବନେଶ୍ୱରରେ ପ୍ଲଟ୍ ନଂ ୪୦୮/୨୩୯୦/୬୨୭୪ରେ ଥିବା ଆଉ ଏକ ତିନି ମହଲା କୋଠା। ବିଳା ଗ୍ରାମ, ମୁକୁନ୍ଦପୁର, ଜଗତସିଂହପୁରରେ ତାଙ୍କ ପୈତୃକ ଘର। ସେମିଳିଗୁଡ଼ା, କୋରାପୁଟ: ଫରେଷ୍ଟ ଡିଭିଜନ ଅଧୀନରେ ତାଙ୍କ ସରକାରୀ କ୍ୱାର୍ଟର୍। ସେମିଳିଗୁଡ଼ା, କୋରାପୁଟରେ ତାଙ୍କ ଅଫିସ୍ ରୁମ୍।

ବର୍ତ୍ତମାନ ସୁଦ୍ଧା ଚଢ଼ାଉ ଜାରି ରହିଛି। ଅଧିକ ସୂଚନା ପରେ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

ବ୍ରେକ୍ ଫେଲ୍ ଯୋଗୁଁ ମର୍ମନ୍ତୁଦ ଦୁର୍ଘଟଣା, ୨ ଡ୍ରାଇଭରଙ୍କ ମୃତ୍ୟୁ

ସୁନ୍ଦରଗଡ଼: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି...

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri