ଭୁବନେଶ୍ବର,୨୬।୧୨: ପୂର୍ବତନ ବିଧାୟିକାଙ୍କ ପରଲୋକ । କୋରେଇର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କର ଦେହାନ୍ତ ହୋଇଛି । ଭୁବନେଶ୍ବର ସ୍ଥିତ ବାସଭବନରେ ପରଲୋକ ହୋଇଥିବା ସୂଚନା ରହିଛି ।
ଖବର ଅନୁସାରେ, ସେ ଦୀର୍ଘ ଦିନ ଧରି ଅସୁସ୍ଥ ରହିଥିବା ବେଳେ ଚିକିତ୍ସିତ ହେଉଥିଲେ । ୨୦୦୪ ରୁ ୨୦୦୯ ଯାଏ ସେ କୋରେଇର ବିଧାୟିକା ଥିଲେ । ୬୭ ବର୍ଷ ବୟସରେ ସେ ଶେଷନିଶ୍ବାସ ତ୍ୟାଗ କରିଛନ୍ତି । ଯଦି ତାଙ୍କର ରାଜନୈତିକ କ୍ୟାରିୟର କଥା ଦେଖିବା ତାହେଲେ ସେ ଭାଜପାର ପ୍ରତିନିଧି ଭାବରେ ୨୦୦୪ ମସିହାର ଓଡ଼ିଶା ବିଧାନସଭା ନିର୍ବାଚନରେ କୋରାଇ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଧାୟିକା ହୋଇଥିଲେ । ଏହି ବିଧାନସଭାରେ ସେ ୨୦୦୪ ମସିହାରୁ ୨୦୦୯ ମସିହା ଯାଏ କାର୍ଯ୍ୟ କରିଥିଲେ ।
ସେହି ସମୟରେ ସେ ଗୃହ ପର୍ଯ୍ୟଟନ ବିଭାଗ କମିଟି, ମହିଳା ଓ ଶିଶୁ ବିକାଶ କଲ୍ୟାଣ କମିଟି ଆଦିରେ ଜଣେ ସଭ୍ୟ ଭାବରେ କାର୍ଯ୍ୟ କରିଥିଲେ । ଏହାପରେ ସଞ୍ଚିତା ୨୦୦୯ ମସିହାରେ ଓଡ଼ିଶା ବିଧାନସଭା ପାଇଁ ହୋଇଥିବା ସାଧାରଣ ନିର୍ବାଚନରେ ପୁଣିଥରେ କୋରାଇ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଭାଜପାର ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ । ହେଲେ ସେ ପରାଜୟ ସ୍ବୀକାର କରିଥିଲେ ।


