ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ ଚାଲୁଥିଲୁ। ନବୀନ ବାବୁ ଆସିବା ପରେ ଟିକେ ପରିବର୍ତ୍ତନ କଲେ। ବିଜୁ ବାବୁ କହୁଥିଲେ ଯେଉଁ ଅଫିସର କାମ କରୁନି ତାଙ୍କୁ ଚାପୁଡ଼ା ମାର। କିନ୍ତୁ ଆମ ନେତା ନବୀନ ଆମକୁ ଶାନ୍ତି ଶୃଙ୍ଖଳାର ପାଠ ପଢ଼େଇଲେ। ମୁଁ ନବୀନଙ୍କୁ କହିସାରିଛି ବର୍ତ୍ତମାନ ଆମେ ବିଜୁ ବାବୁ ଫର୍ମୁଲା ଆପଣେଇବୁ। ଇଏ ଦୁଇମୁଣ୍ଡିଆମାନଙ୍କୁ ଆମେ ଛାଡ଼ିବୁ ନାହିଁ। ଦୁଇ ମୁଣ୍ଡିଆ ଦୁଇ ପଟେ ଚାଲାକି ଦେଖାଇଲେ ଆଉ ଚଳିବ ନାହିଁ। କାହା ଅଣ୍ଡରରେ ରହିବା ନାହିଁ, ନବୀନଙ୍କ ଅଣ୍ଡରରେ ରହି କାମ କରିବାକୁ ଆହ୍ବାନ ଦେଇଛନ୍ତି।
ସୂଚନାଯୋଗ୍ୟ,ଆଜି ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ ପାଳନ କରାଯାଉଛି। ଏହି ଅବସରରେ ଦଳର ସୁପ୍ରିମୋ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ବିରୋଧୀଙ୍କୁ କଡ଼ା କାଉଣ୍ଟର କରିଛନ୍ତି। ସେ କହିଛନ୍ତି, ବିଜେଡି ଅଛି ଓ ଶହେ ବର୍ଷ ରହିବ। କିଛି ଦଳ ବିଜେଡି ବିରୋଧରେ ଅପପ୍ରଚାର କରୁଛନ୍ତି। ବିଜେଡି ଭାଙ୍ଗିଯିବ ବୋଲି କହୁଛନ୍ତି, କିନ୍ତୁ ବିଜେଡି ଅଛି ଓ ରହିବ। ବିଜେଡି ଶହେ ବର୍ଷ ଓଡ଼ିଶାବାସୀଙ୍କ ସ୍ବର ହୋଇ ରହିବ। ଓଡ଼ିଶାର ବିକାଶରେ ବିଜୁ ଜନତା ଦଳ ସର୍ବଦା ଅଟଳ । ବିଜୁ ବାବୁଙ୍କ ଆଦର୍ଶ ଓ ଲକ୍ଷ ଲକ୍ଷ କର୍ମୀଙ୍କ ସମର୍ପଣରେ ବିଜୁ ଜନତା ଦଳ ଦେଶର ଶ୍ରେଷ୍ଠ ଆଞ୍ଚଳିକ ଦଳ ହୋଇଛି । ଦଳର ଗୌରବମୟ ୨୯ତମ ପ୍ରତିଷ୍ଠା ଦିବସ ଅବସରରେ ସମସ୍ତେ ସେବା, ସ୍ବାଭିମାନ ଓ ସଂଗ୍ରାମର ମନ୍ତ୍ରରେ ସଂକଳ୍ପବଦ୍ଧ ହୋଇ ଆଗକୁ ବଢ଼ିବାକୁ ନବୀନ କର୍ମୀଙ୍କୁ ଆହ୍ବାନ ଦେଇଛନ୍ତି।
ଏହାସହ ନବୀନ ବିରୋଧୀଙ୍କୁ ଟାର୍ଗେଟ୍‌ କରି କହିଛନ୍ତି, ୧୮ ମାସରେ ସରକାର ଥିବା ଭଳି ଲାଗୁନି। ଡବଲ ଇଞ୍ଜିନ ସରକାରରେ ବିକାଶ ନାହିଁ। ଚାଷୀଙ୍କୁ ସାର ମିଳୁନି। ଧାନ ମଣ୍ଡି ଖୋଲୁ ନାହିଁ। ମିଶନ ଶକ୍ତି ମା’ମାନେ ହଇରାଣ ହେଉଛନ୍ତି। ଯୁବ ସମାଜ ହତାଶ ହୋଇପଡ଼ିଛି। ଆଇନ ଶୃଙ୍ଖଳା ନ କହିବା ଭଲ। ମହିଳା ଅତ୍ୟାଚାର ବଢିବାରେ ଲାଗିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri