ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ: ଯୋଗଦେବେ ୫୦ ହଜାରରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା

ଭଞ୍ଜନଗର,୨୬/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗୀ ଠାରେ ଶୁକ୍ରବାର ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ ହୋଇଯାଇଛି । ଏହା ରବିବାର ପର୍ଯ୍ୟନ୍ତ ଚାଲିବ। ଏଥିରେ ରାଜ୍ୟ ଓ ରାଜ୍ୟ ବାହାରୁ ବିଭିନ୍ନ ଅଧିବେଶନରେ ୫୦ ହଜାରରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରୀୟ ସଂଯୋଜକ ଏଲ.ପି ପଟେଲ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ।

ଭଞ୍ଜନଗର ବିଧାୟକ ତଥା କୁର୍ମିକ୍ଷତ୍ରିୟ ପ୍ରଦେଶ ସଂସ୍ଥାର କର୍ମକର୍ତ୍ତା ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତିର ଉନ୍ନତି ପାଇଁ ଯାହା ସାହାଯ୍ୟ ସହଯୋଗ ଲୋଡା ଯୋଗାଇ ଦେବି ବୋଲି କହିଥିଲେ। ଏଥିସହ ସଂସ୍ଥାର ପ୍ରଦେଶ କାର୍ଯ୍ୟାଳୟ ନିର୍ମାଣ ପାଇଁ ପଦକ୍ଷେପ ନିଆଯାଇଛି ବୋଲି କହିଥିଲେ। ରାଷ୍ଟ୍ରୀୟ ଅଧ୍ୟକ୍ଷ ଡଃ. ବିଜୟ ସିଂ ନିରଞ୍ଜନ,ରାଷ୍ଟ୍ରୀୟ ମହିଳା ଅଧକ୍ଷା ଲତା ଋଷି ଚନ୍ଦ୍ରକର ,ରାଷ୍ଟ୍ରୀୟ ମହିଳା କୋଷଧକ୍ଷା ମମତା ଏସ.ପଟେଲ, ରାଷ୍ଟ୍ରୀୟ ଯୁବ ଅଧ୍ୟକ୍ଷ ଧୀରଜ ପାଟିଦାର,ରାଷ୍ଟ୍ରୀୟ ଯୁବ ମହାସଚିବ
ଅରୁଣ କୁମାର ପଟେଲ, ରାଷ୍ଟ୍ରୀୟ ପ୍ରଚାର ପ୍ରସାର ମନ୍ତ୍ରୀ ପଠାଣି ଭଞ୍ଜ, ରାଷ୍ଟ୍ରୀୟ ସଚିବ ନେତାଜୀ ବିଷୋୟୀ,ରାଷ୍ଟ୍ରୀୟ ସଦସ୍ୟ ଗଙ୍ଗାଧର ନାୟକ, ବୈକୁଣ୍ଠନାଥ ପ୍ରଧାନ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ପ୍ରଦେଶ ସଭାପତି ସୂର୍ଯ୍ୟନାରାୟଣ ପ୍ରଧାନ ଏଥିରେ ଅଧ୍ୟକ୍ଷତା କରିଥିଲେ।
ଉପସଭାପତି କଂଗ୍ରେସ ପ୍ରଧାନ, ସମ୍ପାଦକ ବିଶ୍ବନାଥ ରାଉତ,ସହ ସମ୍ପାଦକ ପ୍ରଶାନ୍ତ କୁମାର ସାହୁ, କୋଷାଧ୍ୟକ୍ଷ ବିପିନଚନ୍ଦ୍ର ନାୟକ, ସାଙ୍ଗଠନିକ ସମ୍ପାଦକ ଭବାନୀ ଶଙ୍କର ପ୍ରଧାନ, ଆଇନ ପରାମର୍ଶଦାତା ରାଜେନ୍ଦ୍ର ପ୍ରସାଦ ପ୍ରଧାନ,
ଦିବାକର ନାୟକ, ଅଭ୍ୟର୍ଥନା ସମିତି ସଭାପତି ଶ୍ରୀନିବାସ ପ୍ରଧାନ, ଅଭ୍ୟର୍ଥନା ସମିତି ସମ୍ପାଦକ ସୁବାଷ ଚନ୍ଦ୍ର ପ୍ରଧାନ, ପ୍ରଦେଶ ମହିଳା ସଭାନେତ୍ରୀ ମହେଶ୍ବତା ନାୟକ, ପ୍ରଦେଶ ଯୁବ ସଭାପତି ଆଲୋକ ପ୍ରଧାନ ପ୍ରମୁଖ ବିଭିନ୍ନ ଅଧିବେଶନରେ ଅତିଥି ଭାବରେ ଯୋଗଦେବେ। ଛାମୁଣ୍ଡା ଅଞ୍ଚଳ ପୂର୍ଣଚନ୍ଦ୍ର ପ୍ରଧାନ ଏବଂ ଅନ୍ୟମାନେ ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିଲେ। ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା। ପ୍ରଥମଥର ପାଇଁ ଏତେ ବଡ କାର୍ଯ୍ୟକ୍ରମ ଆୟୋଜନ ହୋଇଥିବା ଯୋଗୁ ଜାତିର ଲୋକଙ୍କ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହୋଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri