Posted inଜାତୀୟ

କୋଭିଡ୍‌ ପରେ ପ୍ରଦୂଷଣ ସବୁଠୁ ବିପଦ: ସତର୍କ କରାଇଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୨୭ା୧୨(ପି.ଟି.):ଭାରତରେ କୋଭିଡ୍‌-୧୯ ମହାମାରୀ ବୃହତ୍‌ ସ୍ବାସ୍ଥ୍ୟ ସଙ୍କଟ ସୃଷ୍ଟି କରିଥିଲା। ଏହା ପରେ ବର୍ତ୍ତମାନ ବାୟୁ ପ୍ରଦୂଷଣ ଜନସ୍ବାସ୍ଥ୍ୟ ପାଇଁ ସବୁଠୁ ବଡ଼ ବିପଦ ରୂପେ ଉଭା ହୋଇଛି। ଜରୁରୀ ପଦକ୍ଷେପ ନିଆ ନ ଗଲେ ଏହା ପ୍ରତିବର୍ଷ ଆହୁରି ଖରାପ ସ୍ଥିତି ଉପୁଜାଇବ ବୋଲି ବ୍ରିଟେନ୍‌ରେ ଥିବା ଜଣେ ଭାରତୀୟ ବଂଶୋଦ୍ଭବ ଡାକ୍ତର ସତର୍କ କରାଇଛନ୍ତି।
ପ୍ରଦୂଷଣ ବଢ଼ିଚାଲିଥିବାବେଳେ ବାହୁବାହକ ରୋଗଗୁଡ଼ିକର ଉପଯୁକ୍ତ ନିଦାନ ହୋଇପାରୁ ନ ଥିବାରୁ ଚିକିତ୍ସା ମଧ୍ୟ କରାଯାଉନାହିଁ। ଏଥିଯୋଗୁ ଆଗକୁ ଲୋକେ ଶ୍ୱାସ ଓ ହୃତ୍‌ ସମ୍ପର୍କିତ ନାନା ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଦିଲ୍ଲୀରେ ୪୦% ପ୍ରଦୂଷଣ ପରିବହନ କ୍ଷେତ୍ର ଯୋଗୁ ହେଉଥିବା ବିଷୟ ମଙ୍ଗଳବାର କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ସ୍ବୀକାର କରିଥିଲେ। ଜୀବାଶ୍ମ ଇନ୍ଧନ ବ୍ୟବହାର ଯୋଗୁ ଅଙ୍ଗାରକାମ୍ଳ ବୃଦ୍ଧି ପାଉଛି। ତେଣୁ ଜୈବ ଇନ୍ଧନକୁ ବିକଳ୍ପ ରୂପେ ବ୍ୟବହାର କରାଯିବା ଉପରେ ଗଡ଼କରୀ ଗୁରୁତ୍ୱ ଦେଇଥିଲେ। ପାର୍ଲାମେଣ୍ଟର ସଦ୍ୟ ସମାପ୍ତ ଶୀତ ଅଧିବେଶନ ବେଳେ ସରକାର ସୂଚନା ଦେଇଥିଲେ, ପ୍ରଦୂଷଣ ଯୋଗୁ ଶ୍ୱାସଗତ ରୋଗ ବଢ଼ୁଥିବା ନେଇ ସମସ୍ତେ ଅବଗତ। ତେବେ ଉଚ୍ଚ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ସ୍ତର ଏବଂ ଫୁସ୍‌ଫୁସ୍‌ ରୋଗର ସମ୍ପର୍କ ଥିବା ନେଇ କୌଣସି ନିଷ୍କର୍ଷ ବାହାରିଥିବା ତଥ୍ୟ ନାହିଁ। ଏନେଇ ଲିଭରପୁଲ୍‌ ପୁଲମୋନୋଜିଷ୍ଟ ତଥା ଭାରତ ସରକାରଙ୍କ କୋଭିଡ୍‌-୧୯ ପରାମର୍ଶଦାତା କମିଟିର ପୂର୍ବତନ ସଦସ୍ୟ ମନୀଷ ଗୌତମ କହିଛନ୍ତି, ସରକାର ବାୟୁ ପ୍ରଦୂଷଣ ରୋକିବା ଉପରେ ଅଧିକ ଫୋକସ୍‌ କରିବା ଉଚିତ। ଏହା ଅପ୍ରିୟ ସତ୍ୟ ଯେ, ଉତ୍ତର ଭାରତରେ ବସବାସ କରୁଥିବା ଅନେକ ନିୟୁତ ଲୋକ ନାନା ଅସୁବିଧାର ସମ୍ମୁଖୀନ ହେଲେଣି। ବର୍ତ୍ତମାନ ସରକାର ଯାହାକିଛି ମ୍ୟାନେଜ କରୁଛନ୍ତି, ତାହା ସମୁଦ୍ରକୁ ଶଙ୍ଖେ। ବାୟୁ ପ୍ରଦୂଷଣଜନିତ ଏକ ବିସ୍ତୃତ ଲୁକ୍କାୟିତ ବୋଝକୁ ବର୍ତ୍ତମାନ ସୁଦ୍ଧା ଠାବ କରାଯାଇପାରି ନାହିଁ। ଅନେକ ବର୍ଷ ଧରି ପ୍ରଦୂଷିତ ବାୟୁ ସଂସ୍ପର୍ଶରେ ଆସିଲେ ଫୁସ୍‌ଫୁସ୍‌ ଉପରେ ନକାରାମତ୍କ ପ୍ରଭାବ ପଡ଼ିବ। ତେଣୁ ନୀତି ପ୍ରଣେତାମାନେ ଏହାର ଆଗୁଆ ନିଦାନ ଓ ଚିକିତ୍ସା ପାଇଁ ‘ଲଙ୍ଗ୍‌ ହେଲ୍‌ଥ ଟାସ୍କ୍‌ ଗ୍ରୁପ୍‌’ ପ୍ରତିଷ୍ଠା କରନ୍ତୁ ବୋଲି ସେ ପରାମର୍ଶ ଦେଇଛନ୍ତି। ଉଲ୍ଲେଖଯୋଗ୍ୟ, ଡିସେମ୍ବରରେ ଦିଲ୍ଲୀ ହସ୍ପିଟାଲଗୁଡ଼ିକରେ ଶ୍ୱାସଜନିତ ରୋଗୀଙ୍କ ସଂଖ୍ୟା ୨୦ରୁ ୩୦% ପର୍ଯ୍ୟନ୍ତ ବଢ଼ୁଛି। ସେହି ରୋଗୀଙ୍କ ମଧ୍ୟରେ ଅନେକ ଛୋଟପିଲା ଓ ପ୍ରଥମ ଥର ସଂକ୍ରମିତ ବ୍ୟକ୍ତି ରହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri