ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ ସମୟରେ ୩ ମାଙ୍ଗାନିଜ ବୋଝେଇ ଡମ୍ପର ଜବତ କରିଛି। ଘଟଣାରେ ଗୋଟିଏ ବାଇକ୍‌ ମଧ୍ୟ ଜବତ ହୋଇଛି। ଜବତ ଖଣିଜର ଆନୁମାନିକ ମୂଲ୍ୟ ୫ଲକ୍ଷ୍ୟ ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ବନ ବିଭାଗ ପକ୍ଷରୁ ସୂଚନା ମିଳିଛି।
ସୂଚନା ଅନୁଯାୟୀ, ଶୁକ୍ରବାର ବିଳମ୍ବିତ ରାତିରେ ଉକ୍ତ ଜଙ୍ଗଲରେ ଚୋରାରେ ଉନ୍ନତମାନର ମାଙ୍ଗାନିଜ ଡମ୍ପରରେ ଚୋରାଚାଲଣ ନିମନ୍ତେ ବୋଝେଇ ହେଉଥିଲା। ବିଶସ୍ତ ସୂତ୍ରରୁ ଖବର ପାଇ କେନ୍ଦୁଝର ଡିଏଫ୍‌ଓଙ୍କ ନିର୍ଦ୍ଦେଶକ୍ରମେ ଚମ୍ପୁଆ ରେଞ୍ଜ ଅଧିକାରୀ ଅକ୍ଷୟ ଛତ୍ରିଆଙ୍କ ନେତୃତ୍ୱରେ ଯୋଡ଼ା ବନପାଳ ତ୍ରିନାଥ ଜେନା, ଯୋଡ଼ା ବନରକ୍ଷୀ ଦେବାଶିଷ ମହାପାତ୍ର, ଜୁରୁଡ଼ି ବନରକ୍ଷୀ ସୁରଜ କୁମାର ଦାସ, ଦୁବୁନା ବନରକ୍ଷୀ ସୁବ୍ରତ ପାତ୍ର ଏବଂ ସରୋଜ ନାଏକଙ୍କ ସହିତ ବାମେବାରି ଓ ଯୋଡ଼ା ବନ ସ୍କ୍ବାଡ ଚଢ଼ାଉ କରିଥିଲା। ଚଢ଼ାଉରେ ୩ଟି ମାଙ୍ଗାନିଜ ବୋଝେଇ ଡମ୍ପର (ନଂ. ଓଆର୍‌ ୦୯ ଏଲ ୭୫୧୬, ଓଆର୍‌ ୦୯ କେ ୭୬୨୩, ଓଆର୍‌ ୦୯ ଜେ ୭୭୩୧) ଓ ଘଟଣାସ୍ଥଳରୁ ଗୋଟିଏ ବାଇକ (ନଂ. ଓଆର୍‌ ୦୯ ପି ୮୯୫୭)କୁ ଜବତ କରାଯାଇଛି। ୩ଟି ଡମ୍ପରରେ ପ୍ରାୟ ୨୫ ମେଟ୍ରିକ ଟନ ଉନ୍ନତମାନର ଗୁଣ୍ଡ ମାଙ୍ଗାନିଜ ବୋଝେଇ ହୋଇଥିବା ବେଳେ ଏହାର ଆନୁମାନିକ ମୂଲ୍ୟ ପ୍ରାୟ ୫ ଲକ୍ଷ ଟଙ୍କାରୁ ଊଦ୍ଧର୍‌ବ ହେବ ବୋଲି ଚମ୍ପୁଆ ରେଞ୍ଜ ଅଧିକାରୀ ଅକ୍ଷୟ ଛତ୍ରିଆ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଏ ନେଇ ଚମ୍ପୁଆ ରେଞ୍ଜରେ ୟୁଡି କେସ ନଂ. ୧୭ ରୁଜୁ କରାଯାଇଛି।
ପ୍ରକାଶଯୋଗ୍ୟ, ଚଳିତ ବର୍ଷ ଜୁଲାଇ ୧ ତାରିଖ ଦିନ ଦଲ ପାହାଡ଼ଠାରେ ଚୋରା ମାଙ୍ଗାନିଜ ଖନନ ସମୟରେ ମାଟି ଅତଡ଼ା ଖସି ୩ ଜଣ ଯୁବକଙ୍କ ମୃତ୍ୟୁ ଘଟିଥିଲା। ଘଟଣା ପରେ ଭୁବନେଶ୍ବରର ଖଣି ନିର୍ଦ୍ଦେଶକଙ୍କଠାରୁ ଆରମ୍ଭ କରି କେନ୍ଦୁଝରର ବଡ଼ ଅଧିକାରୀମାନେ ଗସ୍ତ କରି ଚୋରା କାରବାର ରୋକିବା ପାଇଁ ପଦକ୍ଷେପ ନେଇଥିଲେ। ମାତ୍ର ଏବେ ବି ଚୋରି ରୋକିବାରେ ଖଣି ବିଭାଗ ସମ୍ପୂର୍ଣ ବିଫଳ ବୋଲି ମତ ପ୍ରକାଶ ପାଇଛି। ଯୋଡ଼ା ଖଣି ଉପ ନିର୍ଦ୍ଦେଶାଳୟ ଭୁବନେଶ୍ୱରରୁ ଏକ ସ୍ବତନ୍ତ୍ର ଟିମ୍‌ ଖଣିଜ ଚୋରିକୁ ରୋକିବା ପାଇଁ ନିୟୋଜିତ କରାଯାଇଛି। ଏହା ମଧ୍ୟ ବହୁ ଆଡ଼ମ୍ବରେ ଲଘୁ କ୍ରିୟା ସଦୃଶ ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri