ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ ଦାୟିତ୍ୱହୀନତା ଯୋଗୁ ରୋଗୀଙ୍କ ଜୀବନ ସହ ଖେଳ କରାଯାଉଥିବା ନେଇ ପୁଣି ଏକ ସାଂଘାତିକ ଚିତ୍ର ସାମ୍ନାକୁ ଆସିଛି। ଶନିବାର ବିଳମ୍ବିତ ରାତିରେ ଦୁଇଜଣ ବାଇକ୍ ଦୁର୍ଘଟଣାଗ୍ରସ୍ତ ଯୁବକ ପ୍ରାୟ ୨୦ ମିନିଟ୍ କାଳ ମେଡିକାଲ ବେଡ୍‌ରେ ବିନା ଚିକିତ୍ସାରେ ଛଟପଟ ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ତୀବ୍ର ଅସନ୍ତୋଷ ସୃଷ୍ଟି କରିଛି।

ସୂଚନା ମୁତାବକ, ଥୁଆମୂଳ ରାମପୁର ସଦର ତହସିଲ – ନୂଆଁ ପଡ଼ାର ବିକ୍ରମ ମାଝୀ (୨୬) ଏବଂ ରବି ମାଝୀ (୨୩) ଦୁହେଁ ବାଇକ୍ ଯୋଗେ ଥୁଆମୂଳ ରାମପୁର ମାର୍କେଟ ପଟୁ ନିଜ ଘର ନୂଆଁପଡ଼ା ଯାଉଥିବା ସମୟରେ ପେଟ୍ରୋଲ ପମ୍ପ ନିକଟସ୍ଥ ଗୁରୁବେଡ଼ା ପାଖରେ ଭାରସାମ୍ୟ ହରାଇ ଦୁର୍ଘଟଣାର ଶିକାର ହୋଇଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ସେମାନଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। ବିକ୍ରମଙ୍କ କାନ ଛିଡ଼ି ଯାଇ ପ୍ରବଳ ରକ୍ତସ୍ରାବ ହେଉଥିବା ବେଳେ ରବିଙ୍କ ମୁଣ୍ଡରେ ମଧ୍ୟ ଗଭୀର ଆଘାତ ହୋଇଛି। ମାତ୍ର ଦୁର୍ଭାଗ୍ୟର ବିଷୟ, ସେହି ସମୟରେ ଡ୍ୟୁଟିରେ ରହିବାକୁ ଥିବା ଡାକ୍ତର, ଷ୍ଟାଫ୍ ନର୍ସ, ଡ୍ରେସର କିମ୍ବା ସିକ୍ୟୁରିଟି ଗାର୍ଡଙ୍କ ମଧ୍ୟରୁ କେହି ହେଲେ ମଧ୍ୟ ମେଡିକାଲରେ ଉପସ୍ଥିତ ନଥିଲେ। ଉପସ୍ଥିତ ଗଣମାଧ୍ୟମ ପ୍ରତିନିଧି ଏନେଇ ମେଡିକାଲ ଇଞ୍ଚାର୍ଜ ଡାକ୍ତର ପ୍ରଦ୍ୟୁସ କୁମାର ପଣ୍ଡାଙ୍କୁ ବାରମ୍ବାର ଫୋନ୍ କରିଥିଲେ ସୁଦ୍ଧା ସେ ପ୍ରଥମେ ଫୋନ୍ ଉଠାଇ ନଥିଲେ। ପରେ ଅନ୍ୟ ଏକ ନମ୍ବରରୁ ଯୋଗାଯୋଗ କରିବାରୁ ସେ ଫୋନ୍ ଉଠାଇଥିଲେ ସତ, କିନ୍ତୁ କର୍ତ୍ତବ୍ୟରେ ଅବହେଳା ପାଇଁ ଦୁଃଖ ପ୍ରକାଶ କରିବା ପରିବର୍ତ୍ତେ ଏହି ଖବର ପ୍ରସାରଣ ନ କରିବାକୁ ପ୍ରତିନିଧିଙ୍କୁ ରୋକଠୋକ୍ କହିଥିଲେ। ତଥାପି ଡାକ୍ତର କିମ୍ବା ନର୍ସ ଆସିବା ବିଳମ୍ବ ହେତୁ ଅନ୍ୟ କିଛି ମେଡିକାଲ କର୍ମଚାରୀଙ୍କୁ ଫୋନ୍ କରି ବାଧ୍ୟ କରିବାରୁ ସେମାନେ ଆସି ଆହତଙ୍କ ପ୍ରାଥମିକ ଚିକିତ୍ସା କରିଥିଲେ। ବିକ୍ରମଙ୍କ ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ଥିବାରୁ ତାଙ୍କୁ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିବାକୁ ପରାମର୍ଶ ଦିଆଯାଇଥିବା ଜଣାପଡ଼ିଛି।

ଏହି ଘଟଣା ଆଜି ନୂଆ ନୁହେଁ। ଅନେକ ସମୟରେ ଡ୍ୟୁଟିରେ ଥିବା କର୍ମଚାରୀମାନେ ନିଜ କାର୍ଯ୍ୟସ୍ଥଳରେ ରହୁନାହାଁନ୍ତି। ରୋଗୀ ଆସିଲେ ସେମାନଙ୍କୁ ବାସଗୃହକୁ ଯାଇ ଡାକିବାକୁ ପଡ଼ୁଛି ଅବା ବାରମ୍ବାର ଫୋନ୍ କରି ମେଡିକାଲ ଆସିବାକୁ ଅନୁରୋଧ କରିବାକୁ ପଡ଼ୁଛି। ଡାକ୍ତରଖାନାର ଏଭଳି ଦାୟିତ୍ୱହୀନତା ଓ ମନମୁଖୀ କାର୍ଯ୍ୟଶୈଳୀକୁ ନେଇ ସାଧାରଣରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିବା ବେଳେ ଏଥିପ୍ରତି ଜିଲା ପ୍ରଶାସନ ଓ ସ୍ୱାସ୍ଥ୍ୟ ବିଭାଗ ତୁରନ୍ତ ଦୃଷ୍ଟି ଦେଇ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସ୍ଥାନୀୟ ବୁଦ୍ଧିଜୀବୀ ମହଲରେ ଦାବି ହେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri