ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ ମହୋତ୍ସବ ଭାବେ ଉଭା ହୋଇଥିବା ଏହି ମହୋତ୍ସବ ପାଇଁ ଜିଲା ତଥା ଜିଲା ବାହାରୁ ଲୋକେ ଅପେକ୍ଷା କରି ରହିଛନ୍ତି। ଚଳିତ ବର୍ଷ ଏହି ମହୋତ୍ସବ ନିଆରା ଢଙ୍ଗରେ ପାଳିତ ହେବ। ବିଡ଼ିଓ ତଘା ଶୀତ ମହୋତ୍ସବ ପାଳନ କମିଟିର ସମ୍ପାଦକ ପ୍ରୀତିରଞ୍ଜନ ରଥ ଏହି ମହୋତ୍ସବକୁ ଲୋକାଭିମୁଖୀ କରିବା ପାଇଁ ଜୋରଦାର ପ୍ରସ୍ତୁତି ଚଳାଇଛନ୍ତି। ଏହି ମହୋତ୍ସବରେ ରାଜ୍ୟର ଅନେକ ମନ୍ତ୍ରୀ, ବିଧାୟକ, ପୂର୍ବତନ ଉପବାଚସ୍ପତି, ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ବିଧାନ ସଭାର ବାଚସ୍ପତି ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦାନ କରିବା କାର୍ଯ୍ୟକ୍ରମ ରହିଛି। ଏହି କ୍ରମରେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର ମାଝୀ ମଧ୍ୟ ଅତିଥିଭାବେ ଯୋଗଦାନ କରିବାକୁ ସହମତି ପ୍ରକାଶ କରିଛନ୍ତି।
ଶନିବାର ନବରଙ୍ଗପୁର ବିଧାୟକଙ୍କୁ ବିଡିିଓ ପ୍ରୀତିରଞ୍ଜନ ରଥଙ୍କ ନେତୃତ୍ୱରେ କମିଟିର ଅନ୍ୟ ସଦସ୍ୟ ତଥା ଆଇନଜୀବୀ ହରେନ କୁମାର ସାହୁ, ବଣିକ ସଙ୍ଘର ଉପସଭାପତି ଦିଲୀପ କୁମାର ସାହୁ, ଭାଜପା ମଣ୍ଡଳର ସାଧାରଣ ସମ୍ପାଦକ ରୁଦ୍ରମାଧବ ସାହୁ, ଉପସଭାପତି ସୁବାଷ ଚନ୍ଦ୍ର ସାହୁ ପ୍ରମୁଖ ଉପସ୍ଥିତ ରହି ନିମନ୍ତ୍ରଣ ପ୍ରଦାନ କରାଯାଇଥିଲା। ଏଥିରେ ବିଧାୟକ ମହୋତ୍ସବରେ ଯୋଗଦେବାକୁ ସହମତି ପ୍ରକାଶ କରିଥିବା ଜଣାପଡିଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri