କାମରେ ଆସୁନି ସୁଲଭ ଶୌଚାଳୟ, ୫ ଲକ୍ଷ ଟଙ୍କା ବିନିମୟରେ…

ମୋହନା,୨୮ା୧୨(ମନ୍ମଥ ମିଶ୍ର): ଗଜପତି ଜିଲାର ମୋହନା ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ବେଶ ପରିଚିତ। ୩୯ଟି ପଞ୍ଚାୟତକୁ ନେଇ ମୋହନା ବ୍ଲକ ବାଣିଜ୍ୟ ବ୍ୟବସାୟର ପେଣ୍ଠସ୍ଥଳୀ । ରାତି ପାହିଲେ ହଜାର ହଜାର ଲୋକ ଏଠାକୁ ବିଭିନ୍ନ ସରକାରୀ ଓ ବେସରକାରୀ କାମ ନେଇ ଆସନ୍ତି। ଏଠି ସ୍କୁଲ, କଲେଜ, ତହସିଲ, ପୋଷ୍ଟ ଅଫିସ, କୋର୍ଟ, ବ୍ୟାଙ୍କ, ଥାନା, ଅଗ୍ନିଶମ ବିଭାଗ, ଗ୍ରାମ ଉନ୍ନୟନ ବିଭାଗ,ବନାଞ୍ଚଳ ବିଭାଗ, ଶିକ୍ଷା ବିଭାଗ ଓ ବେସରକାରୀ କାର୍ଯ୍ୟାଳୟ ମଧ୍ୟ ରହିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଗତ ୧୭.୫.୩ରେ ୫ ଲକ୍ଷ ଟଙ୍କା ବିନିମୟରେ ନୂଆ ବସ୍‌ଷ୍ଟାଣ୍ଡ ପରିସର ମଧ୍ୟରେ ଏକ ସୁଲଭ ଶୌଚାଳୟ ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯାଇଥିଲା। ପରିତାପର ବିଷୟ ୨୦୨୫ଶେଷ ହେବାକୁ ବସିଲାଣି କିନ୍ତୁ ଏଯାବତ୍‌ ଶୌଚାଳୟଟି କାର୍ଯ୍ୟକ୍ଷମ ହୋଇପାରି ନ ଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ବର୍ତ୍ତମାନ ପରିତ୍ୟକ୍ତ ଅବସ୍ଥାରେ ଲଟାବୁଦା ମଧ୍ୟରେ ଶୌଚାଳୟଟି ତାଲା ପଡ଼ି ରହିଛି। ଏଯାବତ୍‌ ଶୌଚାଳୟକୁ ପାଣି ସଂଯୋଗ ମଧ୍ୟ ହୋଇନି। ଯଥାଶୀଘ୍ର ପ୍ରଶାସନ ପକ୍ଷରୁ ଏହାକୁ କାର୍ଯ୍ୟକ୍ଷମ କରିବା ପାଇଁ ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି। ସହରର କୌଣସି ସ୍ଥାନରେ ଶୌଚାଳୟ ନ ଥିବାରୁ ଲୋକେ ପରିସ୍ରା ଓ ଶୌଚ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ସମ୍ପର୍କରେ ସ୍ଥାନୀୟ ପଞ୍ଚାୟତ କନିଷ୍ଠ ଯନ୍ତ୍ରୀ ପ୍ରଦୁମ୍ନ ନାୟକଙ୍କୁ ଯୋଗାଯୋଗ କରିବାରୁ ସେ ଯାହା ଅଟକଳ ପରିମାଣ ଥିଲା ସେହି ଅର୍ଥରେ ଶୌଚାଳୟର କାର୍ଯ୍ୟ ସମାପ୍ତ ହୋଇଛି। କିନ୍ତୁ ପାଣିର ବ୍ୟବସ୍ଥା ହୋଇପାରିନାହିଁ। ପଞ୍ଚାୟତ ତରଫରୁ ୫୦ ହଜାର ଟଙ୍କା ରଖାଯାଇଛି ବାକି ରହିଯାଇଥିବା କାର୍ଯ୍ୟ ଅତିଶୀଘ୍ର ସମ୍ପୂର୍ଣ୍ଣ ହେବ ବୋଲି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri