Posted inଖେଳ

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ ସ୍ପୋର୍ଟିଂ ୫ ଉଇକେଟରେ ରାଉରକେଲାର ଏ.ଏସ୍‌ ଏକାଡେମୀକୁ ପରାସ୍ତକରି ଚାମ୍ପିୟନ ହୋଇଛି।

ଫାଇନାଲରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ରାଉରକେଲା ଦଳ ୧୯.୫ ଓଭରରେ ୧୨୪ ରନ୍‌କରି ଅଲଆଉଟ୍‌ ହୋଇଯାଇଥିଲା। ଦଳ ପକ୍ଷରୁ ଉମେଶ ଗୌତମ ୨୮ ଓ ୱାଲ୍ଟର ଟପୋ ୨୩ ରନ୍‌ କରିଥିବା ବେଳେ କଟକ ଦଳର ବିଶ୍ୱଜିତ୍‌ ପ୍ରଧାନ ୪ଟି, ତାପସ ରାଉତ ଓ ଶୁଭମ୍‌ ପ୍ରିୟଦର୍ଶୀ ୨ଟି ଲେଖାଏ ଉଇକେଟ ନେଇଥିଲେ।

ଜବାବରେ କଟକ ଦଳ ୧୭ ଓଭରରେ ୫ ଉଇକେଟ ହରାଇ ୧୩୦ ରନ୍‌କରି ମ୍ୟାଚ୍‌ ଜିତିନେଇଥିଲା। ଦଳ ପକ୍ଷରୁ ବିଶ୍ୱଜିତ୍‌ ପ୍ରଧାନ ସର୍ବାଧିକ ୬୨ ଓ ତାପସ କୁମାର ରାଉତ ୨୯ ରନ୍‌ କରିଥିଲା ବେଳେ ରାଉରକେଲା ଦଳର ଶିବମ୍‌ କ୍ରିଷ୍ଣା ଓ ୱାଲ୍ଟର ଟପ୍ପୋ ୨ଟି ଲେଖାଏ ଉଇକେଟ ନେଇଥିଲେ। ଏହି ମ୍ୟାଚ୍‌କୁ ଅମ୍ପାୟର ସତ୍ୟ ପ୍ରସାଦ ରଥ ଓ ସୌମ୍ୟଦର୍ଶନ ମହାନ୍ତି ପରିଚାଳନା କରିଥିବା ବେଳେ ରୋମି ନାୟକ ଓ ଅମନ ସିଂ ସ୍କୋରର ଦାୟିତ୍ୱ ତୁଲାଇଥିଲେ।

ବେଣୁଧର ଗଡ଼ନାଏକ, ନଗେନ୍ଦ୍ର କୁମାର ନାଥ ଓ ଦିଲୁ ଦସଭାୟା ଧାରା ବିବରଣୀ ପ୍ରଦାନ କରିଥିଲେ। ଚାମ୍ପିୟନ କଟକ ଦଳର ବିଶ୍ୱଜିତ ପ୍ରଧାନଙ୍କୁ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ଓ ମ୍ୟାନ୍‌ ଅଫ୍‌ ଦି ଟୁର୍ନାମେଣ୍ଟ, କଟକର ଗଣେଶ ତମାରଙ୍କୁ ବେଷ୍ଟ ବୋଲର, କଟକର ରାଜୀବ ଲୋଚନ ସାହୁଙ୍କୁ ବେଷ୍ଟ ବ୍ୟାଟ୍ସମ୍ୟାନ ଓ ରାଉରକେଲା ଦଳର ଦୁଷ୍ମନ୍ତ ସାହୁଙ୍କୁ ବେଷ୍ଟ ଫିଲ୍ଡର ଭାବେ ପୁରସ୍କୃତ କରାଯାଇଥିଲା।

ପୁରସ୍କାର ବିତରଣ ଉତ୍ସବରେ ରାଜ୍ୟ ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ରବି ନାରାୟଣ ନାୟକ ମୁଖ୍ୟ ଅତିଥି ଏବଂ ସମ୍ମାନିତ ଅତିଥି ଭାବେ ଓଡ଼ିଶା କ୍ରିକେଟ ଆସୋସିଏଶନ ସଭାପତି ପଙ୍କଜ ଲୋଚନ ମହାନ୍ତି, କୋଷାଧ୍ୟକ୍ଷ ବିକାଶ ପ୍ରଧାନ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ। ଚାମ୍ପିୟନ ଦଳକୁ ଟ୍ରଫି ସହ ୭୧ ହଜାର ଏବଂ ଉପବିଜେତା ଦଳକୁ ଟ୍ରଫି ସହିତ ୫୧ ହଜାର ଟଙ୍କା ଅର୍ଥରାଶି ପ୍ରଦାନ କରାଯାଇଥିଲା।

ବାମଣ୍ଡା କ୍ରିକେଟ କ୍ଲବ୍‌ର ସଭାପତି ପ୍ରଣବ ପ୍ରଧାନଙ୍କ ସଭାପତିତ୍ୱ ଏବଂ ଉପସଭାପତି ଅଶୋକ କୁମାର ନନ୍ଦଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ପାଦକ ସତ୍ୟନାରାୟଣ ପାଣି ସ୍ବାଗତ ଭାଷଣ ପ୍ରଦାନ କରିଥିବା ବେଳେ ଅନ୍ୟତମ ଉପସଭାପତି ସୁଜିତ୍‌ କୁମାର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ। ପୁରସ୍କାର ପ୍ରଦାନ ଉତ୍ସବରେ ଜିଲା ଭାଜପା ସଭାପତି ଅରୁଣ କୁମାର ସାହୁ, ପୌର ପରିଷଦ ଭାରପ୍ରାପ୍ତ ଅଧ୍ୟକ୍ଷ ପ୍ରଜିତ୍‌ ଭୋଜ, ଉପଦେଷ୍ଟା ନବୀନ କୁମାର ପାଣି ମଞ୍ଚାସୀନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

ଅତିରିକ୍ତ ତହସିଲଦାରଙ୍କ ଅମାପ ସମ୍ପତ୍ତି: ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା ସାଙ୍ଗକୁ ସୁନା, ଦେଖିକି ଭିଜିଲାନ୍ସ ତାଜୁବ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri