ସୁନାବେଡ଼ା ଅଞ୍ଚଳରେ ବାଘ ଆତଙ୍କ: ଲୋକେ ଆତଙ୍କିତ

ନୂଆପଡ଼ା,୨୯ା୧୨(ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟ ଦେଇ ଛତିଶଗଡ଼ ରାଜ୍ୟକୁ ସଂଯୋଗ କରୁଥିବା ସୁନାବେଡ଼ା-ଦାତୁନାମା ରାସ୍ତାରେ ଏକ କଲରାପତରିଆ ବାଘ ବୁଲୁଥିବା ଭିଡିଓ ଭାଇରାଲ ହେଉଛି। ଏହାକୁ ନେଇ ସୁନାବେଡ଼ା ଅଞ୍ଚଳର ଲୋକେ ଆତଙ୍କିତ ହୋଇପଡିଛନ୍ତି। ସୂଚନା ଅନୁଯାୟୀ ଛତିଶଗଡ଼ ଗରିଆବନ୍ଧ ଜିଲା ମେନପୁର ଥାନା ଓଏଡ ଗାଁର କେତେଜଣ ଲୋକ କୌଣସି କାମରେ ସୁନାବେଡା ଅଞ୍ଚଳକୁ ଆସିଥିଲେ। କାମସାରି ଶନିବାର ସନ୍ଧ୍ୟା ପ୍ରାୟ ସାଢେ ୭ଟାରେ ସେମାନେ ଏକ କାର୍‌ରେ ଓଏଡ ଗାଁକୁ ଫେରୁଥିଲେ। ଏହି ସମୟରେ ସୁନାବେଡାରୁ ଦାତୁନାମା ଗାଁ ମଧ୍ୟସ୍ଥ କେବଡି ଯୋର (ଆମ୍ବନାଳା) ନିକଟରେ ଏକ କଲରାପତରିଆ ବାଘ ରାସ୍ତା ଉପରେ ଥିବା ସେମାନେ ଦେଖିଥିଲେ। ଗାଡି ଲାଇଟ୍‌ ପଡିବାରୁ ବାଘ ଅଟକି ଯାଇ ପ୍ରାୟ ୧୦ ମିନିଟ ଧରି ଏଣେତେଣେ ଘୂରି ବୁଲିଥିଲା। ଗାଡି ଭିତରେ ଥିବା ଲୋକମାନେ ଭୟଭୀତ ହୋଇ ଚୁପ୍‌ଚାପ ବସିରହିଥିଲେ। ବାଘ ରାସ୍ତା ଛାଡି ଜଙ୍ଗଲକୁ ଚାଲିଯିବା ପରେ ସେମାନେ ଗାଡି ନେଇ ଚାଲିଯାଇଥିଲେ। ଏହି ଘଟଣା ଜାଣିବା ପରେ ସୁନାବେଡ଼ା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଲୋକେ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ତାଟିକବାଟ ବନ୍ଦ କରି ରହୁଛନ୍ତି। ନିହାତି ଆବଶ୍ୟକ ଥିଲେ ହାତରେ ଠେଙ୍ଗାବାଡି ଧରି ବାହାରକୁ ଯାଉଛନ୍ତି। ଏ ସଂକ୍ରାନ୍ତରେ ସୁନାବେଡ଼ା ବନ୍ୟପ୍ରାଣୀ ବିଭାଗ ଏସିଏଫ୍‌ ସଞ୍ଜୀବ ବନଗୋଳାଙ୍କୁ ପଚାରିବାରୁ ଅଭୟାରଣ୍ୟ ଭିତରେ କଲରାପତରିଆ ବାଘ ସଂଖ୍ୟା ବଢିବାରେ ଲାଗିଛି ା ଖାଦ୍ୟ ଅନ୍ବେଷଣରେ ସେମାନେ ସବୁବେଳେ ପଦାକୁ ଆସୁଛନ୍ତି। ଏଥିପ୍ରତି ସତର୍କ ରହିବାକୁ ଲୋକଙ୍କୁ ସଚେତନ କରୁଛୁ ବୋଲି କହିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri