ସର୍ଭିସ ରୋଡ୍‌ ଜାମ୍‌, ଘଣ୍ଟାଘଣ୍ଟା ଧରି ଅଟକିଲା ଗାଡ଼ିମୋଟର

ଧର୍ମଶାଳା,୨୯ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ନିକଟରେ ଥିବା ସର୍ଭିସ ରୋଡ୍‌ଟି ବାରମ୍ବାର ଜାମ୍‌ ରହୁଥିବା ଦେଖିବାକୁ ମିଳୁଛି। ପୋଲିସ ପ୍ରଶାସନର ଖାମଖିଆଲି ପାଇଁ ଏଭଳି ସ୍ଥିତି ହେଉଥିବା ଅଭିଯୋଗ ହୋଇଛି। କୋଲକାତାଠାରୁ ଚେନ୍ନାଇ ସଂଯୋଗ କରୁଥିବା ୧୬ ନମ୍ବର ଜାତୀୟ ରାଜପଥ ଏବଂ ପାରାଦୀପଠାରୁ ଡ଼ୁବୁରୀକୁ ସଂଯୋଗ କରୁଥିବା ୫୩ ନମ୍ବର ଜାତୀୟ ରାଜପଥ ପରସ୍ପରକୁ ଏହି ସ୍ଥାନରେ ସଂଯୋଗ କରୁଥିବାରୁ ଏଠାରେ ଚାରିଛକ ସୃଷ୍ଟି ହୋଇଛି। ତେଣୁ ପ୍ରତ୍ୟେକ ଦିନ ଶହଶହ ଗାଡ଼ି ସାଙ୍ଗକୁ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଥାଏ ଏବଂ ପୂର୍ବରୁ ଏହି ଚଣ୍ଡିଖୋଲ ଚାରି ଛକରେ ଥିବା ଟ୍ରାଫିକ ପୋଷ୍ଟ୍‌ରେ ଅନେକ ସମୟରେ ଦୁର୍ଘଟଣା ହେଉଥିବା କାରଣରୁ ରାସ୍ତା ମଝିରେ ଡିଭାଇଡର ରଖାଯାଇ ଆବଦ୍ଧ କରାଯାଇ ବନ୍ଦ କରାଯାଇଛି। ଯାହା ଫଳରେ ରାସ୍ତା ଆର ପାର ହେବାକୁ ସର୍ଭିସ ରୋଡ୍‌ ଉପରେ ସମସ୍ତ ଗାଡ଼ି ନିର୍ଭର କରିଥାନ୍ତି। ଅପରପକ୍ଷରେ ଏହି ରାସ୍ତା ପାର୍ଶ୍ୱରେ ଅନେକ ବ୍ୟବସାୟୀଙ୍କ ବ୍ୟବସାୟ ପ୍ରତିଷ୍ଠାନ ଥିବାରୁ ଲୋକେ ଗାଡ଼ି ରାସ୍ତା ପାର୍ଶ୍ୱରେ ପାର୍କିଂ କରି ଥାଆନ୍ତି । ତେଣୁ ଅଣ ଓସାରିଆ ରାସ୍ତା ମଧ୍ୟରେ ଅନେକ ସମୟରେ ଜାମ ହୋଇ ଯାଇଥାଏ। ମୁଖ୍ୟତଃ ସନ୍ଧ୍ୟାରେ ବିଶେଷ ଭିଡ଼ ଦେଖିବାକୁ ମିଳିଥାଏ। ସବୁଠାରୁ ବଡ଼ କଥା ଏହାଠାରୁ ମାତ୍ର ଦୁଇ ଶହ ମିଟର ଦୂରରେ ପୋଲିସ ଫାଣ୍ଡି ରହିଥିବା ବେଳେ ଅଳ୍ପ କିଛି କିଲୋମିଟର ଦୂରରେ ପୋଲିସ ଷ୍ଟେଶନ ରହିଛି। କିନ୍ତୁ ପୋଲିସ ପ୍ରଶାସନ ଅବହେଳା ଯୋଗୁ ଏଭଳି ପରିସ୍ଥିତି ଉପୁଜୁଥିବା ବୁଦ୍ଧିଜୀବୀ ମହଲରେ ଆଲୋଚନା ହୋଇଛି। ସରକାରଙ୍କ ପକ୍ଷରୁ ବିଭିନ୍ନ ଥାନାକୁ ନୂଆ ଗାଡ଼ି ସହ ବାଇକ୍‌ ଯୋଗାଇ ଦିଆଯାଉଛି। କିନ୍ତୁ କିଛି ପୋଲିସ ଅଧିକାରୀ ଏହି ଗାଡ଼ିଗୁଡ଼ିକୁ ନିଜ ବ୍ୟକ୍ତିଗତ କାର୍ଯ୍ୟରେ ବେଶୀ ବ୍ୟବହାର କରୁଥିବା ମଧ୍ୟ ଦେଖିବାକୁ ମିଳୁଛି। ଯାହା ଫଳରେ ପାଟ୍ରୋଲିଂ ଅଭାବ ଦେଖାଯାଉଛି। ରାଜ୍ୟ ସରକାର ଏବଂ ଜିଲା ପ୍ରଶାସନ ଏହା ଉପରେ ତୁରନ୍ତ ଦୃଷ୍ଟି ଦେବାକୁ ଦାବି ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri