ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ ନିକଟରେ ୩ ଟି ବାଲି ବୋଝେଇ ଟ୍ରାକ୍ଟରକୁ ଧରି ଦିଗପହଣ୍ଡି ପୋଲିସର ଜିମା ଦେଇଥିବା ଘଟଣା ସମ୍ପୃକ୍ତ ଅଞ୍ଚଳରେ ଚର୍ଚ୍ଚାର ପ୍ରସଙ୍ଗ ପାଲଟିଛି। ମନ୍ତ୍ରୀ ଏକ ସରକାରୀ କାର୍ଯ୍ୟକ୍ରମରେ ରବିବାର ଅପରାହ୍ନରେ ବ୍ରହ୍ମପୁର ଭାୟା ଦିଗପହଣ୍ଡି ଦେଇ ରାୟଗଡ଼ା ଯାଉଥିବା ବେଳେ  ମୌଳାଭଞ୍ଜା ଗ୍ରାମ ନିକଟ ଘୋଡ଼ାହାଡ଼ ନଦୀରୁ ବେଆଇନ ଭାବେ ବାଲି ଉତ୍ତୋଳନ କରି ଚାଲାଣ କରାଯାଉଥିବା ଦେଖିଥିଲେ । ଏହି ସମୟରେ ଆକ୍ସନ ମୋଡକୁ ଆସି ୩ ଟି ବାଲି ବୋଝେଇ ଟ୍ରାକ୍ଟରକୁ ଧରି ତଦନ୍ତ ପାଇଁ ପୋଲିସର ଜିମା ଦେଇଥିଲେ।

ପୋଲିସ ଟିମ୍ ବାଲି ବୋଝେଇ ୩ ଟ୍ରାକ୍ଟରକୁ ଜବତ କରି ଥାନାକୁ ନେଇଥିଲେ। ଏନେଇ ଥାନା ମାମଲା ନଂ.୫୧୦/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରାଯାଇଥିବା ଆଇଆଇସି ତଥା ଡିଏସପି ପ୍ରଶାନ୍ତ ପାତ୍ର ଜଣାଇଛନ୍ତି।ଦିଗପହଣ୍ଡି ,ସାନଖେମୁଣ୍ଡି ଓ ଚିକିଟି ଅଞ୍ଚଳ ଅଧିନ ବାହୁଦା,ଘୋଡ଼ାହାଡ଼ ଓ ରାମନଦୀ ଅବବାହିକାରୁ କିଛି ବାଲି ମାଫିଆ ବେଆଇନ ଭାବେ ନଦୀପଠା ରୁ ଜେସିବି ମେସିନରେ ବାଲି ଉତ୍ତୋଳନ କରି ଟ୍ରକ୍, ଟ୍ରାକ୍ଟର ଯୋଗେ ପଡୋଶୀ ଆନ୍ଧ୍ର ସମେତ ବିଭିନ୍ନ ଗ୍ରାମକୁ ଚୋରା ଚାଲାଣ କରୁଥିବା ଅଭିଯୋଗ ହେଉଛି। ଏପରିକି ଖଣି ଓ ରାଜସ୍ବ ବିଭାଗ ପକ୍ଷରୁ ନିଲାମ ହୋଇନଥିବା ବିଭିନ୍ନ ବାଲି ଘାଟ ଗୁଡିକରୁ ଦିବାଲୋକରେ ବେଆଇନ ଭାବେ ବାଲି ଚାଲାଣ କରାଯାଉଥିବା ଦେଖିବାକୁ ମିଳୁଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…

ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...

ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…

ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍‌...

ସ୍ତ୍ରୀଙ୍କ ଅନୁମତି ବିନା ମଦ୍ୟପାନ କଲେ ସ୍ବାମୀଙ୍କୁ ହେବ ଜେଲ୍‌! ଜାଣନ୍ତୁ କ’ଣ କହୁଛି ଆଇନ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ଆସିବା ସହିତ, ଦେଶ ଏବଂ ବିଶ୍ୱରେ ଏକ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ପାର୍ଟି ଏବଂ ଉତ୍ସବରେ ମଦ୍ୟପାନ କରିବା ସାଧାରଣ କଥା।...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି...

ନୂଆବର୍ଷରେ ବଡ଼ ପ୍ରତିଜ୍ଞା କରିଦେଲେ ଅନୁପମ ଖେର: ପ୍ରଶଂସକ ଚକିତ

ବଲିଉଡ ନୂଆବର୍ଷକୁ ଜୋରଦାର୍‌ ସ୍ବାଗତ କରିଛି। କିଏ ନିଜ ପରିବାର ସହିତ ସମୟ ବିତାଉଛନ୍ତି, ଆଉ କିଏ ମନ୍ଦିରରେ ପ୍ରାର୍ଥନା କରି ଆଶୀର୍ବାଦ ନେଉଛନ୍ତି। ଅଭିନେତା...

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

‘୧୦ ବର୍ଷର ପ୍ରାର୍ଥନା ପରେ ଜନ୍ମ ହୋଇଥିଲା ପୁଅ…’, ଦୂଷିତ ପାଣି ପିଇ…

ଇନ୍ଦୋର,୧।୧: ମଧ୍ୟପ୍ରଦେଶର ଇନ୍ଦୋରର ଭାଗୀରଥପୁର ଅଞ୍ଚଳର ମରାଠୀ ମୋହଲ୍ଲାରେ ଦୂଷିତ ପାଣି ପିଇ ଜଣେ ଛଅ ମାସର ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହା...

ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା

ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri