ତପ୍ତପାଣି ଘାଟିରେ ଦୁର୍ଘଟଣା: କାର ଉପରେ ଓଲଟି ପଡ଼ିଲା କାଜୁ ବୋଝେଇ ଟ୍ରକ୍, ତାପରେ…

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ଖେମୁଣ୍ଡିଖୋଲ ଗାଁ ନିକଟ ମୁଖ୍ୟରାସ୍ତାରେ ସଡ଼କ ଦୁର୍ଘଟଣା ହୋଇଛି । ସୋମବାର ମଧ୍ୟାହ୍ନ ପ୍ରାୟ ୧ ଟାରେ ଏକ କାଜୁ ବୋଝେଇ ଟ୍ରକ  ବିପରୀତ ଦିଗରୁ ତପ୍ତପାଣି ଅଭିମୁଖେ ଯାଉଥିବା ଏକ କାର ଉପରେ ଓଲଟି ଦୁର୍ଘଟଣାଗସ୍ତ ହୋଇଛି । ଟ୍ରକରୁ ବହୁ ସଂଖ୍ୟକ କାଜୁ ବସ୍ତା ରାସ୍ତା ଉପରେ ବିଛାଡ଼ି ହୋଇ ପଡ଼ିଥିଲା। କାର ଭିତରେ ଥିବା ୪ ଜଣ ଏବଂ ଚାଳକ ଉଦ୍ଧାର ପାଇଁ ଚିତ୍କାର କରିଥିଲେ। ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି କାର ଭିତରୁ ୪ ଜଣ ଏବଂ ଟ୍ରକରୁ ଚାଳକ ଓ ହେଲପରଙ୍କୁ ଉଦ୍ଧାର କରିଥିଲେ।

ଖବରପାଇ ସାନଖେମୁଣ୍ଡି ଅଗ୍ନିଶମ ବାହିନୀ ଓ ପାଟପୁର ଥାନା ପୋଲିସ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ କଟର ମେସିନରେ କାରର ଡୋର କାଟି ଭିତରେ ଚାପି ହୋଇରହିଥିବା ଚାଳକଙ୍କୁ ବହୁ କଷ୍ଟରେ ଉଦ୍ଧାର କରିଥିଲେ। କାର ଚାଳକଙ୍କ ସମେତ ଅନ୍ୟ ୪ ଜଣଙ୍କୁ  ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ କାର ଚାଳକଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟ ୪ ଜଣଙ୍କୁ ପ୍ରାଥମିକ ଚିକିତ୍ସା ପରେ ଛାଡି ଦିଆଯାଇଛି।

କାଜୁ ବୋଝେଇ ଟ୍ରକଟି ରାୟଗଡ଼ାରୁ ଭାୟା ତପ୍ତପାଣି ଦେଇ ବ୍ରହ୍ମପୁର ଅଭିମୁଖେ ଯାଉଥିଲା। ବିପରୀତ ଦିଗରୁ ଆସୁଥିବା କାରକୁ ସାଇଡ ଦେବା ବେଳେ ବୁଲାଣି ଘାଟି ରାସ୍ତାରେ ଟ୍ରକଟି ନିୟନ୍ତ୍ରଣ ହରାଇ କାର ଉପରକୁ ଓଲଟି ପଡ଼ିଥିଲା। ରାସ୍ତା ଉପରେ ଟ୍ରକ୍ ଓ କାର ଦୁର୍ଘଟଣା ହୋଇ ରାସ୍ତା ଅବରୋଧ ହେବାରୁ ଉକ୍ତ ରାସ୍ତାରେ ପ୍ରାୟ ୧ ଘଣ୍ଟା ଗାଡ଼ି ଚଳାଚଳ ବନ୍ଦ ଥିଲା। ଜେସିବି ମେସିନ ଅଣାଯାଇ ଟ୍ରକ୍ ଓ କାରକୁ ରାସ୍ତାରୁ ହଟା ଯିବା ପରେ ଗାଡ଼ି ଚଳାଚଳ ସ୍ବାଭାବିକ ହୋଇଥିଲା। ଦୁର୍ଘଟଣା ଗସ୍ତ ଟ୍ରକ୍ ଓ କାରକୁ ଜବତ କରାଯାଇ ମକଦ୍ଦମା ରୁଜୁ କରାଯାଇଛି ।ଭୁବନେଶ୍ୱର ଅଞ୍ଚଳରୁ ୪ ଜଣ ପର୍ଯ୍ୟଟକ କାର ଯୋଗେ ଉଷ୍ମପ୍ରଶବଣ ଥିବା ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ବୁଲି ଆସିଥିବା ବେଳେ ଦୁର୍ଘଟଣାର ସମ୍ମୁଖୀନ ହେଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ଆଇଆଇସି ଦୀପ୍ତି ରଞ୍ଜନ ବେହେରା କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri