ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ: ଗୁମ୍ମା ଭଲିବଲ ଟିମ ବିଜୟୀ

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ଦ୍ୱିତୀୟ ଦିବସରେ ସୋମବାର କ୍ୱାର୍ଟର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା। ଏଥିରେ ଗଜପତି ଜିଲା ଗୁମ୍ମା ଗ୍ରାମର ଭଲିବଲ ଟିମ ପ୍ରତିପକ୍ଷ ପାଣିଗଣ୍ଡା ଗ୍ରାମର ଭଲିବଲ ଟିମକୁ ଲଗାତାର ୨ ସେଟରେ ପରାଜିତ କରି ପରବର୍ତ୍ତୀ ମ୍ୟାଚକୁ ଉନ୍ନୀତ ହୋଇଛି। ସ୍ଥାନୀୟ ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ ଆୟୋଜିତ ଏହି ଟୁର୍ନାମେଣ୍ଟର ଦ୍ୱିତୀୟ କ୍ୱାର୍ଟର ଫାଇନାଲ ମ୍ୟାଚକୁ ଦିଗପହଣ୍ଡି ଏନଏସି ଅଧ୍ୟକ୍ଷ ପ୍ରଫୁଲ ପଣ୍ଡା ମୁଖ୍ୟଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ। କ୍ରୀଡା ଶିକ୍ଷକ ଅମ୍ବିକା ପ୍ରସାଦ ସେଠୀ, କାଉନସିଲର ଦୀପକ କୁମାର ମିଶ୍ର, ସୁନୀଲ କୁମାର ପଣ୍ଡା,କାଉନସିଲର ପ୍ରତିନିଧି ରଞ୍ଜିତ ବେହେରା, ଇ.ଶଙ୍କର,ସାମାଜିକ କର୍ମୀ ରବୀନ୍ଦ୍ର ମାର୍ଥା ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ। ଟୁର୍ନାମେଣ୍ଟ ଆୟୋଜକ ଅର୍ଦ୍ଦୁ . ଗୋବିନ୍ଦଙ୍କ ସଂଯୋଜନାରେ ଆୟୋଜିତ ମ୍ୟାଚ ଉଦଘାଟନୀ କାର୍ଯ୍ୟକ୍ରମରେ ଟୁର୍ନାମେଣ୍ଟ ପରିଚାଳନା କମିଟି ସଭାପତି ଶିବଶଙ୍କର ମହାଙ୍କୁଡ , ସମ୍ପାଦକ ବିଚିତ୍ରାନନ୍ଦ ପଟ୍ଟନାୟକ , ପରିଚାଳନା କମିଟି କାର୍ଯ୍ୟକର୍ତ୍ତା ଏ . ସାକିଲି , ବାରିକ ବେହେରା , ଲୋକନାଥ ପାଣିଗ୍ରାହୀ ,ପ୍ରମୁଖ ଉପସ୍ଥିତ ଥିଲେ। ଗୋବିନ୍ଦ ନାୟକ ରେଫେରି ଭାବେ ମ୍ୟାଚ ପରିଚାଳନା କରିଥିବା ବେଳେ ପାଣିଗଣ୍ଡା ଭଲିବଲ ଟିମର ଜିମି ନାୟକଙ୍କୁ ମ୍ୟାନ ଅଫ ଦି ମ୍ୟାଚ ଭାବେ ଘୋଷଣା କରାଯାଇ ପୁରସ୍କୃତ କରାଯାଇଥିଲା। ଖେମୁଣ୍ଡି ସ୍ପୋର୍ଟିଙ୍ଗ କ୍ଳବ ସଦସ୍ୟ ସନାତନ ରେଡ୍ଡୀ,ବୈକୁଣ୍ଠ ନାଥ ସ୍ବାଇଁଙ୍କ ସମେତ ସଭ୍ୟ ବୃନ୍ଦ ମ୍ୟାଚ ପରିଚାଳନାରେ ସହଯୋଗ କରିଥିଲେ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri