Posted inଜାତୀୟ

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ, ତିନି ସେନା ପାଇଁ ପ୍ରାୟ ୭୯,୦୦୦ କୋଟି ଟଙ୍କାର ବିଭିନ୍ନ ପ୍ରତିରକ୍ଷା ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି।

ଏଥିରେ ସ୍ଥଳସେନା ପାଇଁ ଶତ୍ରୁର ଶକ୍ତିଶାଳୀ ଲକ୍ଷ୍ୟକୁ ସଠିକ ଭାବେ ଭେଦ କରିବା ପାଇଁ ଲୋଇଟର ମ୍ୟୁନିସନ୍ ସିଷ୍ଟମ, କମ୍ ଉଚ୍ଚତାରେ ଉଡୁଥିବା ଶତ୍ରୁ ଡ୍ରୋନ୍ ଚିହ୍ନଟ ପାଇଁ ହାଲୁକା ଓଜନର ରାଡାର। ପିନାକା ରକେଟ୍ ସିଷ୍ଟମ ପାଇଁ ଅଧିକ ଦୂରଗାମୀ ଏବଂ ସଠିକ ଲକ୍ଷ୍ୟଭେଦୀ ଗାଇଡେଡ୍ ରକେଟ୍ ଆମୁନିସନ୍ ରହିଛି।

ନୌସେନା ପାଇଁ ସମୁଦ୍ର ମଧ୍ୟରେ ଜାହାଜ ଓ ସବ୍‌ମାରିନ୍‌ର ଗତିବିଧିକୁ ସହଜ କରିବା ପାଇଁ ବୋଲାର୍ଡ ପୁଲ୍ ଟଗ୍‌ସ। ସୁରକ୍ଷିତ ଯୋଗାଯୋଗ ପାଇଁ ହାଇ-ଫ୍ରିକ୍ୱେନ୍ସି ସଫ୍ଟୱେୟାର ରେଡିଓ। ଭାରତ ମହାସାଗରରେ ତୀକ୍ଷ୍ଣ ନଜର ରଖିବା ପାଇଁ ଦୂରଗାମୀ ଡ୍ରୋନ୍ ଲିଜ୍‌ରେ ନିଆଯିବ।

ସେହିପରି ଭାରତୀୟ ବାୟୁସେନା ପାଇଁ ବିମାନର ସୁରକ୍ଷିତ ଅବତରଣ ଓ ଉଡ଼ାଣ ରେକର୍ଡିଂ ପାଇଁ ଅଟୋମେଟିକ୍ ଟେକ୍-ଅଫ୍ ଲ୍ୟାଣ୍ଡିଂ ରେକର୍ଡିଂ ସିଷ୍ଟମ। ଶତ୍ରୁ ପକ୍ଷର ବିମାନକୁ ଦୂରରୁ ନଷ୍ଟ କରିବା ପାଇଁ ଅତ୍ୟାଧୁନିକ ଅସ୍ତ୍ର ମାର୍କ-୨ କ୍ଷେପଣାସ୍ତ୍ର। ପାଇଲଟ୍‌ମାନଙ୍କୁ ତାଲିମ ଦେବା ପାଇଁ ତେଜସ ବିମାନର ଫୁଲ୍ ମିଶନ ସିମୁଲେଟର ସାମିଲ ରହିଛି।

ଏହି ସମସ୍ତ ଅତ୍ୟାଧୁନିକ ଉପକରଣ ଓ ପ୍ରଯୁକ୍ତିବିଦ୍ୟା ଭାରତୀୟ ସଶସ୍ତ୍ର ବାହିନୀର କ୍ଷମତାକୁ ବୃଦ୍ଧି କରିବା ସହ ସୀମା ସୁରକ୍ଷାକୁ ଆହୁରି ମଜବୁତ କରିବ ବୋଲି ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Khaleda Zia Death: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କର ଭାରତ ସହ ଥିଲା କ’ଣ କନ୍ସେନ? ଜାଣନ୍ତୁ…

ଢାକା,୩୦।୧୨: ବାଂଲାଦେଶ ରାଜନୀତିର ଜଣେ ପ୍ରବୀଣ ବ୍ୟକ୍ତିତ୍ୱ ଏବଂ ଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କର ମଙ୍ଗଳବାର (ଡିସେମ୍ବର ୩୦, ୨୦୨୫)ରେ ୮୦ ବର୍ଷ...

‘ଆଣ୍ଟିବାୟୋଟିକ ପାଇଁ ବଢୁଛି ନିରବ ମହାମାରୀ’, ମୋଦିଙ୍କ ପରାମର୍ଶକୁ ନେଇ ବିଶେଷଜ୍ଞ କହିଲେ ସମୟ ଆବଶ୍ୟକ

ନୂଆଦିଲ୍ଲୀ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଣ୍ଟିବାୟୋଟିକ ଅପବ୍ୟବହାର ବିରୋଧରେ ବାର୍ତ୍ତା ସମୟର ଆବଶ୍ୟକତା ଏବଂ ଦେଶରେ ଦ୍ରୁତ ଗତିରେ ବଢୁଥିବା ଆଣ୍ଟିମାଇକ୍ରୋବାୟଲ ପ୍ରତିରୋଧ (AMR)ର ଗମ୍ଭୀର...

କ୍ଷମା ମାଗିଲେ ଲଲିତ ମୋଦି

ନୂଆଦିଲ୍ଲୀ,୩୦ା୧୨ : ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପୂର୍ବତନ ଅଧ୍ୟକ୍ଷ ଲଲିତ ମୋଦି ନିକଟରେ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ସହ ଲଣ୍ଡନରେ ପାର୍ଟି କରୁଥିବାର...

ସାମୁଦ୍ରିକ କ୍ଷମତା ବଢ଼ାଉଛି ଚାଇନା

ବେଜିଂ,୩୦ା୧୨:ତାଇଓ୍ବାନକୁ ଚାଇନା ନିଜ ଅଞ୍ଚଳ ବୋଲି ଦାବି କରିଆସୁଥିବାବେଳେ ଏହାକୁ ନେଇ ଜାପାନ ସହ ବେଜିଂର କୂଟନୈତିକ ଉତ୍ତେଜନା ଦେଖାଦେଇଛି। ଏଭଳି ସମୟରେ ଚାଇନା ସେନା...

ଭିଜିବ ନୂଆ ବର୍ଷ, ୫ ରାଜ୍ୟକୁ ଚେତାବନୀ ଜାରି କଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ,୩୦।୧୨: ଦେଶରେ ପ୍ରବଳ ଥଣ୍ଡା ମଧ୍ୟରେ ନୂଆ ବର୍ଷ ଆସିବାକୁ ଯାଉଛି। ଏହି ସମୟରେ, ଭାରତୀୟ ପାଣିପାଗ ବିଭାଗ (IMD) ନୂତନ ବର୍ଷର ଗୋଟିଏ ଦିନ...

ନୀରବ ଘାତକ

ବାୟୁ ପ୍ରଦୂଷଣ କୋଭିଡ୍‌ ପରବର୍ତ୍ତୀ କାଳରେ ଭାରତର ସବୁଠାରୁ ଗମ୍ଭୀର ଜନସ୍ବାସ୍ଥ୍ୟ ସଙ୍କଟ ବୋଲି ଜଣାପଡ଼ିଛି। ଚିକିତ୍ସା ବିଶେଷଜ୍ଞମାନେ ସତର୍କ କରାଇଛନ୍ତି ଯେ, ଜରୁରୀ ଓ...

୮୦ ବର୍ଷରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ପରଲୋକ

ଢାକା,୩୦।୧୨: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ୮୦ ବର୍ଷ ବୟସରେ ପରଲୋକ ହୋଇଛି। ସେ କିଛି ଦିନ ଧରି ଅସୁସ୍ଥ ଥିଲେ। ତାଙ୍କୁ ନଭେମ୍ବର...

ଖୁସିଖବର: କର୍ତ୍ତବ୍ୟ ପଥରେ ଗଡ଼ିବ ଓଡ଼ିଶାର ପ୍ରଜ୍ଞାପନ ମେଢ଼

ଭୁବନେଶ୍ୱର,୩୦।୧୨(ସୌମ୍ୟରଞ୍ଜନ ରାଉତ):ଆସନ୍ତା ସାଧାରଣତନ୍ତ୍ର ଦିବସ ଅବସରରେ ନୂଆଦିଲୀର କର୍ତ୍ତବ୍ୟ ପଥରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ ହେବ। ସ୍ବଦେଶୀ ସାମଗ୍ରୀ ଉତ୍ପାଦନ ମାଧ୍ୟମରେ ସାମ୍ପ୍ରତିକ ଭାରତକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri