ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି କ୍ୟାଡେଟ ଦିଲ୍ଲୀରେ ଅନୁଷ୍ଠିତ ଜାତୀୟସ୍ତରୀୟ ସାଧାରଣତନ୍ତ୍ର ଦିବସ ୨୦୨୬ ପରେଡ୍‌ରେ ଯୋଗଦେବାକୁ ମନୋନୀତ ହୋଇଛନ୍ତି। ସେହି ଦୁଇଜଣ ଏନସିସି କ୍ୟାଡେଟ ହେଲେ ପିପୁଲ୍ସ କଲେଜ ପ୍ରାଣୀ ବିଜ୍ଞାନ ସମ୍ମାନ ଛାତ୍ରୀ ସପନା ରାଉତ ଓ ମଧୁସ୍ମିତା ପ୍ରଧାନ। ପିପୁଲ୍ସ କଲେଜରୁ ପ୍ରଥମଥର ପାଇଁ ଏହି ଦୁଇ ଜଣ ଛାତ୍ରୀ ସାଧାରଣତନ୍ତ୍ର ୨୦୨୬ ପରେଡ୍‌ ପାଇଁ ମନୋନୀତ ହୋଇଥିବାରୁ ପିପୁଲ୍ସ କଲେଜ ଓ ଅଂଚଳ ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି। ୭୦,୦୦୦ ଏନସିସି କ୍ୟାଡେଟ ମଧ୍ୟରୁ ୧୨୭ ଜଣ କ୍ୟାଡେଟ ପରେଡ୍‌ରେ ଯୋଗଦେବା ପାଇଁ ମନୋନୀତ ହୋଇଥିବା ବେଳେ ସେଥିରେ ବୁଗୁଡା ପିପୁଲ୍ସ କଲେଜର ସପନା ଓ ମଧୁସ୍ମିତା ଦୁଇଜଣ ଯୋଗଦେଇଛନ୍ତି। ଏହା ସହ ଅନ୍ୟ ଏକ ଗୌରବ ବିଷୟ ହେଲା ପିପୁଲ୍ସ କଲେଜର ଆସୋସିଏଟ ଏନସିସି ଅଫିସର ଲେଫ୍ଟନାଣ୍ଟ ଅଜୟ କୁମାର ସାହୁ ମଧ୍ୟ ୧୨୭ ଜଣ କ୍ୟାଡେଟଙ୍କ ସହିତ କଣ୍ଟିଜେଣ୍ଟ ଅଫିସର ଭାବରେ ମନୋନୀତ କ୍ୟାଡେଟଙ୍କୁ ନେତୃତ୍ୱ ଦେବା ପାଇଁ ମନୋନୀତ ହୋଇ କ୍ୟାଡେଟମାନଙ୍କ ସହ ଦିଲ୍ଲୀ ଯାଇଛନ୍ତି। ଏହି ଚ୍ୟାଲେଞ୍ଜିଂ ଏବଂ କଷ୍ଟକର ୩ ମାସର ଚୟନ ସମୟରେ ନିରନ୍ତର ଉତ୍ସାହ ଏବଂ ସହଯୋଗ ପାଇଁ କ୍ୟାଡେଟ ବୃନ୍ଦ ବୁଗୁଡା ପିପୁଲ୍ସ କଲେଜର ଅଧ୍ୟକ୍ଷ ଡଃ ପୁରୁଷୋତ୍ତମ ମିଶ୍ର, ଲେଫନାଣ୍ଟ ଅଜୟ ସାର, ସମସ୍ତ ଅଧ୍ୟାପକ ଓ ଅଧ୍ୟାପିକା, କର୍ମଚାରୀ ଏବଂ ଛାତ୍ରୀଛାତ୍ରମାନଙ୍କୁ କୃତଜ୍ଞତା ଜଣାଇଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri