ମୋତେ ଆଉ ଝିଅ ମିଳିବେ ତ… ବର୍ଷାଙ୍କୁ ହାତ ଯୋଡି ଏମିତି କହିଦେଲେ ଗୁଲୁଆ

ଭୁବନେଶ୍ୱର,୩୦।୧୨: ଓଡ଼ିଆ କମେଡିଆନ ଗୁଲୁଆ ଏବଂ ତାଙ୍କ ସ୍ତ୍ରୀ ବର୍ଷାଙ୍କ ପାରିବାରିକ ବିବାଦ ପଦାରେ ପଡ଼ିଛି। ଗୁଲୁଆଙ୍କର ଏକାଧିକ ଝିଅଙ୍କ ସହ ସମ୍ପର୍କ ଥିବା ଅଭିଯୋଗ ଆଣିଛନ୍ତି ସ୍ତ୍ରୀ । ସେପଟେ ଜୀବନ ପ୍ରତି ବିପଦ ଥିବା କହୁଛନ୍ତି ଗୁଲୁଆ। ଏବେ ସେ କୋର୍ଟ ଯିବାକୁ ବର୍ଷାଙ୍କୁ ପରାମର୍ଶ ଦେଉଛନ୍ତି। ଭିଡିଓ ପୋଷ୍ଟ କରି ବର୍ଷାଙ୍କୁ ଏହି ଅପିଲ କରିଛନ୍ତି। ସେ ସୋସିଆଲ ମିଡିଆରେ ଏକ ଭିଡିଓ ପୋଷ୍ଟ କରି କହିଛନ୍ତି, ସୋସିଆଲ ମିଡିଆରେ କାହିଁକି ବଦନାମ କରୁଛ, କୋର୍ଟ ଯାଅ। ସୋସିଆଲ ମିଡିଆରେ ବଦନାମ କରି ମୋ ଭାତହାଣ୍ଡି ବନ୍ଦ କରିବାକୁ ଚାହୁଁଛ। ମୋତେ ଯେତେ ବଦନାମ କଲଣି ମୋତେ ଆଉ ଝିଅ ମିଳିବେ ତ। ତମେ ସିନା ମୋଠାରୁ ଟଙ୍କା ନେଇ ନନ-ଓଡ଼ିଆ ଟୋକା ସହିତ ଫରେନରେ ସେଟେଲ ହେବ। ମୋ ଅବସ୍ଥା କ’ଣ ହେବ। ସେଟେଲ୍‌ ଯଦି ଟଙ୍କା ଦରକାର ଆଲୋଚନା ପାଇଁ ଆସ, ମିଡିଆରେ ସମାଧାନ ହେବନି। କୋର୍ଟରେ ଫଇସଲା ହେବ, ଯଦି ମୁଁ ଦୋଷୀ ମୋତେ ଦଣ୍ଡ ମିଳିବ। ଯଦି ତୁମେ ମୋ ସହ ରହିବାକୁ ଚାହୁଁଛ, ମୁଁ ସ୍ବାଗତ କରିବି। ପୂର୍ବ କଥା ସବୁ ଭୁଲି ମୁଁ ତୁମକୁ ଗ୍ରହଣ କରିବି। ଯଦି ଡିଭୋର୍ସ ନେବାକୁ ଚାହୁଁଛ ଭଲରେ ଅଲଗା ହୋଇଯିବା। ମୁଁ ଏବେ ଡିପ୍ରେସନରେ ଅଛି। ମୋ ବୋଉ ଦେହ ଖରାପ ହୋଇଗଲାଣି। ମୁଁ ଖାଇପାରୁନି। ପ୍ଲିଜ୍‌ ଚାଲ କୋର୍ଟରେ କଥା ହେବା। ସମାଧାନ ବାହାର କରିବା।

ପ୍ରାୟ ୮ବର୍ଷର ପ୍ରେମ ସମ୍ପର୍କ ପରେ୨୦୨୩ ଡିସେମ୍ବର ମାସରେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ ବର୍ଷା ଓ ଗୁଲୁଆ। ତେବେ ବିବାହ ପରେ ମଧ୍ୟଗୁଲୁଆଙ୍କ ଅନେକ ଝିଅଙ୍କ ସହ ସମ୍ପର୍କ ଥିଲା ବୋଲି ବର୍ଷା ଅଭିଯୋଗ ଆଣିଛନ୍ତି। ପରକୀୟା ପ୍ରୀତି ଯୋଗୁ ହସଖୁସିରେ ଥିବା ପରିବାର ଏବେ ଭାଙ୍ଗିବାକୁ ଯାଉଥିବା ଅଭିଯୋଗ କରିଛନ୍ତି ବର୍ଷା। ସେପଟେ ଗୁଲୁଆଙ୍କ ଅଭିଯୋଗ ୫୦ଲକ୍ଷଟଙ୍କା ପାଇଁ ତାଙ୍କୁ ମାରିଦେବାକୁ ଧମକ ମିଳୁଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri