ଜାଡ଼ରେ ଥରୁଛି ଓଡ଼ିଶା: ୧୦ ଡିଗ୍ରୀ ତଳେ ୧୫ ସହର

ଭୁବନେଶ୍ୱର,୩୦।୧୨(ବନ୍ଦନା ସେଠୀ):ଜାଡ଼ରେ ଥରୁଛି ସାରା ରାଜ୍ୟ। ନୂଆବର୍ଷ ପର୍ଯ୍ୟନ୍ତ ଶୀତରେ ସେଭଳି କିଛି ବଡ଼ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତେବେ ଆସନ୍ତା ୨୪ ଘଣ୍ଟା ପରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ଡିଗ୍ରୀ ବଢିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟର ୧୫ ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି। ଜି.ଉଦୟଗିରି, ସେମିଳିଗୁଡ଼ା ଓ ଫୁଲବାଣୀରେ ତାପମାତ୍ରା ୫ ଡିଗ୍ରୀ ଓ ଏହା ତଳେ ରହିଛି। ବିଭାଗ ପକ୍ଷରୁ ରେକର୍ଡ ତଥ୍ୟ ଅନୁଯାୟୀ, ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୩.୬ ଡିଗ୍ରୀ ରହିଥିବାବେଳେ ସେମିଳିଗୁଡାରେ ୫.୨, ଫୁଲବାଣୀରେ ୫.୫, ଦାରିଙ୍ଗିବାଡ଼ିରେ ୬, କୋରାପୁଟରେ ୬.୪, ଝାରସୁଗୁଡ଼ାରେ ୬.୫, ରାଉରକେଲାରେ ୭, ଅନୁଗୋଳରେ ୮, ନବରଙ୍ଗପୁରରେ ୮.୬, କିରେଇରେ ୮.୭, ଭବାନୀପାଟଣାରେ ୯, ବଲାଙ୍ଗୀରରେ ୯.୪, ସୁନ୍ଦରଗଡ଼ରେ ୯.୫, କେନ୍ଦୁଝର ଓ ସୋନପୁରରେ ୯.୮ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ଏଥିସହ ବିଭାଗ ପକ୍ଷରୁ ଜାନୁଆରୀ ୩ ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ମଙ୍ଗଳବାର ଓ ବୁଧବାର ପାଇଁ ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଭଦ୍ରକ,ବାଲେଶ୍ୱର ଜିଲାକୁ ଘନ କୁହୁଡି ପାଇଁ ଓ୍ବାର୍ନିଂ ଜାରି ହୋଇଛି। ସେହିପରି ଗୁରୁବାର ସୁନ୍ଦରଗଡ଼, କନ୍ଧମାଳ, ଖୋର୍ଦ୍ଧା, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କଟକ, ପୁରୀ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଶୁକ୍ରବାର ସୁନ୍ଦରଗଡ଼, କନ୍ଧମାଳ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ପୁରୀ ଏବଂ ଶନିବାର ଜଗତ୍‌ସିଂହପୁର ଓ ସୁନ୍ଦରଗଡ଼ ଜିଲାକୁ ଘନ କୁହୁଡି ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri