ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ ପୁଣି ଚମକିଛନ୍ତି। ସେହେଲେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ଜଡାମୁଣ୍ଡାର ଇଫ୍ରାତ୍‌ ଜୋଏଲ୍‌(୯)। ଏହି ପ୍ରତିଯୋଗିତାରେ ଭାରତ ସମେତ ଅଷ୍ଟ୍ରେଲିଆ, ଆମେରିକା, ୟୁକ୍ରେନ୍‌, ମାଲେସିଆ, ଶ୍ରୀଲଙ୍କା ଏବଂ ଆଲ୍‌ଜେରିଆ ଭଳି ବିଭିନ୍ନ ଦେଶରୁ ଭାଗ ନେଇଥିବା ୧୨ ଜଣ ପ୍ରତିଯୋଗୀଙ୍କ ସହ ଇଫ୍ରାତ୍‌ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ଏଥିରେ ସେ ଚମତ୍କାର ପ୍ରଦର୍ଶନ କରି ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌ ହାସଲ କରି ଭାରତ ପାଇଁ ଗୌରବ ଆଣିଛନ୍ତି। ଏହି ଅବସରରେ ତାଙ୍କୁ ଟ୍ରଫି ପ୍ରଦାନ କରାଯାଇଛି। ଇଫ୍ରାତଙ୍କ ଏହି ସଫଳତା ପାଇଁ ଜିଲାବାସୀଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଛି। ତାଙ୍କୁ ଏବଂ ତାଙ୍କ ଅଭିଭାବକଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିବାର ଲାଗିଛି।
ସୂଚନାଯୋଗ୍ୟ, ଲୋଇସିଂହା ଥାନା ଅଧୀନ ଜଡାମୁଣ୍ଡା ଅଞ୍ଚଳର ବି. ନିବେଦିତା ଓ ଜୀବନଜ୍ୟୋତି ବାଗ୍‌ଙ୍କ ଏକମାତ୍ର ଝିଅ ହେଉଛନ୍ତି ଇଫ୍ରାତ। ସେ ଲୋଇସିଂହା ଝାରମୁଣ୍ଡାସ୍ଥିତ ବେଥାନୀ କନ୍‌ଭେନ୍‌ ସ୍କୁଲର ଚତୁର୍ଥ ଶ୍ରେଣୀର ଛାତ୍ରୀ। ଇଫ୍ରାତ ମଡେଲିଂରେ ରୁଚି ରଖି କ୍ୟାରିୟର କରିବାକୁ ଭବିଷ୍ୟତରେ ଲକ୍ଷ୍ୟ ରଖିଛନ୍ତି। ୨୦୨୪ ଡିସେମ୍ବର ୧୫ରେ ମହାରାଷ୍ଟ୍ରର ପୁଣେସ୍ଥିତ ଏଲପ୍ରୋ ସିଟି ସ୍କୋୟାରରେ ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂରେ ଭାଗ ନେଇ ସେ ଟାଇଟଲ୍‌ ହାସଲ କରିଥିଲେ। ୨୦୨୫ ମାର୍ଚ୍ଚରେ ନେପାଳରେ ଅନୁଷ୍ଠିତ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ସେ ଭାରତରୁ ପ୍ରତିନିଧିତ୍ୱ କରିବାର ସୌଭାଗ୍ୟ ହାସଲ କରିଥିଲେ। ସେ କମ୍‌ ବୟସରୁ ମଡେଲିଂ କ୍ଷେତ୍ରରେ ଗୋଟିଏ ପରେ ଗୋଟିଏ ସଫଳତା ହାସଲ କରୁଛନ୍ତି। ୨୦୨୬ ଜାନୁଆରୀ ୧ରେ ଇଫ୍ରାତ ମୁମ୍ବାଇରୁ ଆସି ଲୋଇସିଂହାରେ ପହଞ୍ଚିବେ ବୋଲି ତାଙ୍କ ଅଭିଭାବକଙ୍କ ସୂତ୍ରରୁ ଜଣାପଡିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri