ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ ନୂଆବର୍ଷରେ ୧୨ଟି ଜିଲାକୁ ଶୀତ ଲହରି ଓ ଘନ କୁହୁଡି ପାଇଁ ୟେଲୋ ୱାର୍ନିିଂ ଜାରି କରିଛି ପାଣିପାଗ ବିଭାଗ। ରାଜ୍ୟ ଉପରେ କୌଣସି ସକ୍ରିୟ ଜଳବାୟୁ ପ୍ରକ୍ରିୟା ନ ଥିବାରୁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ତେବେ ଆସନ୍ତା ୫ଦିନରେ ରାତି ତାପମାତ୍ରା ୨ରୁ ୩ଡିଗ୍ରୀ ବଢ଼ିବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ଘଣ୍ଟାରେ ରାଜ୍ୟର ୧୨ଟି ସହରର ତାପମାତ୍ରା ୧୦ଡିଗ୍ରୀ ତଳେ ରହିଥିଲା। ରାଜ୍ୟର ସର୍ବନିମ୍ନ ତାପମାତ୍ରା ୪.୩ ଡିଗ୍ରୀ ସହ ଜି.ଉଦୟଗିରି ସବୁଠୁ ଥଣ୍ଡା ସହର ପାଲଟିଥିଲା। ଫୁଲବାଣୀରେ ୬ ଡିଗ୍ରୀ, ଝାରସୁଗୁଡା ୬.୨, ସେମିଳିଗୁଡା ଓ ଦାରିଙ୍ଗବାଡ଼ ୭, କୋରାପୁଟ ୭.୧, ରାଉରକେଲା ୮.୫, ନବରଙ୍ଗପୁର ଓ ସୁନ୍ଦରଗଡ଼ ୮.୮ ଏବଂ ଭବାନୀପାଟଣା ଓ ଅନୁଗୋଳରେ ୯ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ସେହିପରି ଆସନ୍ତା ୫ଦିନ ଅର୍ଥାତ୍‌ ଜାନୁଆରୀ ୪ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଘନ କୁହୁଡ଼ି ଦେଖାଦେବ। ବୁଧବାର ଓ ଗୁରୁବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ସୁନ୍ଦରଗଡ଼ ଏବଂ ମୟୂରଭଞ୍ଜରେ ଅତ୍ୟଧିକ ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଶୁକ୍ରବାର ଓ ଶନିବାର ଜଗତ୍‌ସିଂହପୁର ଏବଂ କେନ୍ଦ୍ରାପଡ଼ା ଜିଲାକୁ ଘନ କୁହୁଡ଼ି ପାଇଁ ଓ୍ବାର୍ନିଂ ଜାରି ହୋଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ରାଶିଫଳ ୨୦୨୬: ମେଷରୁ ମୀନ ରାଶି ପାଇଁ କିପରି କଟିବ ନୂତନ ବର୍ଷ, ସବୁ…

ନୂତନ ବର୍ଷ ନୂତନ ଆଶା ଏବଂ ନୂତନ ସୁଯୋଗ ସହିତ ଆରମ୍ଭ ହୁଏ। ଏହି ସମୟରେ ସମସ୍ତେ ଭାବନ୍ତି ଯେ ନୂଆ ବର୍ଷ କ’ଣ ହେବ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri