ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି। ଅନୁରୂପ ଭାବେ ସଙ୍ଗୀତକାର ସୋମେଶ ଶତପଥୀ ମଧ୍ୟ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି। ସୂଚନାନୁସାରେ, ଗତ କିଛି ଦିନ ତଳେ ହ୍ୟୁମାନ ସାଗରଙ୍କ ମା’ ଶେଫାଳୀ ସୁନା ତାଙ୍କ ପୁଅ ମୃତ୍ୟୁକୁ ନେଇ ମର୍କତନଗର ଥାନାରେ ୯ଜଣଙ୍କ ନାମରେ ଏତଲା ଦେଇଥିଲେ। ଉକ୍ତ ଏତଲାରେ ଗତ ୩ରୁ ୪ ବର୍ଷ ମଧ୍ୟରେ ହ୍ୟୁମାନଙ୍କ ନିକଟତର ହୋଇଥିବା ବ୍ୟକ୍ତିଙ୍କୁ ତଦନ୍ତ ପରିସରଭୁକ୍ତ କରିବାକୁ ସେ ଦାବି କରିଥିଲେ। ହ୍ୟୁମାନଙ୍କ ସ୍ତ୍ରୀ ଶ୍ରେୟା ମିଶ୍ର ଓ ତାଙ୍କ ପରିବାର ସଦସ୍ୟ, ଡାକ୍ତର ଶୁଭେନ୍ଦୁ ମିଶ୍ର, କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ଓ ତାଙ୍କ ପରିବାର, ସୋମେଶ ଶତପଥୀ, ଦିନେଶ ବେହେରା, ମହମ୍ମଦ ଅବିତ(ବବଲୁ), ପ୍ରଶାନ୍ତ ବେହେରା, ଲୁଲୁ ମହାନ୍ତି, ଜଗଦୀଶ ମହାନ୍ତିଙ୍କୁ ତଦନ୍ତ ପରିସରଭୁକ୍ତ କରିବାକୁ ସେ ଏତଲାରେ ଦର୍ଶାଇଥିଲେ। ଏଥିସହ ଅର୍ପିତା ନିକଟରେ ଅଧିଗ୍ରହଣ କରିଥିବା ସମସ୍ତ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି, ଅର୍ପିତାଙ୍କ ସହିତ ସୋମେଶଙ୍କ ସମ୍ପର୍କ, ଭୁବନେଶ୍ବରରେ ଥିବା ଅଡିଓ ଷ୍ଟୁଡିଓର ଆର୍ଥିକ କାରବାର ଯାଞ୍ଚ କରିବାକୁ ସେ ଦାବି କରିଛନ୍ତି। ଏସବୁ ଦିଗକୁ ତଦନ୍ତ ପରିସରଭୁକ୍ତ କରିବା ସହିତ ପ୍ରମାଣ ନଷ୍ଟ ହେବା ପୂର୍ବରୁ ଏହାକୁ ରୋକିବାକୁ ହ୍ୟୁମାନଙ୍କ ମା’ ଶେଫାଳି ଏତଲାରେ ଉଲ୍ଲେଖ କରିଥିଲେ। ସେ ଏତଲାର ନକଲ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ମଧ୍ୟ ପଠାଇଥିଲେ। ତେବେ ପୋଲିସ ତାଙ୍କ ଏତଲାକ୍ରମେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ପୋଲିସ ତଦନ୍ତ ସମୟରେ ସମ୍ଭାବ୍ୟ ଗିରଫଦାରିକୁ ଏଡାଇବା ପାଇଁ ଅର୍ପିତା ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିବା ଜଣାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri