Nimesulide Ban: ପେନ୍ କିଲର ଖାଉଥିଲେ ସାବଧାନ! ଏହି ଔଷଧକୁ ବ୍ୟାନ କଲେ ସରକାର

ନୂଆଦିଲ୍ଲୀ,୩୧।୧୨:  କେନ୍ଦ୍ର ସରକାର ଯନ୍ତ୍ରଣା ନିବାରକ ଔଷଧ ନିମେସୁଲାଇଡ୍ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସ୍ୱାସ୍ଥ୍ୟ ସୁରକ୍ଷା ଦୃଷ୍ଟିରୁ ୧୦୦ ମିଗ୍ରାରୁ ଅଧିକ ଧାରଣ କରିଥିବା ନିମେସୁଲାଇଡ୍ ଟାବଲେଟ୍ ପ୍ରସ୍ତୁତି, ବିକ୍ରୟ ଏବଂ ବଣ୍ଟନକୁ ବ୍ୟାନ କରାଯାଇଛି । ଏହି ନିଷ୍ପତ୍ତି ଔଷଧ ଏବଂ ପ୍ରସାଧନ ଆଇନ ୧୯୪୦ ର ଧାରା ୨୬ଇ ଅନୁଯାୟୀ ନିଆଯାଇଛି। ସରକାର କହିଛନ୍ତି ଯେ ଏହି ଔଷଧ ସ୍ୱାସ୍ଥ୍ୟ ପାଇଁ ବିପଦପୂର୍ଣ୍ଣ ହୋଇପାରେ। ବଜାରରେ ଅନେକ ସୁରକ୍ଷିତ ବିକଳ୍ପ ଉପଲବ୍ଧ ଥିବାରୁ ଏହାକୁ ବ୍ୟାନ କରାଯାଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଏକ ବିଜ୍ଞପ୍ତି ଜାରି କରି କହିଛି ଯେ ନିମସୁଲାଇଡର 100 ମିଗ୍ରାରୁ ଅଧିକ ମାତ୍ରା ମଣିଷ ପାଇ ବିପଦ ସୃଷ୍ଟି କରିପାରେ। ଏହା ଏକ ଅଣ-ଷ୍ଟେରୋଏଡାଲ୍ ଆଣ୍ଟି-ଇନଫ୍ଲାମେଟରୀ ଔଷଧ (NSAID) ଯାହା ଯକୃତ ଉପରେ ପ୍ରତିକୂଳ ପ୍ରଭାବ ପକାଇପାରେ । ଔଷଧର ବିଷାକ୍ତତା ଏବଂ ଅନ୍ୟାନ୍ୟ ପାର୍ଶ୍ୱ ପ୍ରତିକ୍ରିୟା ନିର୍ଣ୍ଣୟ କରିବା ପାଇଁ ବିଶ୍ୱବ୍ୟାପୀ ତଦନ୍ତ ଚାଲିଛି । ଡ୍ରଗ୍ସ ଟେକ୍ନିକାଲ୍ ଆଡଭାଇଜରୀ ବୋର୍ଡର ପରାମର୍ଶ ପରେ ସରକାର ଏହି ଔଷଧକୁ ନିଷିଦ୍ଧ କରିବାକୁ ନିଷ୍ପତ୍ତି ନେଇଛନ୍ତି । ନିମସୁଲାଇଡ ବର୍ତ୍ତମାନ ସାରା ଦେଶରେ ନିଷିଦ୍ଧ କରାଯାଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ମଣିଷ ଉପରେ ଯନ୍ତ୍ରଣା ନିବାରକ ଔଷଧର ବିପଦକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ନେଇଛି । ଏହା ମନେ ରଖିବା ଉଚିତ ଯେ ଯନ୍ତ୍ରଣା ନିବାରକର ଅତ୍ୟଧିକ ମାତ୍ରା ନେବା ଦ୍ଵାରା ଯକୃତ ଏବଂ କିଡନୀ ଉପରେ ପ୍ରତିକୂଳ ପ୍ରଭାବ ପଡ଼ିପାରେ । ଡାକ୍ତରମାନେ ଯନ୍ତ୍ରଣା ନିବାରକ ଔଷଧ କମ୍ ବ୍ୟବହାର କରିବାକୁ ପରାମର୍ଶ ଦେଇଥାନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଏହି ଦିନ ଗଡ଼ିବ ଭାରତର ପ୍ରଥମ ବୁଲେଟ୍ ଟ୍ରେନ୍: ବୁକ୍ କରନ୍ତୁ ଟିକେଟ୍

ନୂଆଦିଲ୍ଲୀ,୧।୧: ଭାରତୀୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା ଅନୁଯାୟୀ, ଆସନ୍ତା ଅଗଷ୍ଟ ୧୫,...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

ରାଜଧାନୀରେ ମଦର ମାହୋଲ: ୭ ଦିନରେ ୩୨ କୋଟି ଟଙ୍କାର ମଦ ପିଇଲେ ଭୁବନେଶ୍ୱରବାସୀ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ସ୍ୱାଗତ ଉତ୍ସବକୁ ନେଇ ସାରା ରାଜଧାନୀ ଚଳଚଞ୍ଚଳ ଥିବାବେଳେ, ମଦ ବିକ୍ରି କ୍ଷେତ୍ରରେ ଏକ ନୂଆ ରେକର୍ଡ ସୃଷ୍ଟି ହୋଇଛି। ଅବକାରୀ ବିଭାଗର...

ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ

ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri