ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଅଧ୍ୟକ୍ଷତା କରି ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଅଞ୍ଚଳରେ ବିଭିନ୍ନ ବିଭାଗ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ଏହି ସମୀକ୍ଷା ବୈଠକରେ ଜିଲାପାଳ ଅମ୍ବର କୁମାର କର ଏବଂ ଆରକ୍ଷୀ ଅଧୀକ୍ଷକ ୟଶପ୍ରତାପ ଶ୍ରୀମାଲ ଯୋଗ ଦେଇଥିଲେ। ଯେଉଁ ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ କରିବାରେ ସମସ୍ୟା ରହୁଛି, ସେ ସମ୍ପର୍କରେ ବିଧାୟକ ଏବଂ ଜିଲାପାଳଙ୍କୁ ଅବଗତ କରି ବରିଷ୍ଠ ଅଧିକାରୀମାନେ ମିଳିତ ପ୍ରୟାସ କଲେ ଯଥାଶୀଘ୍ର ଏହାର ସମାଧାନ ହୋଇପାରିବ ବୋଲି ବିଧାୟକ କହିଥିଲେ। ବିଶେଷ କରି ରାସ୍ତା ଆଲୋକୀକରଣ, ଗ୍ରାମାଞ୍ଚଳରେ ଉନ୍ନତ ବିଦ୍ୟୁତ ସେବା, ଯୋଗାଯୋଗ ସୁବିଧା, ସେତୁ ପ୍ରକଳ୍ପ ଉପରେ ବିଧାୟକ ଗୁରୁତ୍ୱ ଦେଇ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ଯାଜପୁର ଜିଲାରେ ଯେପରି ଅଧିକ ସଂଖ୍ୟକ ପୋଲିସ କର୍ମଚାରୀ ନିୟୋଜିତ ହେବା ସହ ଆଇନ ଶୃଙ୍ଖଳା ପରିସ୍ଥିତି ସୁଦୃଢ଼ ରହିବ, ସେ ଦିଗରେ ଆରକ୍ଷୀ ଅଧୀକ୍ଷକ ୟଶପ୍ରତାପ ଶ୍ରୀମାଲଙ୍କ ସହ ଆଲୋଚନା କରିଥିଲେ। ଜାରକାରେ ନୂତନ ପୋଲିସ ବିଟ୍‌ହାଉସ୍‌ ନିର୍ମାଣ ନେଇ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା। ସେହିଭଳି ରାସ୍ତାଘାଟ ଏବଂ ସେତୁଗୁଡ଼ିକର ରକ୍ଷଣାବେକ୍ଷଣ ସହ ବିଦ୍ୟୁତିକରଣ ଏବଂ ଡ୍ରେନେଜ ଉପରେ ଗୁରୁତ୍ୱ ଦିଆଯାଇଛି। ଶିକ୍ଷା, ସାସ୍ଥ୍ୟ, ଗମନାଗମନ, ପାନୀୟଜଳ ଏବଂ ଆଇନଶୃଙ୍ଖଳା ଉପରେ ବିଶେଷ ଗୁରୁତ୍ୱ ଦେବାକୁ ବିଧାୟକ କହିଥିଲେ। ଧର୍ମଶାଳା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସ୍ବାସ୍ଥ୍ୟ ଭିତ୍ତିଭୂମି କାର୍ଯ୍ୟ ଉପରେ ସମୀକ୍ଷା କରିଥିଲେ। ଜଳ ଅଭାବ ଥିବା ଅଞ୍ଚଳରେ ତୁରନ୍ତ ପାନୀୟଜଳ ଯୋଗାଇ ଦେବାକୁ ଜିଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବୈଠକରେ କୃଷି, ସ୍ବାସ୍ଥ୍ୟ, ଜଳସେଚନ, ଲଘୁ ଜଳସେଚନ, ଉଠା ଜଳସେଚନ, ପ୍ରାଣୀ ଚିକିତ୍ସା, ଦକ୍ଷତା ବିକାଶ, ବଦ୍ୟୁତ, କ୍ରୀଡ଼ା, ଜଙ୍ଗଲ, ଖଣି, ମାଇନର ମିନେରାଲ, ପରିବହନ, ରାସ୍ତା ଓ କୋଠାବାଡ଼ି, ଗ୍ରାମ୍ୟ ଉନ୍ନୟନ ବିଭାଗରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ପ୍ରକଳ୍ପ ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିଲା। ମୁଖ୍ୟ ଉନ୍ନୟନ ତଥା ଜିଲା ପରିଷଦ ନିର୍ବାହୀ ଅଧିକାରୀ ଦେବୀ ପ୍ରସାଦ ମହାନ୍ତି, ଉପଜିଲାପାଳ ତାପସରଞ୍ଜନ ଦେହୁରୀ, ଯୋଜନା ଓ ପରିସଂଖ୍ୟାନ ଉପନିର୍ଦ୍ଦେଶକ ସୁଶ୍ରୀ ଅର୍ଚ୍ଚିତା ଦାସ ଏବଂ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri