ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି।

ସୂଚନାଯୋଗ୍ୟ, ବେଲଖଣ୍ଡି ଗ୍ରାମର କଲୋନୀପଡ଼ାର ସୁବାସ ଛତ୍ରିଆଙ୍କ ଘରେ ଗତ ରବିବାର ପୂର୍ବାହ୍ନରେ ଏକ ଭୋଜିର ଆୟୋଜନ ହୋଥିଲା। ସୁବାସ ତାଙ୍କର ଆଖପାଖ ଅଞ୍ଚଳର ଶତାଧିକ ବନ୍ଧୁ ବାନ୍ଧବ ଓ ପରିଜନଙ୍କୁ ନିମନ୍ତ୍ରଣ କରିଥିଲେ। ରବିବାର ଭୋଜିରେ ଚିକେନ, ମାଛ ଓ ଦହି ବାଇଗଣ ରାଇତା ହୋଇଥିଲା। ମନ ପସନ୍ଦ ଅନୁସାରେ ଯିଏ ଯାହା ଖାଇ ଯିଏ ଯାହା ଘରକୁ ଯାଇଥିଲେ। ରବିବାର ରାତିରୁ ପ୍ରାୟ ଶତାଧିକ ଲୋକେ ଝାଡ଼ାବାନ୍ତି ହୋଇଥିଲା। ସ୍ଥାନୀୟ ସରପଞ୍ଚ ସୁଶାନ୍ତ ବାଗ ବେଲଖଣ୍ଡି ସ୍ବାସ୍ଥ୍ୟକେନ୍ଦ୍ରକୁ ଖବର ଦେଇଥିଲେ। କିନ୍ତୁ ବିଳମ୍ବରେରେ ପହଞ୍ଚି ଠିକ ଭାବେ ଚିକିତ୍ସା କରି ନ ଥିବାରୁ ବୁଧବାର ଅନୁଷ୍ଠିତ ସମିତି ମିଟିଂରେ ଅଭିଯୋଗ କରିଥିଲେ॥ କିନ୍ତୁ ହସ୍ପିଟାଲରେ ଶତାଧିକ ଲୋକଙ୍କୁ ଚିକିତ୍ସା କରିବା ପାଇଁ ଜାଗା ନ ଥିବାରୁ କର୍ଲାମୁଣ୍ଡା,ଏମ୍‌.ରାମପୁର ଓ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ନିଆଯାଇଛି। କିନ୍ତୁ ବେଲଖଣ୍ଡି ହସ୍ପିଟାଲର ଡାକ୍ତରୀ ଦଳ ଉକ୍ତ ଗ୍ରାମକୁ ଯାଇ ଥିଲେ। କିନ୍ତୁ ରୋଗୀଙ୍କୁ ଉପଯୁକ୍ତ ଭାବେ ଚିକିତ୍ସା ନ କରି ଫେରି ଆସିଥିବାରୁ ବୁଧବାର ଅନୁଷ୍ଠିତ ପଞ୍ଚାୟତ ସମିତି ମିଟିଂରେ ବେଲଖଣ୍ଡି ସରପଞ୍ଚ ସୁଶାନ୍ତ ବାଗ ଅଭିଯୋଗ କରି ପ୍ରସ୍ତାବ ଆଗତ କରିଥିଲେ। ଏହାର ପ୍ରଶ୍ନର ଉତ୍ତରରେ ବେଲଖଣ୍ଡି ହସ୍ପିଟାଲର ମେଡିକାଲ ଅଫିସର ଡ.ପ୍ରତିଭା ରାୟ କହିଲେ ଯେ, ପ୍ରାଥମିକ ଚିକିତ୍ସା କରାଯାଇଥିଲା। ରୋଗୀ ସଂଖ୍ୟା ଅଧିକ ହେବାରୁ ବିଭିନ୍ନ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ବୋଲି ପ୍ରକାଶ କରିଥିଲେ। କିନ୍ତୁ ଦୀର୍ଘ ୪ ଦିନ ଧରି ଝାଡ଼ାବାନ୍ତି ଲାଗି ରହିଥିବାରୁ ବୁଧବାର ପାଷ୍ଟିକୁଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ଭବାନୀପାଟଣା ଏକ ମେଡିକାଲ ଟିମ୍‌ ଉକ୍ତ ଗ୍ରାମରେ ପହଞ୍ଚି ବର୍ତ୍ତମାନ ଉକ୍ତ ଗ୍ରାମରେ ଚିକିତ୍ସା କରାଯାଉଥିବାର ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି। ବର୍ତ୍ତମାନ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଲୀଳାବତୀ ତାଣ୍ଡି (୪୩) ବିନୋଦିନି ତାଣ୍ଡି (୫୯), ସମୀକ୍ଷା ନାଏକ(୨୨), କୁମୁଦିନି ଛତଆ (୫୬)ଙ୍କୁ ମିଶାଇ ୧୨ ଜଣ ରୋଗୀ ଚିକିତ୍ସିତ ହେଉଛନ୍ତି।
ଏ ସଂକ୍ରାନ୍ତରେ ବେଲଖଣ୍ଡି ହସ୍ପିଟାଲର ମେଡିକାଲ ଅଫିସର ଡ.ପ୍ରତିଭା ରାୟଙ୍କୁ ପଚାରିବାରୁ ଫୁଡ଼୍‌ ପଏଜନ ହୋଇଛି ବୋଲି ପ୍ରକାଶ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri